ମହାନଗର କମିଶନର, ଇଓଙ୍କୁ ଚିଠି ଲେଖିଲା ନଗର ଉନ୍ନୟନ ବିଭାଗ: ୩ ଦିନରେ କ୍ଷୁଦ୍ର ବ୍ୟବସାୟୀଙ୍କୁ ସହାୟତା ରାଶି ଦିଅ

ଭୁବନେଶ୍ୱର,୩୦।୩(ବ୍ୟୁରୋ)- ରାଜ୍ୟର ସମସ୍ତ ମହାନଗର ନିଗମ, ମ୍ୟୁନିସିପାଲିଟି ଏବଂ ବିଜ୍ଞପିତ ଅଞ୍ଚଳ ପରିଷଦ(ଏନ୍‌ଏସି)ରେ ଥିବା ସମସ୍ତ ଚିହ୍ନଟ ଓ ପଞ୍ଜୀକୃତ କ୍ଷୁଦ୍ର ବ୍ୟବସାୟୀଙ୍କୁ ଆସନ୍ତା ୩ ଦିନ ମଧ୍ୟରେ ସହାୟତା ପ୍ରଦାନ କରାଯିବ। ଏ ନେଇ ସୋମବାର ସମସ୍ତ ପୌର ପ୍ରଶାସନ ନିର୍ଦ୍ଦେଶକ ସଂଗ୍ରାମ ଜିତ ନାୟକ ରାଜ୍ୟର ସମସ୍ତ ମହାନଗର ନିଗମ କମିଶନର, ମ୍ୟୁନିସିପାଲିଟି ଏବଂ ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ(ଇଓ)ଙ୍କୁ ଚିଠି ଲେଖି ଜଣାଇଛନ୍ତି। ଏହି ସହାୟତା ରାଶି ପୌର ସଂସ୍ଥାରେ ଉପଲବ୍ଧ ଅର୍ଥରୁ ଖର୍ଚ୍ଚ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ହିତାଧିକାରୀମାନଙ୍କୁ ଏହି ସହାୟତା ଅର୍ଥ ଡାଇରେକ୍ଟ ବେନିଫିଟ ଟ୍ରାନ୍ସଫର(ଡିବିଟି) ଜରିଆରେ ବ୍ୟବସାୟୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଇବା ପାଇଁ କୁହାଯାଇଛି। ସହରଗୁଡିକରେ ବିଭିନ୍ନ କ୍ୟାମ୍ପ କରି ସହାୟତା ରାଶି ବାଣ୍ଟିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା କୋଭିଡ୍‌-୧୯ ଗାଇଡ୍‌ଲାଇନକୁ ପାଳନ କରିବା ନେଇ ସାମାଜିକ ଦୂରତ୍ୱକୁୁ କଡାକଡି ପାଳନ କରିବାକୁ କୁହାଯାଇଛି। ପରବର୍ତ୍ତୀ ସମୟରେ ଅଧିକାରୀମାନେ ଏହି ଅର୍ଥ କେଉଁ ଆକାଉଣ୍ଟରୁ କେତେ ଖର୍ଚ୍ଚ କରିଛନ୍ତି ସେ ନେଇ ବିଭାଗକୁ ଜଣାଇବା ପରେ ସମସ୍ତ ଅର୍ଥ ପୁଣି ଭରଣା କରାଯିବ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି।
କୋଭିଡ୍‌-୧୯ ସଂକ୍ରମଣ ଆଶଙ୍କାରେ ସମଗ୍ର ରାଜ୍ୟକୁ ୨୧ ଦିନ ପାଇଁ ଲକ୍‌ଡାଉନ କରାଯାଇଛି। ସହରାଞ୍ଚଳ ରାସ୍ତାକଡରେ କ୍ଷୁଦ୍ର ବ୍ୟବସାୟ କରି ଚଳୁଥିବା ପଞ୍ଜୀକୃତ ଦୋକାନୀମାନେ ଆର୍ଥିକ ସମସ୍ୟା ଦେଇ ଗତି କରୁଛନ୍ତି। ସେମାନଙ୍କୁ ୩ ହଜାର ଟଙ୍କା ସହାୟତା କରିବା ସକାଶେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହି ଅର୍ଥ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଖର୍ଚ୍ଚ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri