Posted inଖେଳ

ମହାମାରୀ ସତ୍ତ୍ୱେ ବ୍ରାଜିଲ ଚାମ୍ପିୟନଶିପ୍‌ ଆରମ୍ଭ ହେବ

ସାଓ ପାଉଲୋ,୨୬।୬ (ଏପି): କୋଭିଡ୍‌-୧୯ ମହାମାରୀର ଆତଙ୍କ ଜାରି ରହିବା ସତ୍ତ୍ୱେ ଲାଟିନ୍‌ ଆମେରିକାର ଫୁଟବଲ ପାଓ୍ବାରା ହାଉସ୍‌ କୁହାଯାଉଥିବା ବ୍ରାଜିଲରେ ମୁଖ୍ୟ ଚାମ୍ପିୟନଶିପ୍‌ ଆରମ୍ଭ ହେବାକୁ ଯାଉଛି। ଅଗଷ୍ଟ ୯ ତାରିଖରୁ ଦେଶର ଏହି ସର୍ବବୃହତ୍‌ ଫୁଟବଲ ଚାମ୍ପିୟନଶିପ୍‌ ଆରମ୍ଭ କରିବାକୁ ବ୍ରାଜିଲିଆନ ସକର କ୍ଲବ୍‌ଗୁଡିକ ନିଷ୍ପତ୍ତି ନେଇଛନ୍ତି। ମହାମାରୀର ଭୟାଭୟତା ଶୀର୍ଷକୁ ପହଞ୍ଚିବାର ସମ୍ଭାବନା ରହିଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ସତର୍କ କରାଇଥିଲେ ମଧ୍ୟ କ୍ଲବ୍‌ଗୁଡିକ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏହି ପ୍ରତିଯୋଗିତା ପ୍ରଥମେ ମେ’ରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ଥିଲା। ତେବେ ମହମାରୀ କାରଣରୁ ଏହାକୁ ସ୍ଥଗିତ ରଖାଯାଇଥିଲା।
ଦୁଇଟି ମୁଖ୍ୟ ଡିଭିଜନ୍‌ର ୪୦ଟି କ୍ଲବ୍‌ର ପ୍ରତିନିଧିମାନେ ଏକ ବୈଠକରେ ବସି ଗୁରୁବାର ତାରିଖ ଓ ହେଲ୍‌ଥ ପ୍ରୋଟୋକଲ ନେଇ ଆଲୋଚନା କରିବା ସହମତି ପ୍ରକାଶ କରିଛନ୍ତି ବୋଲି ବ୍ରାଜିଲ ସକର କନ୍‌ଫେଡେରେଶନ ତରଫରୁ କୁହାଯାଇଛି। ସ୍ବାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ଅନୁମତି ଉପରେ ସବୁକିଛି ନିର୍ଭର କରୁଛି। ବ୍ରାଜିଲ୍‌ରେ ଏପର୍ଯ୍ୟନ୍ତ କୋଭିଡ୍‌-୧୯ ମହାମାରୀ କାରଣରୁ ୫୫,୦୦୦ ମୃତ୍ୟୁବରଣ କରିଥିବା ବେଳେ ୧୨ ଲକ୍ଷ ସଂକ୍ରମିତ ହୋଇଛନ୍ତି। ଏହି ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ବ୍ରାଜିଲ ଆମେରିକା ପଛରେ ରହି ଦ୍ୱିତୀୟ ସ୍ଥାନରେ ରହିଛି। ଘରୋଇ ସହରରେ ସ୍ବାସ୍ଥ୍ୟଗତ ସମସ୍ୟା ରହିଥିଲେ ୨୦ରୁ ୧୯ଟି କ୍ଲବ ଅନ୍ୟ ସହରରେ ଖେଳିବାକୁ ରାଜି ହୋଇଛନ୍ତି ବୋଲି କନ୍‌ଫେଡେରେଶନ ତରଫରୁ କୁହାଯାଇଛି। ଉଲ୍ଲେଖଥାଉ କି, ବ୍ରାଜିଲ୍‌ରେ ଫୁଟବଲ ଆଂଶିକ ଭାବେ ପ୍ରତ୍ୟାବର୍ତ୍ତନ କରିଛି। ୩ ମାସ ସ୍ଥଗିତ ରହିବା ପରେ କେବଳ ସ୍ଥାନୀୟ ଲିଗ୍‌ ମ୍ୟାଚ୍‌ ରିଓ ଡି ଜେନିରୋରେ ଖେଳାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri