ମହିଳାଙ୍କ ତଣ୍ଟିି କାଟି ହତ୍ୟା: ୩ ଦିନ ପରେ ମୃତଦେହ ଉଦ୍ଧାର

ବଡବିଲ, ୧୯।୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅଞ୍ଚଳରେ ଶୁକୁରମୁନି ମୁଣ୍ଡା (୫୦) ନାମ୍ନୀ ଜଣେ ମହିଳାଙ୍କୁ ତଣ୍ଟିକାଟି ହତ୍ୟା କରାଯାଇଛି। ୩ ଦିନ ପରେ ଏହି ଘଟଣା ପଦାକୁ ଆସିଛି। ଗାଁ ନିକଟସ୍ଥ ଜଙ୍ଗଲରେ ମୃତଦେହ ପଡିଥିବା ତାଙ୍କ ସ୍ବାମୀ ଓ ପରିବାର ଲୋକେ ରବିବାର ଦେଖିବା ପରେ ଏ ନେଇ ଥାନାକୁ ଜଣାଇଥିଲେ। ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଚଳାଇଛି। ଶୁକୁରମୁନିଙ୍କ ଘର ବାମେବାରୀ ଥାନା ଅନ୍ତର୍ଗତ ଲହୁଣିପଶି ଗାଁରେ । ଏ ନେଇ ପୋଲିସ ଏକ ହତ୍ୟା ମାମଲା( ନଂ.୧୦୨/୨୦୧୯) ରୁଜୁ କରି ତଦନ୍ତ କରୁଛି।
ପୋଲିସ ସୂଚନା ଅନୁଯାୟୀ, ଶୁକୁରମୁନି ଗତ ଗୁରୁବାର ଅପରାହ୍ନରେ ଲହୁଣିପଶି ଗ୍ରାମ ଜଙ୍ଗଲକୁ ଗାଈ ଚରାଇବାକୁ ଯାଇ ଆଉ ଘରକୁ ଫେରି ନ ଥିଲେ। ତାଙ୍କ ସହ ଯାଇଥିବା ଜଣେ ସମ୍ପର୍କୀୟ ସେଠାରେ ଏକ ଧାରୁଆ କାତି ସାହାଯ୍ୟରେ ତାଙ୍କ ବେକକୁ କାଟି ହତ୍ୟା କରି ଫେରାର ହୋଇଯାଇଥିବା ପାରପାର୍ଶିକ ସ୍ଥିତିରୁ ଅନୁମାନ କରାଯାଉଛି। ସମ୍ପୃକ୍ତ ସମ୍ପର୍କୀୟ ଫେରାର ଥିବାରୁ ଏଭଳି ସନ୍ଦେହ ଘନୀଭୂତ ହୋଇଛି। ଶୁକୁରମୁନି ଗାଈ ଚରାଇବାକୁ ଯାଇ ଘରକୁ ନ ଫେରିବାରୁ ପରିବାର ଲୋକ ୩ ଦିନ ଧରି ତାଙ୍କୁ ଏଣେତେଣେ ଖୋଜାଖୋଜି କରିଥିଲେ। ରବିବାର ସକାଳେ ତାଙ୍କ ସ୍ବାମୀ ଲାଳିଆ ମୁଣ୍ଡା ଜଙ୍ଗଲରେ ତାଙ୍କ ସ୍ତ୍ରୀଙ୍କ ମୃତଦେହ ପଡିଥିବା ଦେଖି ପୋଲିସକୁ ଜଣାଇଥିଲେ ା ଶୁକୁରମୁନିଙ୍କୁ ହତ୍ୟା କରାଯିବା ଘଟଣା ରହସ୍ୟଘେରରେ ଥିଲେ ମଧ୍ୟ ଗ୍ରାମବାସୀ ଭିନ୍ନ ଭିନ୍ନ କଥା କହୁଛନ୍ତି। ଫେରାରଥିବା ସମ୍ପର୍କୀୟ ବ୍ୟକ୍ତିଙ୍କ ସହ ଶୁକୁରମୁନିଙ୍କ ପରିବାର ମଧ୍ୟରେ ଦୀର୍ଘ ଦିନରୁ ଜମିବିବାଦ ରହିଥିଲା ବୋଲି ପ୍ରାଥମିକ ତଦନ୍ତରୁ ପୋଲିସ ଜାଣିବାକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri