ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କଲେ ୩ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ

ପୁରୀ ଅଫିସ,୧୨ା୧୧: ଶେଷ ହେଲା ଧର୍ମମାସ କାର୍ତ୍ତିକ। ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ତିଥିରେ ମଙ୍ଗଳବାର ରତ୍ନସିଂହାସନରେ ବିରାଜିତ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ପ୍ରାୟ ୩ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଏହି ଦୁଲର୍‌ଲଭ ବେଶ ଦର୍ଶନ କରିଛନ୍ତି। ଅବକାଶ ନୀତି ପରେ ଦାରୁଦିଅଁଙ୍କ ସୁନାବେଶ ହୋଇଥିଲା। ପୁଷ୍ପାଳକ ସେବକମାନେ ବିଭିନ୍ନ ରତ୍ନ ଅଳଙ୍କାର ଓ ପାଟ ବସ୍ତ୍ରରେ ଠାକୁରଙ୍କୁ ରାଜରାଜେଶ୍ୱର ବେଶରେ ଭୂଷିତ କରିଥିଲେ। ଏହି ବେଶରେ ଶ୍ରୀବିଗ୍ରହ ବହୁବିଧ ସ୍ବର୍ଣ୍ଣ ଅଳଙ୍କାର ଧାରଣ କରିଥିଲେ। ସୁବର୍ଣ୍ଣ ଶ୍ରୀଭୁଜ, ଶ୍ରୀପୟର, କାନ, କଦମ୍ବମାଳି, ହରିଡ଼ା କଦମ୍ବମାଳି, ବାହାଡ଼ା ମାଳି, ତାବିଜ ମାଳି, ବାଘ ନଖିମାଳି, ସେବତୀ ମାଳି, ହଳମୂଷଳ, ଚକ୍ର, ତ୍ରିଶାଖା, ଅଳକା, ଶ୍ରୀମୁଖ ପଦ୍ମ, ରୁପା ଶଙ୍ଖ, ଓଡ଼ିଆଣୀ, ଚନ୍ଦ୍ରସୂର୍ଯ୍ୟ, ତିଳକ (ଚିତା), ଘାଘଡ଼ା ମାଳି, କୁଣ୍ଡଳ ଓ ତଡ଼ଗୀ ଲାଗି ହୋଇଥିଲେ। ଠାକୁରମାନଙ୍କ ମସ୍ତକରେ ସ୍ବର୍ଣ୍ଣ କିରୀଟ ଶୋଭା ପାଉଥିଲା। ଏହି ବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ହୋଇଥିଲା। ସୂଚନାଥାଉ କି, ବର୍ଷକ ମଧ୍ୟରେ ମହାପ୍ରଭୁଙ୍କର ୫ଥର ସୁନାବେଶ ଅନୁଷ୍ଠିତ ହୋଇଥାଏ। ତନ୍ମଧ୍ୟରୁ କାର୍ତ୍ତିକ ପୂର୍ଣ୍ଣିମାରେ ହେଉଥିବା ସୁନାବେଶ ଅନ୍ୟତମ। ସେହପରି ଆଷାଢ ଶୁକ୍ଳପକ୍ଷ ଏକାଦଶୀ ଦିନ ରଥ ଉପରେ ସୁନାବେଶ ହେଉଥିବାବେଳେ ଆଶ୍ୱିନ ଶୁକ୍ଳ ଦଶମୀ, ପୌଷ ପୂର୍ଣ୍ଣିମା ଏବଂ ଦୋଳ ପୂର୍ଣ୍ଣିମାରେ ଠାକୁର ରତ୍ନସିଂହାସନରେ ସୁନାବେଶ ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri