ମହାରାଷ୍ଟ୍ରରୁ ପିକ୍‌ଅପ ଭ୍ୟାନରେ ଆସିଲେ ୧୭ ଶ୍ରମିକ

କେଗାଁ, ୧୦ା୫(ଡିଏନଏ): କରୋନା ପାଇଁ ପ୍ରବାସୀ ଶ୍ରମିକ ଘରମୁହାଁ ହୋଇଛନ୍ତି। ରବିବାର କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକକୁ ମହାରାଷ୍ଟ୍ରରୁ ୧୭ ଶ୍ରମିକ ଏକ ପିକଅପ ଭ୍ୟାନ ଯୋଗେ ଆସିଛନ୍ତି। ସେମାନେ ମୁମ୍ବାଇରୁ ଚାଲି ଚାଲି ନାଗପୁର ପର୍ଯ୍ୟନ୍ତ ଆସିବା ପରେ ପୋଲିସ ପ୍ରଶାସନ ଅନୁମତି ମାଗି ଏକ ପିକଅପ ଭଡା କରି ରାୟପୁର ଦେଇ ଖରିଆରୋଡରେ ପହଞ୍ଚତ୍ ଥିଲେ । ସେଠାରେ କାଗଜପତ୍ର ତନଖି ପରେ ସେମାନଙ୍କୁ ଓଡିଶା ସୀମାକୁ ଆସିବାକୁ ଅନୁମତି ଦିଆଯାଇଥିଲା । ପରେ ଉକ୍ତ ଶ୍ରମିକମାନେ ଗୋଲାମୁଣ୍ଡା ବ୍ଲକ କେଗାଁଠାରେ ପହଞ୍ଚତ୍ବା ପରେ ବିଡିଓ ସ୍ନିଗ୍ଧାରାଣୀ ପ୍ରଧାନଙ୍କ ଉପସ୍ଥିତିରେ କେଗାଁ ପଞ୍ଚାୟତ ଅଧିନ ସାନଚେରଗାଁ ମହାବିଦ୍ୟାଳୟ ପରିସରରେ ହୋଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରରେ କ୍ୱାରାଣ୍ଟାଇନରେ ରଖାଯାଇଛି। ସମସ୍ତ ଶ୍ରମିକ ଗୋଲାମୁଣ୍ଡା ବ୍ଲକର ଜାମଝରନ, ଅମଠା ଓ ବାଗବାହାଲ ଗ୍ରାମର ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

ଭଡ଼ାଘରେ ଝୁଲିପଡ଼ିଲେ ବିଟେକ୍‌ ଛାତ୍ର

ଗୁଣପୁର,୨୪।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବରୁଣ ନଗର ଲେନ – ୧ ରେ ଭଡା ଘରେ ଥିବା ଜଣେ ବିଟେକ ଛାତ୍ରଙ୍କ ଝୁଲନ୍ତା ମୃତଦେହ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri