Posted inଜାତୀୟ

ମହାରାଷ୍ଟ୍ର ରାଜନୀତିରେ ସଙ୍କଟ

ମୁମ୍ବାଇ,୧୫।୧୨: ରାହୁଲ ଗାନ୍ଧୀ, ବୀର ସଭରକରଙ୍କୁ ନେଇ ଦେଇଥିବା ବିବାଦୀୟ ବୟାନ ଏବେ ରାଜନୈତିକ ମୋଡ ନେଲାଣି। ଗୋଟିଏ ଦିନ ପୂର୍ବରୁ ଶିବସେନା କହିଥିଲା ସଭରକରଙ୍କୁ ନେଇ ସେ କୌଣସି ସାଲିସ କରିବ ନାହିଁ। ହେଲେ ରବିବାର ସଭରକର ମାମଲାକୁ ନେଇ ଏନ୍‌ସିପି ନେତା ଅଜିତ ପାଓ୍ବାର ଏକ ବଡ ବୟାନ ଦେଇଛନ୍ତି। ଏହାସହ ମେଣ୍ଟ ସରକାରକୁ ନେଇ ମଧ୍ୟ ସେ ତାଙ୍କ ମନ୍ତବ୍ୟ ରଖିଛନ୍ତି। ରବିବାର ଅଜିତଙ୍କୁ ପ୍ରଶ୍ନ କରାଯାଇଥିଲା କି ରାହୁଲ ଗାନ୍ଧୀଙ୍କ ସଭରକର ବୟାନ ମହାରାଷ୍ଟ୍ରର ମହା ବିକାଶ ଅଘାଡି(କଂଗ୍ରେସ-ଏନ୍‌ସିପି-ଶିବସେନା) ମେଣ୍ଟ ସରକାର ଉପରେ କୌଣସି ପ୍ରଭାବ ପକାଇବ କି। ଏହାର ଉତ୍ତରରେ ଅଜିତ କହିଛନ୍ତି, ଉଦ୍ଧବ ଠାକରେ, ସୋନିଆ ଗାନ୍ଧୀ ଓ ଶରଦ ପାଓ୍ବାର ବୁଝିବା ସୁଝିବା ବ୍ୟକ୍ତି ତେଣୁ ସେମାନେ ଯାହା ଠିକ୍‌ ଭାବିବେ ତାହା କରିବେ। ଏମିତି ବିବାଦୀୟ ବୟାନକୁ ନେଇ ଶିବସେନା ନେତା ସଞ୍ଜୟ ରାଉତ ଟୁଇଟ୍‌ କରି କହିଛନ୍ତି ସଭରକର ହେଉଛନ୍ତି ଈଶ୍ୱର ତୁଲ୍ୟ ତେଣୁ ସ୍ବାଧିନତା ପାଇଁ ସେ ଯେଉଁ ବଳିଦାନ ଦେଇଛନ୍ତି ତାର ତୁଳନା କରିବା କଷ୍ଟକର ବ୍ୟାପାର। ତେଣୁ ଈଶ୍ୱରଙ୍କ ଭଳି ସମସ୍ତ ବ୍ୟକ୍ତିଙ୍କ ସମ୍ମାନ କରିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri