ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଦେଖିଲେ ଭକ୍ତ

ପୁରୀ ଅଫିସ,୧୨ା୧୧: କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ସୋମବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହୋଇଛି। ଏହି ବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ଜମିଥିଲା। ପ୍ରାତଃରେ ଠାକୁରଙ୍କ ଅବକାଶ ନୀତି ପରେ ଏହି ବେଶ କରାଯାଇଥିଲା। ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ରତ୍ନସିଂହାସନରେ ମହାପ୍ରଭୁଙ୍କ ଦୁଲର୍‌ଲଭ ସୁନାବେଶ ଅନୁଷ୍ଠିତ ହେବ।
ଲକ୍ଷ୍ମୀନୃସିଂହ ବେଶରେ ଠାକୁରମାନେ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର, କିରୀଟ, କୁଣ୍ଡଳ, ଚନ୍ଦ୍ରିକା ଆଦି ଧାରଣ କରିଥିଲେ। ବଡଠାକୁର ସୁବର୍ଣ୍ଣର ହଳ ମୂଷଳ ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥ ରୁପାର ଶଙ୍ଖ ଓ ସୁବର୍ଣ୍ଣ ଚକ୍ର ଧାରଣ କରିଥିଲେ। ଶ୍ରୀଜଗନ୍ନାଥ ଏବଂ ବଳଭଦ୍ରଙ୍କ ଚୂଳରେ ସୁବର୍ଣ୍ଣ କିଆ ଖଞ୍ଜା ଯାଇଥିଲା। ଏଥିସହ ସୋଲ ଓ ଜରିରେ ନିର୍ମିତ ବିଭିନ୍ନ ଫୁଲ ଧାରଣ କରିଥିଲେ। ଏହି ବେଶରେ ଠାକୁରମାନେ ପାଟବସ୍ତ୍ରରେ ବିଭୂଷିତ ହେବା ସହ ବିଭିନ୍ନ ସୁବାସିତ ପୁଷ୍ପରେ ମଣ୍ଡିତ ହୋଇଥିଲେ। ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା। ଧର୍ମ ମାସ କାର୍ତ୍ତିକର ଶେଷ ଦିବସ। ରତ୍ନସିଂହାସନରେ ମହାପ୍ରଭୁଙ୍କ ରାଜ ରାଜେଶ୍ୱର ବେଶ ଅନୁଷ୍ଠିତ ହେବ। ଏହି ବେଶକୁ ସୁନାବେଶ କୁହାଯାଇଥାଏ। ବିଭିନ୍ନ ପାଟ ବସ୍ତ୍ର ଏବଂ ରତ୍ନ ଅଳଙ୍କାରରେ ମହାପ୍ରଭୁ ବିଭୂଷିତ ହେବେ। ଭକ୍ତଙ୍କ ସୁନାବେଶ ଦର୍ଶନ ଏବଂ ନୀତି ସୁରୁଖୁରୁରେ ସମ୍ପନ୍ନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri