Posted inଖେଳ

‘ମହିଳା ହକିର ଅଗ୍ରଗତିରେ ମୁଁ ଉଲ୍ଲସିତ’

ଭୁବନେଶ୍ୱର, ୧୬।୯ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ଅନ୍ୟତମ ତାରକା ମହିଳା ହକି ଖେଳାଳି ନମିତା ଟପ୍ପୋ ଗୁରୁବାର ଅବସର ଘୋଷଣା କରିଛନ୍ତି। ଭାରତୀୟ ଦଳର ଜଣେ ଦକ୍ଷ ମିଡ୍‌ଫିଲ୍ଡରଭାବେ ପରିଚିତ ସୁନ୍ଦରଗଡ଼ର ନମିତା ଆଗାମୀ ଦିନରେ ହକି ସହିତ ଜଡ଼ିତ ହୋଇ ରହିବେ ବୋଲି ପ୍ରକାଶ କରିଛନ୍ତି।
”ଗତ ୧୦ ବର୍ଷ ମୋ ଜୀବନର ଶ୍ରେଷ୍ଠ ସମୟ ଥିଲା। ଉଚ୍ଚସ୍ତରରେ ଦେଶ ପକ୍ଷରୁ ଖେଳିବା ପାଇଁ ମୋର ସ୍ବପ୍ନ ଥିଲା। ତାହା ସାକାର ହୋଇଥିବାରୁ ମୁଁ ବହୁତ ଖୁସି। ଏହି ସମୟ ମଧ୍ୟରେ ବ୍ୟକ୍ତିଗତ ପ୍ରଦର୍ଶନ ଦ୍ୱାରା ମୁଁ ପ୍ରଭାବ ପକାଇ ପାରିଥିଲି ବୋଲି ଅନୁଭବ କରୁଛି। ଗତ ଏକ ଦଶନ୍ଧି ମଧ୍ୟରେ ଭାରତୀୟ ମହିଳା ହକି ଦଳ ଯେପରି ଅଗ୍ରଗତି କରିଛି ସେଥିରେ ମୁଁ ଅତ୍ୟନ୍ତ ଉଲ୍ଲସିତ। ମୁଁ ଜୀବନର ନୂଆ ଅଧ୍ୟାୟ ଆରମ୍ଭ କଲେ ମଧ୍ୟ ଭାରତୀୟ ଦଳକୁ ସମର୍ଥନ ଜାରି ରଖିବି ଏବଂ ଉତ୍ସାହିତ କରିବି। ସାଥି ଖେଳାଳି ଓ ଓଡ଼ିଶା ସରକାରଙ୍କ ସମର୍ଥନ ବିନା ମୁଁ କେବେହେଲେ ସଫଳତା ପାଇପାରି ନ ଥାନ୍ତି। ରାଜ୍ୟ ସରକାର ଆମର ପ୍ରତି ସଫଳତାକୁ ସ୍ବୀକୃତି ଦେଇଛନ୍ତି। ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜ୍ୟ କ୍ରୀଡ଼ା ବିଭାଗକୁ ଧନ୍ୟବାଦ ଜଣାଇବାକୁ ଚାହିଁବି। ଏହା ବ୍ୟତୀତ ମହିଳା ହକିକୁ ଅଯାଚିତ ସମର୍ଥନ ଦେଇ ଆସିଥିବାରୁ ହକି ଇଣ୍ଡିଆ, ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ, କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଏବଂ ସମସ୍ତ କୋଚ୍‌ଙ୍କୁ ଧନ୍ୟବାଦ ଜଣାଉଛି“ ବୋଲି ନମିତା କହିଛନ୍ତି।
ଦରଦୀ ମଣିଷ
ଭାରତୀୟ ମହିଳା ହକି କୋଚ୍‌ ଜାନେକ ସ୍କୁପମାନ ମଧ୍ୟ ନମିତାଙ୍କ ଅବଦାନକୁ ମନେ ପକାଇଛନ୍ତି। ”ଭାରତୀୟ ହକିକୁ ନମିତାଙ୍କ ଅବଦାନ ଅନେକ। ପଡ଼ିଆରେ ଶ୍ରେଷ୍ଠ ପ୍ରଦର୍ଶନ ସହ ସେ ଯୁବବର୍ଗଙ୍କ ପାଇଁ ରୋଲ ମଡେଲ ସାଜି ପାରିଛନ୍ତି। ଅନ୍ତର୍ଜାତୀୟ ସ୍ତରରେ ସବୁ ଖେଳାଳି ଦେଶ ପକ୍ଷରୁ ୧୬୮ ମ୍ୟାଚ ଖେଳିବା ସୁଯୋଗ ପାଇ ନ ଥାନ୍ତି। ମାତ୍ର ନମିତା ତାହା କରି ଦେଖାଇଛନ୍ତି। ଶ୍ରେଷ୍ଠ ଖେଳାଳି ବ୍ୟତୀତ ନମିତା ଜଣେ ଦରଦୀ ମଣିଷ ବୋଲି ମୁଁ ଜାଣେ। ସେ ଜଣେ ବିଚାରବନ୍ତ ଏବଂ ସର୍ବଦା ଦଳକୁ ପ୍ରାଥମିକତା ଦେଇଥାନ୍ତି“ ବୋଲି ସ୍କୁପମାନ କହିଛନ୍ତି। ହକି ଇଣ୍ଡିଆ ମଧ୍ୟ ନମିତାଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଇଛି। ଭବିଷ୍ୟତ କାର୍ଯ୍ୟପନ୍ଥା ପାଇଁ ହକି ଇଣ୍ଡିଆ ପକ୍ଷରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri