ମହିଳା ପୋଲିସ ଅଧିକାରୀଙ୍କ କରୋନା ଗୀତ ଭାଇରାଲ

ଖୋର୍ଦ୍ଧା ଅଫିସ,୨୭ା୪ : ସାରା ବିଶ୍ୱ ଆଜି କରୋନା ଯୋଗୁ ଆତଙ୍କିତ ଅବସ୍ଥାରେ ରହିଛି। କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ଦେଶରେ ଲକ୍‌ଡାଉନ ଜାରି ରହିଛି। ଏ ନେଇ ସରକାରଙ୍କ ପକ୍ଷରୁ ବହୁବିଧ ପଦକ୍ଷେପ ଗ୍ରହଣ କରାଯାଇଛି। ସରକାରଙ୍କଠାରୁ ବିଭିନ୍ନ ସାମାଜିକ ଅନୁଷ୍ଠାନ ଏ ସଂକ୍ରାନ୍ତରେ ସଚେତନତାର ବାର୍ତ୍ତା ବାଣ୍ଟୁଛନ୍ତି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲା ପୋଲିସ ମୁଖ୍ୟାଳୟରେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ଅର୍ଚ୍ଚନା ମଲ୍ଲିକଙ୍କ ଦ୍ୱାରା ପ୍ରସ୍ତୁତ ଗୀତ କରୋନାକୁ ଆମେ ଡରିବା ନାହିଁ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ”ଶୁଣ ଶୁଣ ହେ ଭାଇ ଭଉଣୀ…ଘରେ ରହିବା, ସାବୁନରେ ହାତ ଧୋଇବା, ମାସ୍କ ପରିଧାନ କରିବା, ଯୋଦ୍ଧା ହୋଇ ଲଢିବା, କରୋନାକୁ ଡରି ଯିବାନି।“ ଏହି ଗୀତ ହ୍ବାଟ୍‌ସ ଆପ, ଫେସବୁକ, ଟୁଇଟର ଆଦି ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଗଁ।ଠାରୁ ସହର ପର୍ଯ୍ୟନ୍ତ ଅର୍ଚ୍ଚନାଙ୍କ ଏହି ଗୀତର ଏବେ ଚର୍ଚ୍ଚା ଚାଲିଛି। ବିଭିନ୍ନ ମହଲରେ ଅର୍ଚ୍ଚନାଙ୍କ ଏହି ଗୀତକୁ ବେଶ ପ୍ରଶଂସା କରାଯାଇଛି।
ଅର୍ଚ୍ଚନା କୁହନ୍ତି, କରୋନା ରୂପକ ମହାମାରୀ କବଳରେ ସାରା ବିଶ୍ୱ ଆଜି କବଳିତ। ଏହି ସମୟରେ ଜନସଚେତନତା ହେଉଛି ଏକମାତ୍ର ମାଧ୍ୟମ। ଏହାର ମୁକାବିଲା ଲାଗି ସମସ୍ତଙ୍କ ସହଯୋଗ ଆବଶ୍ୟକ। ଏହାର ମୁକାବିଲା ଲାଗି ସରକାର କେତେକ କଟକଣା ଜାରି କରିଛନ୍ତି। ଏହାକୁ ସମସ୍ତେ ପାଳନ କରିବା ଉଚିତ। ଏହାଦ୍ୱାରା ଏହି ମହାମାରୀ କରୋନାଠାରୁ ନିସ୍ତାର ମିଳିପାରିବ। ନିକଟରେ ଖୋର୍ଦ୍ଧା ପୋଲିସ ଅର୍ଚ୍ଚନାଙ୍କ ଏହି ଗୀତକୁ ମାଧ୍ୟମ କରି ଜନସଚେତନତା ଲାଗି ଏକ ରଥ ବାହାର କରି ଲୋକଙ୍କୁ ସଚେତନତାର ବାର୍ତ୍ତା ଦେଇଥିଲେ। ଏ ନେଇ ଏସ୍‌ପି ଅଜେୟ ପ୍ରତାପ ସ୍ବାଇଁ କୁହନ୍ତି, କରୋନାକୁ ରୋକିବା ଲାଗି ଜଣେ ସଚେତନ ନାଗରିକ ଭାବେ ସରକାରଙ୍କ ସମସ୍ତ ଗାଇଡଲାଇନକୁ ପାଳନ କରିବାର ଆବଶ୍ୟକତା ରହିଛି। ପ୍ରତ୍ୟେକ ବ୍ୟକ୍ତି ଏହାକୁ କାର୍ଯ୍ୟକାରୀ କରିଲେ, ସମାଜରେ ପରିବର୍ତ୍ତନ ଆସିପାରିବ ବୋଲି ଆଶା କରୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri