ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ

ଶେରଗଡ,୭ା୧୨(ଡି.ଏନ୍‌.ଏ.)-ଶେରଗଡ ବ୍ଲକ ଅଣ୍ଡରାସିଂହ ଗ୍ରାମର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଶୁକ୍ରବାର ପୋଲିସ ଉଦ୍ଧାର କରିଛି। ସେ ହେଲେ ଭାରତୀ ନାୟକ (୨୧)। ଖବର ପାଇ ଶେରଗଡ ପୋଲିସ ପହଞ୍ଚତ୍ଥିଲା। ଭାରତୀଙ୍କ ବାପା ପାଟପୁର ବ୍ଲକ ଅନ୍ତର୍ଗତ ନରସିଂହଗଡର ପ୍ରଫୁଲ ବେହେରା ପହଞ୍ଚତ୍ ଝିଅଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ମାରି ଟାଙ୍ଗି ଦେଇଥିବା ପୋଲିସକୁ କହିଥିଲେ। ନଂ.୧୧୮/୨୦୧୯ ପ୍ରକାରେ ମାମଲା ରୁଜୁ କରି ମାଜିଷ୍ଟ୍ରେଟ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକଙ୍କ ଉପସ୍ଥିତିରେ ପୋଲିସ ମୃତଦେହ ଜବତ କରି ବ୍ୟବଛେଦ ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ତଦନ୍ତ ଚଳାଇଛି। ଭାରତୀଙ୍କ ଶାଶୁ ଓ ଶ୍ୱଶୁରଙ୍କୁ ପୋଲିସ ଅଟକ ରଖି ପଚରା ଉଚୁରା ଚଳାଇଛି। ମାତ୍ର ଶାଶୁଘର ଲୋକେ ଝିଅ ଆତ୍ମହତ୍ୟା କରିଥିବା କହିଛନ୍ତି।
ପ୍ରକାଶ ଯେ, ନରସିଂହଗଡର ପ୍ରଫୁଲଙ୍କ ଝିଅ ଭାରତୀ ସହ ଶେରଗଡ ବ୍ଲକ ଅଣ୍ଡରାସିଂହ ଗ୍ରାମର ଉମାକାନ୍ତଙ୍କର ୨୦୧୭ରେ ବିବାହ ହୋଇଥିଲା। ଉମାକାନ୍ତ ଭୁବନେଶ୍ୱରରେ ରହି କାମ କରନ୍ତି। ବିବାହର କିଛିଦିନ ପରେ ଶାଶୁଘର ଲୋକେ ଯୌତୁକ ଦାବିରେ ନିର୍ଯାତନା ଦେଇଥିଲେ। ଭାରତୀ ବାପ ଘରକୁ ଚାଲି ଆସିଥିଲେ। ଏନେଇ ପାଟପୁର ଥାନାରେ ଅଭିଯୋଗ ହୋଇଥିଲା। ଆପୋଷ ଆଲୋଚନା ପରେ ସମାଧାନ ହୋଇ ୩ମାସ ତଳେ ଶାଶୁଘର ଲୋକେ ଭାରତୀଙ୍କୁ ନେଇଥିଲେ। ଶୁକ୍ରବାର ସକାଳେ ଭାରତୀ ଫୋନ୍‌ କରି ପାଟପୁର ଥାନାରୁ ମାମଲା ଉଠାଇ ଦିଅ ନ ହେଲେ ମୋ ଶାଶୁ ମାରଧର କରୁଛନ୍ତି ବୋଲି ଭାଇଙ୍କୁ ଫୋନ କରି ଜଣାଇଥିଲେ। ପରେ ଅପରାହ୍ନ ପ୍ରାୟ ସାଢେ ୨ଟାରେ ଭାରତୀଙ୍କର ମୃତ୍ୟୁ ଘଟିଥିବା ଶାଶୁଘର ଲୋକେ ଜଣାଇଥିଲେ ବୋଲି ତାଙ୍କ ଭାଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ, ଚର୍ଚ୍ଚାରେ କଂଗ୍ରେସର ଗୋଷ୍ଠୀକନ୍ଦଳ

ପୁରୁଷୋତ୍ତମପୁର,୮।୧୦(ସବିତା ମିଶ୍ର): ଓଡ଼ିଶା ବନ୍ଦର ପ୍ରଭାବ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦେଖିବାକୁ ମିଳିଛି । କାଳୀମନ୍ଦିର ଛକରେ କଂଗ୍ରେସ ଓ ସିପିଆଇ କର୍ମୀମାନେ ପିକେଟିଂ କରି ଗାଡ଼ିମୋଟର…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି: ରମ୍ଭାରେ ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ

ରମ୍ଭା, ୮।୧୦ (ବିଦ୍ୟାଧର ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ବ୍ଲକ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଗଞ୍ଜାମ ଜିଲାର ରମ୍ଭା ଅଞ୍ଚଳରେ ଦେଖିବାକୁ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?