Posted inଖେଳ

ମହିଳା ଟି୨୦ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷିତ: ଭାରତ- ଅଷ୍ଟ୍ରେଲିଆ ଉଦ୍‌ଘାଟନୀ ମ୍ୟାଚ୍‌

ଦୁବାଇ,୯।୯- ଥାଇଲାଣ୍ଡ ଓ ବାଂଲାଦେଶ ଦମ୍‌ଦାର ପ୍ରଦର୍ଶନ କରି ଯୋଗ୍ୟତା ହାସଲ କରିବା ପରେ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଆଗାମୀ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ୨୦୨୦ ମହିଳା ଟି୨୦ ବିଶ୍ୱକପ୍‌ର କାର୍ଯ୍ୟସୂଚୀ ଘୋଷିତ ହୋଇଛି। ଆଇସିସି ତରଫରୁ ରବିବାର ଏ ନେଇ ଘୋଷଣା କରାଯାଇଛି। ସ୍କଟଲାଣ୍ଡରେ ଅନୁଷ୍ଠିତ ବିଶ୍ୱକପ୍‌ କ୍ୱାଲିଫାଇଙ୍ଗ୍‌ ଇଭେଣ୍ଟରେ ବିଜୟୀ ହେବା ପରେ ବାଂଲାଦେଶ ବିଶ୍ୱକପ୍‌ ଖେଳିବାକୁ ଯୋଗ୍ୟତା ହାସଲ କରିଛି। ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ, ଭାରତ, ନ୍ୟୁଜିଲାଣ୍ଡ ଓ ଶ୍ରୀଲଙ୍କା ସହ ବାଂଲାଦେଶ ଗ୍ରୁପ୍‌ ଏ’ରେ ସ୍ଥାନ ପାଇଛି। ଅନ୍ୟପଟେ ୧୨ ବର୍ଷ ତଳେ ପ୍ରଥମ ଓ ଶେଷଥର ପାଇଁ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଥିବା ଥାଇଲାଣ୍ଡ ମହିଳା ଦଳ ଏଥର ଟି୨୦ ବିଶ୍ୱକପ୍‌ ଖେଳିବାକୁ ଯୋଗ୍ୟତା ହାସଲ କରି ଇତିହାସ ସୃଷ୍ଟି କରିଛି। ଇଂଲଣ୍ଡ, ଦକ୍ଷିଣ ଆଫ୍ରିକା, ଓ୍ବେଷ୍ଟଇଣ୍ଡିଜ୍‌ ଓ ପାକିସ୍ତାନ ସହ ଥାଇଲାଣ୍ଡ ଗ୍ରୁପ୍‌ ବି’ରେ ସାମିଲ ହୋଇଛି।
ବିଶ୍ୱକପ୍‌ ଖେଳିବାକୁ ବାଂଲାଦେଶ ଓ ଥାଇଲାଣ୍ଡକୁ ଆମେ ସ୍ବାଗତ କରୁଛୁ ବୋଲି ୨୦୨୦ ଆଇସିସି ଟି୨୦ ବିଶ୍ୱକପ୍‌ ଲୋକାଲ ଅର୍ଗାନାଇଜିଂ କମିଟି ମୁଖ୍ୟ କାର୍ଯ୍ୟନିର୍ବାହୀ ନିକ୍‌ ହୋକେଲେ କହିଛନ୍ତି। କ୍ୱାଲିଫାଇଙ୍ଗ୍‌ ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଥିଲେ ମଧ୍ୟ ଥାଇଲାଣ୍ଡ ୭୦ ରନରେ ବାଂଲାଦେଶଠାରୁ ପରାସ୍ତ ହୋଇ ରନର୍ସଅପ୍‌ ହୋଇଥିଲା। ବିଶ୍ୱକପ୍‌ରେ ଥାଇଲାଣ୍ଡ ତା’ର ପ୍ରଥମ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌କୁ ଆସନ୍ତା ଫେବୃୟାରୀ ୨୨ ତାରିଖରେ ଭେଟିବ। ସେହିପରି ବାଂଲାଦେଶ ଫେବୃୟାରୀ ୨୭ ତାରିଖରେ ଅଷ୍ଟ୍ରେଲିଆ ବିପକ୍ଷରେ ତା’ର ପ୍ରଥମ ମ୍ୟାଚ୍‌ ଖେଳିବ।
ଓ୍ବେଷ୍ଟଇଣ୍ଡିଜ୍‌ରେ ୨୦୧୮ ଅନୁଷ୍ଠିତ ଟି୨୦ ବିଶ୍ୱକପ୍‌ରେ ଶ୍ରେଷ୍ଠ ୮ଟି ସ୍ଥାନ ଅଧିକାର କରିଥିବା ଦଳଗୁଡିକ ସିଧାସଳଖ ଏହି ବିଶ୍ୱକପ୍‌ ଖେଳିବାକୁ ଯୋଗ୍ୟତା ଅର୍ଜନ କରିଛନ୍ତି। ବିଶ୍ୱକପ୍‌ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ଓ ଅଷ୍ଟ୍ରେଲିଆ ଫେବୃୟାରୀ ୨୧ ତାରିଖରେ ମୁହଁାମୁହିଁ ହେବେ। ମାର୍ଚ୍ଚ ୮ ତାରିଖରେ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍‌ସିଜି)ରେ ବିଶ୍ୱକପ୍‌ର ଫାଇନାଲ ମ୍ୟାଚ ଖେଳାଯିବ।
ପରେ ଏହି ବର୍ଷ ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ୨୦୨୦ ମଧ୍ୟ ଆୟୋଜନ ହେବ। ଏହା ଅକ୍ଟୋବର ୧୮ରୁ ଆରମ୍ଭ ହୋଇ ନଭେମ୍ବର ୧୫ରେ ଶେଷ ହେବ। ଅକ୍ଟୋବର ୨୪ରେ ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆ ତା’ର ପ୍ରଥମ ମ୍ୟାଚ୍‌ ଖେଳିବ। ସେହିପରି ଏହିଦିନ ଭାରତ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତା’ର ବିଶ୍ୱକପ୍‌ ଅଭିଯାନ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri