ମହିଳାଙ୍କୁ ନିର୍ଯାତନା,ବଳାତ୍କାର ଅଭିଯୋଗ: ସ୍ବାମୀ, ଦିଅର ଗଲେ ଜେଲ

ଜଗନ୍ନାଥପ୍ରସାଦ,୨୬ା୯(ଡି.ଏନ.ଏ.)-ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ନିର୍ଯାତନା ଓ ବଳାତ୍କାର ଅଭିଯୋଗରେ ମଙ୍ଗଳବାର ପୋଲିସ ସ୍ବାମୀ, ଦିଅରଙ୍କୁ କୋର୍ଟ ଚାଲାଣ କରିଛି। ଗିରଫ ଦିଅର ହେଲେ ବାପୁଜୀ ବେହେରା ଓ ସ୍ବାମୀ ସୂର୍ଯ୍ୟ ନାରାୟଣ ବେହେରା। ମହିଳାଙ୍କ ଏତାଲା ପ୍ରକାରେ, ୨ ବର୍ଷ ପୂର୍ବେ ସୂର୍ଯ୍ୟଙ୍କୁ ଦାବି ମୁତାବକ ଯୌତୁକ ଦିଆଯିବାପରେ ବୈଦିକ ରୀତିନୀତି ଅନୁସାରେ ବିବାହ ସମ୍ପନ୍ନ ହୋଇଥିଲେ। ବିବାହର ୬ ମାସ ପରେ ସ୍ବାମୀ ଓ ପରିବାର ଲୋକେ ମିଶି ଅଧିକ ଯୌତୁକ ଦାବି କରି ମହିଳାଙ୍କୁ ନିର୍ଯାତନା ଦେଉଥିଲେ। ଏ ନେଇ ଗତ ମାର୍ଚ୍ଚ ୨୩ ତାରିଖରେ ମହିଳା ଜଣକ ସ୍ଥାନୀୟ ଥାନାରେ ଅଭିଯୋଗ କରିଥିଲେ। ପରେ ଉଭୟ ପରିବାର ମଧ୍ୟରେ ସମାଧାନ ହୋଇଥିଲା। ପୁଣି ସେପ୍ଟେମ୍ବର ୨୦ ତାରିଖରେ ଉକ୍ତ ମହିଳା ରାତିରେ ଏକୁଟିଆ ଶୋଇଥିବା ବେଳେ ଦିଅର ବାପୁଜୀ ଜବରଦସ୍ତ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ମହିଳାଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ସ୍ବାମୀଙ୍କୁ ଯୌତୁକ ମାମଲା ଓ ଦିଅରଙ୍କୁ ବଳାତ୍କାର ମାମଲାରେ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ଅମୂଲ୍ୟଙ୍କ ଦୁଃଖ ଶୁଣିଲେ ଜିଲାପାଳ: ବଢ଼ାଇଲେ ସହାୟତାର ହାତ

ଭଞ୍ଜନଗର,୭।୯(ବାବୁଲା ପ୍ରଧାନ): ଅସହାୟଙ୍କ ପାଖରେ ପହଞ୍ଚିଲା ପ୍ରଶାସନ। ମାନବିକତାର ଏକ ବଡ଼ ଉଦାହରଣ ସୃଷ୍ଟି କରିଛନ୍ତି ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି। ଭଞ୍ଜନଗର ଉପଖଣ୍ଡ ସାନକୋଦଣ୍ଡା…

ଦିଗପହଣ୍ଡି NAC କାର୍ଯ୍ୟାଳୟରେ ପିସିସି ସମ୍ପାଦକଙ୍କୁ ସମ୍ବର୍ଦ୍ଧନା, କହିଲେ…

ଦିଗପହଣ୍ଡି,୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ତଥା ନବନିଯୁକ୍ତ ପିସିସି ସାଧାରଣ ସମ୍ପାଦକ ପ୍ରଫୁଲ୍ଲ ପଣ୍ଡାଙ୍କୁ ସୋମବାର ଅପରାହ୍ନରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri