ମହିଳାଙ୍କୁ ନିର୍ଯାତନା, ଶାଶୁଘର ଲୋକଙ୍କ ନାଁରେ ଏତଲା

ଆର.ଉଦୟଗିରି,୨୩ା୫(ଡି.ଏନ.ଏ.)-ଆର.ଉଦୟଗିରି ଥାନା ସରଳାପଦର ଗ୍ରାମର ଜଣେ ମହିଳାଙ୍କୁ ଶାଶୁଘର ଲୋକେ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି। ବିବାହର ୧୩ ବର୍ଷ ପରେ ନିର୍ଯାତନାର ଶିକାର ହୋଇଥିବା ନାରାୟଣୀ ନାୟକଙ୍କ ଏତଲାକ୍ରମେ ନଂ.୫୫/୧୯ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି।
ପ୍ରକାଶ ଯେ, ନାରାୟଣୀ ତାଙ୍କରି ଗ୍ରାମର ଜଣଙ୍କୁ ପ୍ରେମ ବିବାହ କରିଥିଲେ। ଗ୍ରାମବାସୀଙ୍କ ନିଷ୍ପତ୍ତି ପ୍ରକାରେ ୨୦୦୭ ଅକ୍ଟୋବର ୩୧ରେ ବିବାହ ହୋଇଥିଲେ ମଧ୍ୟ ପରିବାର ଲୋକେ ଗ୍ରହଣ ନ କରିବାରୁ ଦମ୍ପତି ଗ୍ରାମରେ ଘର ଭଡ଼ା ନେଇ ରହୁଥିଲେ। ସେମାନଙ୍କର ୧୦ ବର୍ଷର ଝିଅ ଓ ୭ ବର୍ଷର ପୁଅ ଅଛନ୍ତି। ନାରାୟଣୀ ଓ ତାଙ୍କ ସ୍ବାମୀ ଭୁବନେଶ୍ୱର ଯାଇ ରେଷ୍ଟୁରାଣ୍ଟରେ କାମ କରୁଥିଲେ । ୨ ମାସ ତଳେ ଶାଶୁଘର ପରିବାର ଲୋକେ ଭୁବନେଶ୍ୱର ଯାଇ ସ୍ବାମୀଙ୍କୁ ଗ୍ରାମକୁ ଡାକିଥିଲେ। ସେମାନେ ନାରାୟଣୀଙ୍କ ବିରୋଧରେ କହିବାରୁ ସ୍ବାମୀ ଆଉ ଭୁବନେଶ୍ୱର ଗଲେନି। ପରେ ନାରାୟଣୀ ସ୍ବାମୀଙ୍କୁ ଡ଼ାକିବାକୁ ଗ୍ରାମକୁ ଆସିଥିବା ବେଳେ ସ୍ବାମୀଙ୍କ ସମେତ ଶାଶୁ, ଦେଢ଼ଶୁର, ଦେଢ଼ଶାଶୁ ଏବଂ ପରିବାରର ଅନ୍ୟମାନେ ନିର୍ଯାତନା ଦେଇଥିଲେ । ଏହା ସହ୍ୟ କରି ନ ପାରି ନାରାୟଣୀ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏସଆଇ ବିଶ୍ୱଜିତ ଜେନା ଏହି ଘଟଣାର ତଦନ୍ତ ଦାୟିତ୍ୱ ନେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ଝଗଡ଼ପଲ୍ଲୀକୁ ହରାଇ ଗୋକର୍ଣ୍ଣପୁର ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଅଧୀନ ଗୋଲଣ୍ଡା ଗ୍ରାମରେ ଚାଲିଥିବା ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି ।…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

ବହୁ ଖୋଜାଖୋଜିି ପରେ ବି ମିଳିଲେନି: ଏବେ ଜଙ୍ଗଲରେ…

ଭଞ୍ଜନଗର, ୧୫।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ତାରସିଂ ଥାନା ପୋଲିସ ସୋମବାର ବ୍ରାହ୍ମଣପଦର ନିକଟସ୍ଥ ଜଙ୍ଗଲରୁ ଜଣେ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri