Posted inଖେଳ

ମହିଳା ଟି୨୦ ବିଶ୍ୱକପ୍‌: ଲିଗ୍‌ ପର୍ଯ୍ୟାୟରେ ଭାରତ ଅପରାଜେୟ

ମେଲବୋର୍ନ,୨୯ା୨- ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ଟି୨୦ ମହିଳା ବିଶ୍ୱକପ୍‌ର ଲିଗ୍‌ ପର୍ଯ୍ୟାୟରେ ଅପରାଜେୟ ରହିଛି। ଶନିବାର ଖେଳାଯାଇଥିବା ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ୭ ଉଇକେଟରେ ଶ୍ରୀଲଙ୍କାକୁ ହରାଇ ଦେଇଛି। ଶ୍ରୀଲଙ୍କା ପକ୍ଷରୁ ଧାର୍ଯ୍ୟ ୧୧୪ ରନ୍‌ର ଟାର୍ଗେଟକୁ ଭାରତୀୟ ଦଳ ୩୨ ବଲ ଓ ୭ ଉଇକେଟ ହାତରେ ରଖି ହାସଲ କରିନେଇଛି। ପୂର୍ବରୁ ସେମିଫାଇନାଲରେ ପ୍ରବେଶ କରିସାରିଥିବା ଭାରତୀୟ ଦଳର ଏହା କ୍ରମାଗତ ଚତୁର୍ଥ ବିଜୟ। ବିଜୟୀ ଦଳ ଲାଗି ସଫଳ ବୋଲର ରାଧା ଯାଦବଙ୍କୁ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ କରାଯାଇଛି।
ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ଦଳ ଧାର୍ଯ୍ୟ ୨୦ ଓଭରରେ ୯ ଉଇକେଟ ହରାଇ ୧୧୩ ରନ୍‌ କରିଥିଲା। ଦଳ ପାଇଁ ଅଧିନାୟିକା ଚାମାରି ଆଟାପାଟୁ ୩୩ ଓ କାବିଶ ଦିଲାରି ୨୫ ରନ୍‌ କରିଥିଲେ। ଦଳର ୭ ଜଣ ବ୍ୟାଟ୍ସଓମ୍ୟାନ ଦୁଇ ଅଙ୍କ ସ୍କୋର ଛୁଇଁ ପାରି ନ ଥିଲେ। ଭାରତୀୟ ବୋଲରଙ୍କ ମଧ୍ୟରେ ରାଧା ସର୍ବାଧିକ ୪ ଉଇକେଟ ହାତେଇଥିଲେ। ରାଜେଶ୍ୱର ଗାଏକ୍ୱାଡ ୨ ଉଇକେଟ ନେଇଥିବାବେଳେ ଦୀପ୍ତି ଶର୍ମା, ଶିକ୍ଷା ପାଣ୍ଡେ ଓ ପୁନମ ଯାଦବ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଜବାବରେ ଶେଫାଳି ବର୍ମା ଓ ସ୍ମୃତି ମନ୍ଧାନାଙ୍କ ଓପନିଂ ଯୋଡ଼ି ୪.୪ ଓଭରରେ ୩୪ ରନ୍‌ କରିଥିଲେ। ମନ୍ଧାନା (୧୭) ଆଉଟ୍‌ ହେବା ପରେ ଶେଫାଳିଙ୍କ ସହ ଅଧିନାୟିକା ହରମନପ୍ରୀତ ମିଶି ଦ୍ୱିତୀୟ ଉଇକେଟ ଲାଗି ୪୭ ରନ୍‌ର ଭାଗୀଦାରି କରିଥିଲେ। ହରମନପ୍ରୀତ (୧୫) ଆଉଟ୍‌ ହେବାବେଳକୁ ଦଳର ବିଜୟଲକ୍ଷ୍ୟ ଦୂର ନ ଥିଲା। ପରବର୍ତ୍ତୀ ଓଭରରେ ଶେଫାଳି ରନଆଉଟ୍‌ ହୋଇଥିଲେ। ସେ ଆଉଟ୍‌ ହେବା ପୂର୍ବରୁ ୩୪ ବଲର ସମ୍ମୁଖୀନ ହୋଇ ୪୭ ରନ୍‌ କରିଥିଲେ। ତାଙ୍କ ଇନିଂସରେ ରହିଥିଲା ୭ ଚୌକା ଓ ଗୋଟିଏ ଛକା। ଏହାପରେ ଦଳକୁ ବିଜୟ ଲାଗି ଆବଶ୍ୟକ ରନ୍‌ ଜେମିମା ରୋଡ୍ରିଗୁଏଜ ଓ ଦୀପ୍ତି ଶର୍ମାଙ୍କ ଯୋଡ଼ି ହାସଲ କରି ନେଇଥିଲା। ଦୁହେଁ ୧୫ ରନ୍‌ ଲେଖାଏ କରି ଅପରାଜିତ ଥିଲେ। ଭାରତୀୟ ଦଳ ୧୪.୪ ଓଭରରେ ୩ ଉଇକେଟ ହରାଇ ୧୧୬ ରନ୍‌ କରି ମ୍ୟାଚ୍‌ ଜିତି ନେଇଥିଲା। ଶ୍ରୀଲଙ୍କା ପକ୍ଷରୁ ଉଦେଶିକା ପ୍ରାବୋଧାନି ଓ ଶାଶିକଲା ସିରିଓ୍ବର୍ଦନେ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ। ବିଜୟ ସହ ଭାରତୀୟ ଦଳ ଗ୍ରୁପ୍‌ ଏ’ରେ ୪ ମ୍ୟାଚ୍‌ରୁ ୪ ଜିତି ୮ ପଏଣ୍ଟ ହାସଲ କରି ଶୀର୍ଷ ସ୍ଥାନ ଅଧିକାର କରିଛି।
ସଂକ୍ଷିପ୍ତ ସ୍କୋର:
ଶ୍ରୀଲଙ୍କା ଦଳ- ୨୦ ଓଭରରେ ୧୧୩/୯(ଚାମାରି ଆଟାପାଟୁ ୩୩, କାଭିଶ ଦିଲାରି ୨୫, ରାଧା ଯାଦବ ୪/୨୩, ରାଜେଶ୍ୱର ଗାଏକ୍ୱାଡ ୨/୧୮)।
ଭାରତୀୟ ଦଳ- ୧୪.୪ ଓଭରରେ ୧୧୬/୩ (ଶେଫାଳି ବର୍ମା ୪୭, ସ୍ମୃତି ମନ୍ଧାନା ୧୭, ଉଦେଶିକା ପ୍ରବୋଧନି ୧/୧୩)।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri