Posted inଜାତୀୟ

ମହିଳା ଆଇଏସ୍‌ଆଇ ଏଜେଣ୍ଟଙ୍କୁ ତଥ୍ୟ ଦେଇ ୨ ଯବାନ ଗିରଫ

ନୂଆଦିଲ୍ଲୀ,୭ା୧୧(ଆଇଏଏନ୍‌ଏସ୍‌): ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇର ଜଣେ ମହିଳା ଏଜେଣ୍ଟଙ୍କୁ ଗୁରୁତ୍ୱପୂର୍ଣ୍ଣ ଗୋପନ ତଥ୍ୟ ଦେବା ଅଭିଯୋଗରେ ୨ ଯବାନଙ୍କୁ ଗିରଫ କରାଯାଇଛି। ଲାନ୍ସ ନାଏକ ରବି ବର୍ମା ଏବଂ ଯବାନ ବିଚିତ୍ର ବୋହ୍‌ରାଙ୍କୁ ସିବିଆଇ ଓ ଆଇବିର ମିଳିତ ଟିମ୍‌ ଗିରଫ କରିଛି। ପୋଖରାନ ଯାଉଥିଲାବେଳେ ଗୋଇନ୍ଦା ଅଧିକାରୀମାନେ ସେମାନଙ୍କୁ ପିଛା କରି ଯୋଧପୁର ରେଳଷ୍ଟେଶନରୁ ଗିରଫ କରି ହାଜତକୁ ନେବା ପରେ ପଚରା ଉଚରା ଜାରି ରଖିଛନ୍ତି। ଏମାନେ ପାକିସ୍ତାନୀ ମହିଳାଙ୍କ ହନିଟ୍ରାପ୍‌ରେ ଫସି ତାଙ୍କୁ ଗୁରୁତ୍ୱପୂର୍ଣ୍ଣ ସୀମା ତଥ୍ୟ ପ୍ରଦାନ କରୁଥିଲେ। ସେମାନେ ହ୍ବାଟ୍ସଆପ୍‌ ଓ ଫେସ୍‌ବୁକ୍‌ ଜରିଆରେ ପାକିସ୍ତାନକୁ ସୂଚନା ପଠାଉଥିଲେ ବୋଲି ଜଣେ ଅଧିକାରୀ କହିଛନ୍ତି। ମହିଳା ଆଇଏସ୍‌ଆଇ ଏଜେଣ୍ଟ ଜଣକ ପାକିସ୍ତାନ ନମ୍ବରରୁ ଭଏସ୍‌ ଓଭର ଇଣ୍ଟରନେଟ ପ୍ରୋଟୋକଲ୍‌ ସେବା ଜରିଆରେ କଥା ହେଉଥିଲେ। ଏହା ଯବାନଙ୍କ ଫୋନ୍‌ ସ୍କ୍ରିନ୍‌ରେ ଭାରତୀୟ ନମ୍ବର ଭଳି ଜଣାପଡୁଥିଲା। ଫଳରେ ସେମାନେ ତାଙ୍କୁ ଭାରତୀୟ ମହିଳା ଭାବି ରାଜସ୍ଥାନରେ ସେନା ମୁତୟନ, ସେନା ଉପକରଣ ଓ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ଗୁପ୍ତ ତଥ୍ୟ ଦେଇଚାଲିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୀତିନ ନବୀନଙ୍କ ନୂଆ ଦଳରେ କିଏ ସାମିଲ ହେଲେ? ବିନୋଦ ତାୱଡେଙ୍କ ସମେତ ତିନି ଜଣଙ୍କ ନାମ ଚୂଡ଼ାନ୍ତ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସାଂଗଠନିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛି। ନୀତିନ ନବୀନ ଦଳର ସଭାପତି ଭାବରେ ଦାୟିତ୍ୱ ନେବା ମାତ୍ରେ ଏ ସମ୍ପର୍କରେ…

ସମୁଦ୍ରରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ, ୨ ଟ୍ରଲର ସହ ୫ କ୍ୱିଣ୍ଟାଲ ମାଛ ଜବତ କରି…

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ପୁଣିଥରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ ଦେଖିବାକୁ ମିଳିଛି। ଆର୍ଯ୍ୟପଲ୍ଲୀ ନିକଟ ସମୁଦ୍ରରେ ଆନ୍ଧ୍ର ପ୍ରଦେଶର…

UGC-NET: ‘ଭୁଲ NTA କରୁଛି, ଦଣ୍ଡ ଛାତ୍ରୀଛାତ୍ର ଭୋଗୁଛନ୍ତି’, ବର୍ଷିଲେ ରାହୁଲ

ନୂଆଦିଲ୍ଲୀ,୧୭।୮: UGC-NETର ଇଂରାଜୀ, କମର୍ସ ଓ ସୋସିଓଲୋଜି ୩ଟି ପରୀକ୍ଷା ବାତିଲ ହେବା ପରେ କେନ୍ଦ୍ର ସରକାର ଓ NTAକୁ ଟାର୍ଗେଟ୍ କରିଛନ୍ତି ଲୋକ ସଭାର ବିରୋଧୀ…

ବିପଦ ସଙ୍କେତ ଟପିଲା ସାଳନ୍ଦୀ, ତଳେ ବୈତରଣୀ: ଜିଲାର ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୧୭।୮ (ସନାତନ ରାଉତ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ବିପଦ ସଙ୍କେତ ତଳେ…

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….

ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ…

ବ୍ରିଜ୍‌ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ…

ବାଲେଶ୍ବରରୁ ୧୮୦ କି.ମି. ଦୂରରେ ରହିଛି ଅବପାତ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଅବପାତ ବାଂଲାଦେଶର ସାତଖିରାଠାରୁ ପ୍ରାୟ ୮୦ କିମି ପଶ୍ଚିମ-ଦକ୍ଷିଣପଶ୍ଚିମ, ପଶ୍ଚିମବଙ୍ଗର ବାଙ୍କୁଡ଼ାଠାରୁ ୧୬୦ କିମି…

ସିଂହ ରାଶିରେ ସୂର୍ଯ୍ୟଙ୍କ ଗୋଚର, ମେଷ-ମକର ସମେତ ୫ ରାଶିର ଚମକିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଆଜି ସକାଳ ୮ଟା ୩ ମିନିଟ୍‌ରେ ନିଜ ସ୍ୱରାଶି ସିଂହରେ ପ୍ରବେଶ କରିଛନ୍ତି। ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ସୂର୍ଯ୍ୟ ସିଂହ ରାଶିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri