ମହାପ୍ରଭୁଙ୍କ ନବଯୌବନ ଦର୍ଶନ: ଅନୁକୂଳ ପାଗ ଯୋଗୁ ଭକ୍ତଙ୍କ ଭିଡ଼, ଭିତରକାଠ ନିକଟରେ ମହିଳାଙ୍କୁ ମାଡ଼ ଅଭିଯୋଗ

ପୁରୀ ଅଫିସ,୨ା୭: ୧୪ଦିନର ଅଣସର ବିଧି ପରେ ମଙ୍ଗଳବାର ନବଯୌବନ ରୂପରେ ଦର୍ଶନ ଦେଇଛନ୍ତି ଦରୁଦିଅଁ। ହଜାର ହଜାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ନବଯୌବନ ରୂପ ଦର୍ଶନ କରି କୃତାର୍ଥ ହୋଇଛନ୍ତି। ଅନୁକୂଳ ପାଗ ଯୋଗୁ ଭକ୍ତଙ୍କ ଭିଡ଼ ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି ସର୍ବସାଧାରଣ ଦର୍ଶନ ସମୟ ବୃଦ୍ଧି କରିଥିଲା ଶ୍ରୀମନ୍ଦିର ପ୍ରଶାସନ। ବୁଧବାର ରଥଖଳାରୁ ତିନିରଥଙ୍କୁ ସିଂହଦ୍ୱାରକୁ ନିଆଯିବ। ଗୁରୁବାର ରଥରେ ବସି ଚତୁର୍ଦ୍ଧାବିଗ୍ରହ ଜନ୍ମବେଦୀକୁ ନବଦିନାତ୍ମକ ଯାତ୍ରା କରିବେ। ଅନ୍ୟପକ୍ଷରେ ମଙ୍ଗଳବାର ସାହାଣମେଲା ଦର୍ଶନ ବେଳେ ଭିତରକାଠ ପାଖରେ ଜଣେ ମହିଳାଙ୍କୁ ପୋଲିସ ମାଡ଼ ମାରିଥିବା ଅଭିଯୋଗ ହୋଇଛି।
ସୋମବାର ଘଣାଲାଗି ନୀତି ସମ୍ପନ୍ନ ହୋଇଥିଲା। ମଙ୍ଗଳବାର ଅପରାହ୍ନ ୧ଟା ୨୫ରେ ବନକଲାଗି ନୀତି ବଢିବା ପରେ ନେତ୍ରୋତ୍ସବ ନୀତି ଆରମ୍ଭ ହୋଇଥିଲା। ସାଢେ ୧ଟାରେ ଚକା ଅପସର କରାଯାଇଥିଲା। ପଟିଦିଅଁଙ୍କ ପାଖରେ ୧ଟା ୫୦ରେ ମଙ୍ଗଳ ଆଳତି ହୋଇ ଅବକାଶ ନୀତି ବଢିବା ପରେ ପଟିଦିଅଁ ମଣ୍ଡଳୀ ଘରକୁ ବିଜେ ହୋଇଥିଲେ। ଅନ୍ୟ ଠାକୁରମାନେ ଦକ୍ଷିଣୀଘରକୁ ବିଜେ କରିଥିଲେ। ଅପରାହ୍ନ ୨ଟାରେ ଅଣସର ତାଟି ଫିଟିବାକୁ ନୀତି ନିର୍ଘଣ୍ଟ ହୋଇଥିବାବେଳେ ଅଧଘଣ୍ଟାଏ ବିଳମ୍ବ ହୋଇଥିଲା। ପରିମାଣିକ ଦର୍ଶନ ଅପରାହ୍ନ ୨ଟା ୪୫ରେ ଆରମ୍ଭ ହୋଇ ୩.୪୫ ପର୍ଯ୍ୟନ୍ତ ଚାଲିଥିଲା। ପରିମାଣିକ ଟିକେଟଧାରୀ ଦକ୍ଷିଣ ଦ୍ୱାର, ସାତପାହଚ, ଜୟବିଜୟ ଦ୍ୱାର ଦେଇ ଭିତରକାଠ ପାଖରେ ଦର୍ଶନ କରିଥିଲେ। ୩.୪୫ରେ ସାହାଣମେଲା ତଥା ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିଥିଲା। ଭିଡ଼କୁ ଦୃଷ୍ଟିରେ ରଖି ଏହି ଦର୍ଶନ ସମୟକୁ ୧୫ମିନିଟ୍‌ ବୃଦ୍ଧି କରାଯାଇଥିଲା। ଭକ୍ତମାନେ ଭିତରକାଠରୁ ଠାକୁରଙ୍କୁ ଦର୍ଶନ କରିଥିଲେ। ତେବେ ଏହି ସମୟରେ ଭିତରକାଠ ନିକଟରେ ଜଣେ ମହିଳାଙ୍କୁ ପୋଲିସ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଯାଜପୁର ଜିଲାର ରାଜଲକ୍ଷ୍ମୀ ପଣ୍ଡା ଦର୍ଶନ କରୁଥିବା ସମୟରେ ଜଣେ ପୋଲିସ କର୍ମଚାରୀ ଚାଲ ଚାଲ କହି ତାଙ୍କୁ ମାଡ଼ ମାରିଥିଲେ। ଫଳରେ ତାଙ୍କ ଡାହାଣ ଆଖି ପତା ଉପରେ ଆଘାତ ଲାଗିଛି। ଏ ନେଇ ସେ ସିଂହଦ୍ୱାର ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା…

ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…

ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି…

ଦେବଗଡ଼ରେ ବଢିଲା ଖରାଦିନ ସ୍କୁଲ ଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ…

ଦେବଗଡ,୧୮।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ୨୨ ତାରିଖରେ ଖୋଲିବ ସ୍କୁଲ। ୨୦ ତାରିଖ ଯାଏ ବଢ଼ିଲା ଖରାଦିନ ସ୍କୁଲ ଛୁଟି ଅବଧି। ଗ୍ରୀଷ୍ମ ପ୍ରବାହ ଯୋଗୁ…

ପାଣିପାଗ ବିଭାଗର ସୂଚନା, ବର୍ଷା ନେଇ ଏହି ୨୧ ଜିଲାକୁ ୱାର୍ନିଂ

ଭୁବନେଶ୍ୱର,୧୮।୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଓ…

କେସିଙ୍ଗାରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଶୁଭାରମ୍ଭ, ମିଳିବ ଏତିକି ଚାଉଳ

କେସିଙ୍ଗା,୧୮।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ବୁଧବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହୋଇଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ଓଡ଼ିଶାରେ ବଦଳିଲା ସ୍କୁଲ ଖୋଲିବା ସମୟ, କେଉଁଠି ଛୁଟି ତ କେଉଁଠି ସକାଳୁଆ କ୍ଲାସ୍…

ଭୁବନେଶ୍ୱର,୧୮।୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି…

ବିଶ୍ୱ ଅଟିଷ୍ଟିକ ପ୍ରାଇଡ୍‌ ଦିବସ, ଅଧିକ ସଚେତନତା ଆବଶ୍ୟକ

ଅଟିଜିମ୍‌ ସମସ୍ୟା ଶିଶୁମାନଙ୍କଠାରେ ଦେଖିବାକୁ ମିଳିଥାଏ। ଏକ ଆକଳନରୁ ଜଣାପଡିଛି ଯେ, ଶତକଡା ତିନି ଭାଗ ଶିଶୁ ଅଟିଜିମ୍‌ର ଶିକାର ହୋଇଥାଆନ୍ତି। ଏ କ୍ଷେତ୍ରରେ ସଚେତନତା ବୃଦ୍ଧି…

୨ ଫାଇଲ ହଜିବା ଘଟଣା, ନବୀନ ଜେରା ହୋଇପାରନ୍ତି କହିଲେ ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର):ନିକଟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍‌ ହଜିଥିବା ଅଭିଯୋଗ ହୋଇଛି। ଗୃହ ବିଭାଗ ପକ୍ଷରୁ ଏନେଇ କ୍ୟାପିଟାଲ ଥାନାରେ ମଧ୍ୟ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri