ଭଞ୍ଜନଗର,୨୬।୫(ଡି.ଏନ.ଏ)-ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ପ୍ରବାସୀଙ୍କୁ ନେଇ ସ୍ବତନ୍ତ୍ର ଟ୍ରେନ ଆସୁଥିଲେ ମଧ୍ୟ ଏବେ ବି ଗଞ୍ଜାମ ଜିଲାକୁ ବସ୍, କାର ଓ ବାଇକ୍ ଯୋଗେ ପ୍ରବାସୀ ଓଡ଼ିଆ ଫେରୁଥିବା ଦେଖାଯାଉଛି। ସୋମବାର ଗୁଜରାଟ ଓ ମହାରାଷ୍ଟ୍ରରୁ ୮ଟି ବସ୍ରେ ପ୍ରବାସୀ ଗଞ୍ଜାମ ଜିଲାକୁ ଫେରିଛନ୍ତି । ଏଥିସହ ଏକାଧିକ ବାଇକ୍ ଓ କାରରେ ବି ଲୋକେ ଆସିଛନ୍ତି । ତାରସିଂଠାରେ ସେମାନଙ୍କୁ ଯାଞ୍ଚ କରାଯିବା ପରେ ସଙ୍ଗରୋଧ କେନ୍ଦ୍ରରେ ରଖିବା ବ୍ୟବସ୍ଥା କରାଯାଉଛି । ଦୈନନ୍ଦିନ ହଜାର ହଜାର ଓଡ଼ିଆ ଆସୁଥିବାରୁ ସଙ୍ଗରୋଧ କେନ୍ଦ୍ର ଅଭାବ ଦେଖାଦେଲାଣି। ଏଭଳି ସ୍ଥିତିରେ ସଙ୍ଗରୋଧ ନିୟମ ପରିବର୍ତ୍ତନ କରାଯାଇଛି। ତେଣୁ ଭଞ୍ଜନଗର ଉପଖଣ୍ଡର ଅଧିକାଂଶ ସଙ୍ଗରୋଧ କେନ୍ଦ୍ରରେ ଆଗରୁ ଥିବା ଅନ୍ତେବାସୀଙ୍କୁ ଘରକୁ ଛଡ଼ାଯାଇ ନୂଆଙ୍କୁ ରଖାଯାଉଛି। କାଁ ଭାଁ କେଉଁଠି କିଛି ସମସ୍ୟା ଦେଖାଦେଉଛି। ଅନ୍ୟପକ୍ଷରେ ଭଞ୍ଜନଗର ବ୍ଲକର କ୍ୱାରାଣ୍ଟାଇନ ସେଣ୍ଟର ବାହାରୁ ଜଣେ ମହିଳା ୫ଦିନ ପୂର୍ବେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିତ୍ଲେ। ତାଙ୍କ ସହ ମିଶିଥିବା ବ୍ୟକ୍ତିଙ୍କ ସ୍ବାବ୍ ସଂଗ୍ରହ କରି ୫ଦିନ ତଳୁ ପରୀକ୍ଷା ପାଇଁ ନିଆଗଲାଣି। ସୋମବାର ସୁଦ୍ଧା ସେମାନଙ୍କ ରିପୋର୍ଟ ଆସି ପାରୁ ନ ଥିବାରୁ ସମ୍ପୃକ୍ତ ଅଞ୍ଚଳବାସୀ ଦ୍ୱନ୍ଦ୍ୱରେ ପଦାକୁ ବାହାରିବାକୁ ଭୟ କରୁଛନ୍ତି । ତେବେ କୌଣସିଠାରେ ଗୋଷ୍ଠୀ ସଂକ୍ରମଣ ହୋଇ ନ ଥିବାରୁ ଲୋକେ ଭୟଭୀତ ନ ହେବାକୁ ପ୍ରଶାସନ ପକ୍ଷରୁ କୁହାଯାଇଛି ।
ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର
ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍ କରୁଛି। ତେବେ…
ପାଟ୍ରୋଲିଂ ବେଳେ କାର୍ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍-ଖଣ୍ଡା ଜବତ…
ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…
କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…
ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍…
ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍, ୩ରେ ସିଧାସଳଖ ନେତା ଚୟନ!
ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…
କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…
ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…
କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…
କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…
ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ
ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…
ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…
ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

