ମହିଳାଙ୍କୁ ଦୁର୍ବ୍ୟବହାର ସହ ଲୁଟ୍‌: ଅଭିଯୁକ୍ତଙ୍କୁ କାବୁ କରି ଛେଚିଲେ ଲୋକେ

ଅନୁଗୋଳ ଅଫିସ, ୧୭।୭-ଅନୁଗୋଳ ରେଳ ଷ୍ଟେଶନରେ ଟ୍ରେନ୍‌କୁ ଅପେକ୍ଷା କରିଥିବା ଜନୈକା ମହିଳାଙ୍କୁ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ସୋମବାର ବିଳମ୍ବିତ ରାତିରେ ଦୁର୍ବ୍ୟବହାର କରିବା ସହ ତାଙ୍କଠାରୁ ଟଙ୍କା ଲୁଟି ନେଇଥିବା ଚର୍ଚ୍ଚାର ବିଷୟ ହୋଇଛି। ଷ୍ଟେଶନରେ ଥିବା ଅନ୍ୟ ଲୋକମାନେ ସମ୍ପୃକ୍ତ ଯୁବକଙ୍କୁ ଧରି ମାଡ଼ ମାରିବା ପରେ ଆର୍‌ପିଏଫ୍‌କୁ ହସ୍ତାନ୍ତର କରିଥିଲେ। ଏ ନେଇ ଷ୍ଟେଶନରେ କିଛି ସମୟ ପାଇଁ ଉତ୍ତେଜନା ସୃଷ୍ଟି ହୋଇଥିଲା। ମହିଳା ଜଣକ ଜିଲା ବାହାରର ହୋଇଥିବାରୁ ସେ ଘଟଣା ସମ୍ପର୍କରେ ଅଭିଯୋଗ ନ କରିବାରୁ ଆରପିଏଫ୍‌ ଅଟକ ଯୁବକଙ୍କୁ ବ୍ୟକ୍ତିଗତ ମୁଚାଲିକାରେ ଛାଡ଼ି ଦେଇଥିବା ଜଣାପଡ଼ିଛି।
ମିଳିଥିବା ସୂଚନା ଅନୁଯାୟୀ, ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମହିଳା ଜଣକ ଚିକିତ୍ସା ପାଇଁ ଆସିଥିଲେ। ମେଡିକାଲରୁ ଡିସ୍‌ଚାର୍ଜ ପରେ ସେ ଘରକୁ ଫେରିବାକୁ ସ୍ବାମୀଙ୍କ ସହ ଷ୍ଟେଶନରେ ଟ୍ରେନ୍‌କୁ ଅପେକ୍ଷା କରିଥିଲେ। ସେ ମହିଳା ପ୍ରତୀକ୍ଷାଳୟରେ ଶୋଇଥିବା ବେଳେ ତାଙ୍କ ସ୍ବାମୀ ପ୍ଲାଟଫର୍ମରେ ବସିଥିଲେ। ରାତି ପ୍ରାୟ ସାଢ଼େ ଗୋଟାଏରେ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ସମ୍ପୃକ୍ତା ମହିଳାଙ୍କୁ ଦୁର୍ବ୍ୟବହାର କରିଥିଲେ। ମହିଳା ଜଣକ ପାଟି କରିବାରୁ ଯୁବକ ଜଣଙ୍କ ଏକ ପଲିଥିନ୍‌ ବ୍ୟାଗ ନେଇ ଦୌଡ଼ି ପଳାଇଥିଲେ। ପ୍ଲାଟଫର୍ମରେ ଥିବା ଲୋକମାନେ ଯୁବକଙ୍କୁ କାବୁ କରିବା ସହ ମାଡ଼ ମାରି ଆର୍‌ପିଏଫ୍‌କୁ ହସ୍ତାନ୍ତର କରିଥିଲେ। ରେଳବାଇ ଥାନାରେ ଅଭିଯୋଗ କରିବାକୁ ମହିଳା ଜଣଙ୍କୁ ବୁଝାଶୁଝା କରାଯାଇଥିଲେ ବି ସେ ଅଭିଯୋଗ ନ କରିବାରୁ ଯୁବକ ଜଣଙ୍କୁ ଦୀର୍ଘ ସମୟ ଅଟକ ରଖିବା ପରେ ଛାଡ଼ି ଦିଆଯାଇଥିବା ଆରପିଏଫ୍‌ ଅଧିକାରୀ ପ୍ରବୀର କୁମାର ମହାନ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୂରେଇ ଦେଉଛି ଦର

ବଇଣ୍ଡା,୨୯ା୧୦ (ପରିକ୍ଷିତ ସାହୁ): ଗରିବ ବୋଲି କିଲୋପିଛା ୧ ଟଙ୍କାରେ ଚାଉଳ ଦେଉଛନ୍ତି ସରକାର। ହେଲେ ସେହି ଗରିବଙ୍କୁ ଯୋଗାଉଥିବା କିରୋସିନର ମୂଲ୍ୟ ରଖିଛନ୍ତି ଲିଟର...

ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଚାଲିଗଲା ସ୍ବାମୀଙ୍କ ଜୀବନ

ଅନୁଗୋଳ ଅଫିସ, ୧୯।୮- ଲୁଗା ଶୁଖାଇବା ବେଳେ ବିଦ୍ୟୁତ୍‌ ତାରରେ ଲାଖି ଯାଇଥିବା ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ସ୍ବାମୀଙ୍କ ମୃତ୍ୟୁ ହୋଇଛି। ଗୁରୁବାର ଏଭଳି ଘଟଣା...

ନାଲ୍‌କୋରେ କୋଇଲା ସଙ୍କଟ: କିଣା ବିଦ୍ୟୁତ୍‌ରେ ଚାଲୁଛି ପ୍ଲାଣ୍ଟ

ବଅଁରପାଳ, ୧୧।୯-ନବରତ୍ନ ପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ଏବେ କୋଇଲା ସଙ୍କଟ ଦେଇ ଗତି କରୁଛି। ଏମ୍‌ସିଏଲ୍‌ରୁ ଆବଶ୍ୟକ ପରିମାଣର କୋଇଲା ଯୋଗାଣ ହୋଇପାରୁ ନ...

ଝରକା ତାଡ଼ି ଲକ୍ଷାଧିକ ଟଙ୍କା, ସୁନାଗହଣା ଚୋରି

ଅନୁଗୋଳ ଅଫିସ,୨୪।୬: ଅନୁଗୋଳ ଜିଲା ଶିମିଳିପଡ଼ା ଗ୍ରାମର ୨ଟି ଘରୁ ମଙ୍ଗଗଳବାର ବିଳମ୍ବତ ରାତିରେ ଚୋରି ହୋଇଥିଲା। ଏ ନେଇ ବୁଧବାର ସକାଳେ ୨ଘର ମାଲିକ...

ଯୁକ୍ତ ଦୁଇ ଜିଲା ଟପ୍ପରଙ୍କୁ ଜିଲାପାଳଙ୍କ ଆର୍ଥତ୍କ ସହାୟତା: ପଢ଼ାଖର୍ଚ୍ଚ ବହନ କରିବାକୁ କୃତାର୍ଥଙ୍କ ପ୍ରତିଶ୍ରୁତି

ଅନୁଗୋଳ ଅଫିସ/ବନ୍ତଳା, ୨୬।୬- ଯୁକ୍ତ ଦୁଇ କଳାରେ ଅନୁଗୋଳ ଜିଲା ଟପ୍ପର ହୋଇଥିବା ମଧୁସ୍ମିତା ବେହେରାଙ୍କୁ ଜିଲାପାଳ ମନୋଜ କୁମାର ମହାନ୍ତି ମଙ୍ଗଳବାର ୫ ହଜାର...

ଆଖିଦୃଶିଆ ଉନ୍ନୟନ ହେଉ

ଅନୁଗୋଳ ଅଫିସ,୧୭ା୩: ପୌର ନିର୍ବାଚନ ପାଇଁ ପ୍ରଚାରରେ କମ୍ପୁଛି ଅନୁଗୋଳ ସହର। ଓ୍ବାର୍ଡର ଘର ଘର ବୁଲି ଭୋଟରଙ୍କୁ ଭେଟୁଛନ୍ତି ନଗରପାଳ ଓ କାଉନସିଲର ପ୍ରାର୍ଥୀ। ଏଥିସହ...

ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଭାଇରାଲ ଧମକ: ମହିଳା ଥାନାର ଦ୍ୱାରସ୍ଥ, ମାମଲା ରୁଜୁ

ଅନୁଗୋଳ ଅଫିସ, ୨୫।୮ – ଫେସବୁକ୍‌ରେ ଯୁବକଙ୍କ ସହ ବନ୍ଧୁତା, ପ୍ରେମ, ଶାରୀରିକ ସମ୍ପର୍କ ଗଢିଉଠିବା ପରେ ମହିଳାଙ୍କୁ ବିବାହ କରିବାକୁ ଜିଦ୍‌ ଧରିଲେ ସମ୍ପୃକ୍ତ...

ସାପ କାମୁଡ଼ାରେ ୬ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୩।୧୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାପ କାମୁଡ଼ାରେ ମୋଟ ୬ଜଣଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନୁଗୋଳରେ...

Advertisement
Archives

Model This Week