Posted inଜାତୀୟ

ମହାରାଷ୍ଟ୍ରରେ ସରକାର ଗଠନ: ଭାଜପା କହିଲା, ‘ଜୟ ଶ୍ରୀରାମ, କାମ ସରିଗଲା’

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରରେ ଯଦିଓ ରାଷ୍ଟ୍ରପତି ଶାସନ ଜାରି କରାଯାଇଛି ଏବେ ମଧ୍ୟ ଭାଜପା, ଶିବସେନା, କଂଗ୍ରେସ ଓ ଏନସିପି ଦଳ ପକ୍ଷରୁ ସରକାର ଗଢିବା ପାଇଁ କସରତ ଚାଲିଛି। ସରକାର ଗଠନ ପାଇଁ ଶେଷରେ ଶିବସେନା, କଂଗ୍ରେସ ଓ ଏନସିପି ମଧ୍ୟରେ ଗୁରୁବାର ବୈଠକ ଶେଷ ହେବା ପରେ ଭାଜପା ପକ୍ଷରୁ ମଧ୍ୟ ଏକ ବୈଠକ ଡକାଯାଇଥିଲା। ବୈଠକ ଶେଷରେ ଭାଜପା ନେତା ଆଶିଷ ଶେଲାର ଉପସ୍ଥିତ ଗଣମାଧ୍ୟମକୁ କେବଳ ଏତିକି କହିଥିଲେ ଜୟ ଶ୍ରୀରାମ, କାମ ସରିଗଲା’। ଏହି ବୈଠକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ପଡନବୀସଙ୍କ ସହ ଚନ୍ଦ୍ରକାନ୍ତ ପାଟିଲ, ପଙ୍କଜା ମୁଣ୍ଡେ ଗୁରିଶ ମହାଜନ ସମେତ ଅନେକ ବରିଷ୍ଠ ଭାଜପା ନେତା ସାମିଲ ଥିଲେ। ସୂଚନାଯୋଗ୍ୟ, ମହାରାଷ୍ଟ୍ର ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର ୧୯ ଦିନ ପରେ କୌଣସି ଦଳ ସରକାର ଗଠନ ପାଇଁ ଆବଶ୍ୟକ ସଂଖ୍ୟା ଗରିଷ୍ଠତା ହାସଲ କରି ନ ପାରିବାରୁ ରାଜ୍ୟପାଳ ଭଗତ ସିଂହ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ କରିଛନ୍ତି। ଗତ ନିର୍ବାଚନର୍ଭୋଜପା ୧୦୫ଟି, ଶିବସେନା ୫୬ଟି ଆସନ ଜିତିଥିବା ବେଳେ ଏନସିପି ୫୪ଟି ଓ କଂଗ୍ରେସ ୪୪ଟି ଆସନ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri