ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଚୂଡ଼ାନ୍ତ

ପୁରୀ ଅଫିସ, ୧୪ା୧୨: ଆସନ୍ତା ୧୬ ତାରିଖ ରବିବାର ପବିତ୍ର ଧନୁ ସଂକ୍ରାନ୍ତି। ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ଶୁକ୍ରବାର ଅନୁଷ୍ଠିତ ନୀତି ସବ୍‌ କମିଟି ବୈଠକରେ ଆଲୋଚନା କରାଯାଇ ପହିଲି ଭୋଗ ନୀତି ଚୂଡ଼ାନ୍ତ ହୋଇଛି। ଡିସେମ୍ବର ୧୬ରୁ ଆରମ୍ଭ ହୋଇ ଜାନୁୟାରୀ ୧୪ ପର୍ଯ୍ୟନ୍ତ ଚାଲିବ। ଏହି ସମୟରେ ପ୍ରତ୍ୟହ ରାତ୍ର ୩ଟାରେ ଦ୍ୱାର ଫିଟାଯିବ। ଭିତରଶୋଧ ପରେ ରାତି ୩ଟା ୪୫ରେ ମଙ୍ଗଳ ଆଳତି ହୋଇ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ। ସକାଳ ୬ଟା ୨୦ରୁ ୬ଟା ୫୦ ମଧ୍ୟରେ ପହିଲି ଭୋଗ ନୀତି ବଢିବ। ସକାଳ ୮ଟା ୪୫ରୁ ୧୦ଟା ୩୦ ମଧ୍ୟରେ ଭୋଗମଣ୍ଡପ ନୀତି ସମ୍ପନ୍ନ ହୋଇ ଅନ୍ୟାନ୍ୟ ନୀତି ଚାଲିବ। ରାତ୍ର ୧୧ଟାରେ ରାତ୍ର ପହୁଡ଼ ନୀତି ସମ୍ପନ୍ନ ହେବ। ସେହିପରି ଆସନ୍ତା ୨୬ ତାରିଖରେ ପଡୁଥିବା ଖଣ୍ଡଗ୍ରାସ କେତୁ ଗ୍ରସ୍ତ ସୂର୍ଯ୍ୟୋପରାଗ ସଂକ୍ରାନ୍ତରେ ଆଲୋଚନା କରାଯାଇ ଏହାର ସ୍ବତନ୍ତ୍ର ନୀତି ମଧ୍ୟ ନିର୍ଘଣ୍ଟ ହୋଇଛି।
ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ଉପମୁଖ୍ୟ ପ୍ରଶାସକ ତଥା ଜିଲାପାଳ ବଲୱନ୍ତ ସିଂ ଅଧ୍ୟକ୍ଷତା କରିଥିଲେ। ଏଥିରେ ପହିଲି ଭୋଗ ନୀତିକୁ କିପରି ଶୃଙ୍ଖଳିତ କରାଯିବ ସେ ନେଇ ଆଲୋଚନା କରାଯାଇଥିଲା। ପହିଲି ଭୋଗ ସମୟରେ ଗୋଟିଏ ଦିନ ଅର୍ଥାତ୍‌ ଡିସେମ୍ବର ୩୧ ତାରିଖରେ ପହୁଡ଼ ଓ ଦ୍ୱାରଫିଟା ନୀତିରେ ସାମାନ୍ୟ ପରିବର୍ତ୍ତନ ହେବ। ଏହା ପରଦିନ ନୂଆବର୍ଷ ଥିବାରୁ ଲକ୍ଷ ଲକ୍ଷ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସିବେ। ତେଣୁ ଦର୍ଶନ ଏବଂ ନୀତିକୁ ଶୃଙ୍ଖଳିତ କରିବା ଲାଗି ସଅଳ ପହୁଡ଼ ଏବଂ ଦ୍ୱାରଫିଟାଇବାକୁ ନିଷ୍ପତ୍ତି ହୋଇଛି। ଏହାବ୍ୟତୀତ ଜାନୁୟାରୀ ୧୫ ତାରିଖ ମକର ସଂକ୍ରାନ୍ତି ନୀତି ସଂକ୍ରାନ୍ତରେ ଆଲୋଚନା କରାଯାଇ ନୀତି ନିର୍ଘଣ୍ଟ କରାଯାଇଛି। ସେହିପରି ଆସନ୍ତା ୨୬ ତାରିଖରେ ସୂର୍ଯ୍ୟୋପରାଗ ପଡୁଛି। ଏଥିପାଇଁ ୨୫ ତାରିଖ ରାତ୍ର ୮ଘଣ୍ଟା ୨୦ ମିନିଟ୍‌ରୁ ପାକତ୍ୟାଗ, ଅନ୍ନଭୋଜନ ଓ ଦେବନୀତି ନିଷେଧ ରହିବି। ୨୬ ତାରିଖ ପରାଗ ସ୍ପର୍ଶ ପରେ ସକାଳ ୮ଘଣ୍ଟା ୨୦ ମିନିଟ୍‌ ୮ ସେକେଣ୍ଡ ପରେ ପରାଗ ମହାସ୍ନାନ ହୋଇ ଶ୍ରୀମନ୍ଦିରରେ ଠାକୁରଙ୍କ ନୀତି ଆରମ୍ଭ ହେବ ବୋଲି ବୈଠକରେ ଆଲୋଚନା ହୋଇଛି।
ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଏସ୍‌ପି ଉମାଶଙ୍କର ଦାଶ, ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା, ଛତିଶା ନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର, ଭିତରଚ୍ଛ ଭବାନୀଶଙ୍କର ମହାପାତ୍ର, ପରିଚାଳନା କମିଟି ସଦସ୍ୟ ରାମଚନ୍ଦ୍ର ଦାସ ମହାପାତ୍ର, ମାଧବ ଚନ୍ଦ୍ର ପୂଜାପଣ୍ଡା, ଅନନ୍ତ ତିଆଡି, ମାଧବ ମହାପାତ୍ର, ତଳୁଚ୍ଛ ନୀଳକଣ୍ଠ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri