Posted inଖେଳ

ମହିଳା ଫିଫା ବିଶ୍ୱକପ୍‌:ସ୍କଟଲାଣ୍ଡକୁ ବିଦା କଲା ଆର୍ଜେଣ୍ଟିନା

ପାରିସ,୨୦।୬(ଏଏଫ୍‌ପି)- ଚଳିତ ମହିଳା ଫିଫା ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ଓ ସ୍କଟଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଗ୍ରୁପ୍‌ ଡି’ର ଏକ ରୋମାଞ୍ଚକ ମ୍ୟାଚ୍‌ ଡ୍ର’ ସହ ଶେଷ ହୋଇଛି। ମ୍ୟାଚ୍‌ର ୭୪ ମିନିଟ୍‌ ପର୍ଯ୍ୟନ୍ତ ୩-୦ ଗୋଲରେ ପଛୁଆ ଥିବା ପରେ ମଧ୍ୟ ଆର୍ଜେଣ୍ଟିନା ମ୍ୟାଚ୍‌କୁ ଫେରିବା ସହ ଏକ ପଏଣ୍ଟ ଅର୍ଜନ କରିପାରିଛି। ଏଥିଯୋଗୁ ୩ ମ୍ୟାଚ୍‌ରୁ ଦୁଇ ପଏଣ୍ଟ ପାଇଥିବା ଆର୍ଜେଣ୍ଟିନା ଦଳର ନକ୍‌ଆଉଟ୍‌ ରାଉଣ୍ଡକୁ ଉନ୍ନୀତ ହେବାର ଆଶା ଉଜ୍ଜୀବିତ ରହିଛି। ଅନ୍ୟପକ୍ଷରେ ସ୍କଟଲାଣ୍ଡର ବିଶ୍ୱକପ୍‌ ଅଭିଯାନ ଶେଷ ହୋଇଛି। ସ୍କଟଲାଣ୍ଡ ଦଳ ଲାଗି କିମ୍‌ ଲିଟଲ (୧୯ତମ ମିନିଟ୍‌), ଜେନ୍ନିଫର ବ୍ରେଟି (୪୯ତମ) ଓ ଇରିନ କର୍ଥବ୍ରଟ (୬୯ତମ) ଗୋଲ ଦେଇଥିଲେ। ଜବାବରେ ଆର୍ଜେଣ୍ଟିନାକୁ ମିଲାଗ୍ରସ ମେନେଣ୍ଡେଜ (୭୪ତମ) ପ୍ରଥମ ସଫଳତା ଆଣିଦେଇଥିଲେ। ଲି ଆଲେକ୍ସଜାଣ୍ଡର (୭୯ତମ) ଏକ ଆତ୍ମଘାତୀ ଗୋଲ ଦେଇଥିଲେ। ଶେଷରେ ଅତିରିକ୍ତ ସମୟରେ ମିଳିଥିବା ପେନାଲ୍ଟିକୁ ଫ୍ଲୋରେନ୍ସିଆ ବନ୍ସେଗୁଣ୍ଡୋ ଗୋଲରେ ପରିଣତ କରିଥିଲେ। ମ୍ୟାଚ୍‌ ଅମୀମାଂସିତ ଭାବେ ଶେଷ ହୋଇଥିବାରୁ ଏପର୍ଯ୍ୟନ୍ତ ଗ୍ରୁପ ପର୍ଯ୍ୟାୟରେ ବିଜୟ ସ୍ବାଦ ଚାଖିପାରି ନ ଥିବା ନ୍ୟୁଜିଲାଣ୍ଡ, ଚିଲି, ଚାଇନା, କାମେରୁନ ଓ ଥାଇଲାଣ୍ଡ ଦଳର ପ୍ରିକ୍ୱାର୍ଟର ଫାଇନାଲକୁ ଉନ୍ନୀତ ହେବାର ବାଟ ଫିଟିଛି। ଗ୍ରୁପ ଡି’ର ଆଉ ଏକ ମ୍ୟାଚ୍‌ରେ ଇଂଲଣ୍ଡ ୨-୦ ଗୋଲରେ ଜାପାନକୁ ହରାଇ ଦେଇଛି। ଦୁଇ ଦଳ ପୂର୍ବରୁ ଯୋଗ୍ୟତା ଅର୍ଜନ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri