Posted inଜାତୀୟ

ମହାରାଷ୍ଟ୍ରରେ ଉଦ୍ଧବ ସରକାରଙ୍କ ଶାସନ ଆରମ୍ଭ

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଠାକ୍‌ରେ ଶାସନ ଆରମ୍ଭ ହୋଇଛି। ଗୁରୁବାର ସନ୍ଧ୍ୟା ୬ଟା ୪୦ରେ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ସ୍ଥାନୀୟ ଶିବାଜୀ ପାର୍କରେ ଆୟୋଜିତ ଏକ ଉତ୍ସବରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ଭଗତ ସିଂ କୋଶିୟାରୀ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହିତ କଂଗ୍ରେସର ବାଲାସାହେବ ଥୋରାଟ, ନୀତିନ ରାଉତ, ଏନ୍‌ସିପିର ଛଗନ ଚନ୍ଦ୍ରକାନ୍ତ ଭୁଜବଳ, ଜୟନ୍ତ ରାଜାରାମ ପାଟିଲ୍‌, ଶିବସେନାର ଏକନାଥ ସିନ୍ଧେ ଏବଂ ସୁଭାଷ ଦେଶାଇ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏହି ଉତ୍ସବରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥ, ଡିଏମ୍‌କେ ନେତା ଷ୍ଟାଲିନ୍‌, ଟିଆର୍‌ ବାଲୁ, କପିଲ୍‌ ସିବଲ୍‌, ଅହମଦ୍‌ ପଟେଲ୍‌, ରାଜ୍‌ ଠାକ୍‌ରେ, ଅଜିତ୍‌ ପାଓ୍ବାର, ଶରଦ ପାଓ୍ବାର, ସୁପ୍ରିୟା ସୁଲେ ପ୍ରମୁଖ ଉପସ୍ଥିତ ଥିଲେ। ପାର୍କରେ ଅତିଥିଙ୍କ ପାଇଁ ୭୦ ହଜାରରୁ ଅଧିକ ଚେୟାର ପକାଯାଇଥିଲା। ୬ ହଜାର ବର୍ଗଫୁଟ ମଞ୍ଚ ଉପରେ ଜାତୀୟ ସ୍ତରୀୟ ନେତାଙ୍କ ଲାଗି ଚେୟାର ରହିଥିଲା। ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ପୂର୍ବରୁ କୌଣସି ନିର୍ବାଚନ ଲଢ଼ି ନାହାଁନ୍ତି। ଏବେ ତାଙ୍କୁ ୬ ମାସ ମଧ୍ୟରେ ବିଧାନସଭା ଅବା ବିଧାନ ପରିଷଦ ସଦସ୍ୟ ଭାବେ ନିର୍ବାଚିତ ହେବାକୁ ପଡ଼ିବ। ଏହା ପୂର୍ବରୁ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀ ୧୯୯୭ରେ କୌଣସି ନିର୍ବାଚନ ନ ଲଢ଼ି ରାଜ୍ୟର କ୍ଷମତା ହାସଲ କରିଥିଲେ। ସେହିପରି ୨୦୦୧ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟରେ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳି ଥିଲେ। ଏବେ ଏହାର ପୁନରାବୃତ୍ତି ମହାରାଷ୍ଟ୍ରରେ ହୋଇଛି। ଉଦ୍ଧବ ୧୯୬୦ ଜୁଲାଇ ୨୭ରେ ଜନ୍ମଗ୍ରହଣ କରିଥିଲେ। ୨୦୦୦ ପର୍ଯ୍ୟନ୍ତ ରାଜନୀତିଠାରୁ ଦୂରରେ ଥିଲେ। ତେବେ ବାଲ୍‌ ଠାକ୍‌ରେଙ୍କ ପରେ ସେ ରାଜନୀତିରେ ସକ୍ରିୟ ହୋଇଥିଲେ। ୨୦୦୨ରେ ତାଙ୍କ ନେତୃତ୍ୱରେ ଶିବସେନା ମୁମ୍ବାଇ ମ୍ୟୁନିସପାଲିଟି ନିର୍ବାଚନରେ ବେଶ୍‌ ସଫଳ ରହିଥିଲା। ୨୦୦୩ରେ ସେ ଶିବସେନାର କାର୍ଯ୍ୟକାରୀ ଅଧ୍ୟକ୍ଷ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri