Posted inଜାତୀୟ

ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ: ରାଷ୍ଟ୍ରପତି ଶାସନ ବିକଳ୍ପ !

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି। ଫଳରେ ରାଷ୍ଟ୍ରପତି ଶାସନ ଏକ ମାତ୍ର ବିକଳ୍ପ ରହିଥିବା କୁହାଯାଉଛି। ଭାଜପା ସରକାର ଗଠନରୁ ଓହରିବା ପରେ ରାଜ୍ୟପାଳ ଭଗତ ସିଂ କୋଶୟାରୀ ଶିବସେନାକୁ ସରକାର ଗଠନ ପାଇଁ ଆମନ୍ତ୍ରଣ କରିଥିଲେ। ତେବେ ଶିବସେନା ବିଧାୟକଙ୍କ ସମର୍ଥନ ପାଇଁ ସମୟ ମାଗିଥିଲେ। ମାତ୍ର ଏହାକୁ ରାଜ୍ୟପାଳ ମନା କରିଥିଲେ। ଏହାପରେ ଏନ୍‌ସିପିକୁ ସରକାର ଗଠନ ଲାଗି ରାଜ୍ୟପାଳ ଆମନ୍ତ୍ରଣ କରିଥିଲେ। ରାଜ୍ୟର ୪ ପ୍ରମୁଖ ରାଜନୈତିକ ଦଳଙ୍କ ପାଖରେ ସରକାର ଗଠନ ପାଇଁ ଆବଶ୍ୟକ କୁହୁକ ସଂଖ୍ୟା ୧୪୫ ନାହିଁ। ତେଣୁ ମେଣ୍ଟ ସରକାର ଗଠନ ହିଁ ଏକ ମାତ୍ର ବାଟ। ତେବେ ଭାଜପା-ଶିବସେନା ମଧ୍ୟରେ ଫାଟ ସୃଷ୍ଟି ହୋଇଥିବାରୁ ରାଜ୍ୟରେ ସଙ୍କଟ ବଢ଼ି ଚାଲିଛି। ଶିବସେନା ଏନ୍‌ସିପି ଏବଂ କଂଗ୍ରେସ ସହଯୋଗରେ ସରକାର ଗଠନ କରିବାକୁ ଉଦ୍ୟମ କରୁଥିବାବେଳେ କେତେକ ସମସ୍ୟା ଯୋଗୁ ଏହା ମଧ୍ୟ ସମ୍ଭବ ହୋଇପାରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri