Posted inଖେଳ

ମହିଳା ହକି ସିରିଜ୍‌: ବୃହତ୍‌ ବିଜୟ ସହ ଭାରତୀୟ ଦଳର ଅଭିଯାନ ଆରମ୍ଭ

ଅକ୍‌ଲାଣ୍ଡ,୨୫।୧(ପି.ଟି.)- ଅଧିନାୟିକା ରାଣୀ ରାମ୍‌ପାଲଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୪-୦ ଗୋଲର ବୃହତ୍‌ ବିଜୟ ସହ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ୍‌ରେ ଅଭିଯାନ ଆରମ୍ଭ କରିଛି। ବିଜୟୀ ଦଳ ପାଇଁ ରାଣୀ ଡବଲ ଗୋଲ ଦେଇଥିବାବେଳେ ଶର୍ମିଲା ଓ ଓଡ଼ିଶାର ନମିତା ଟପ୍ପୋ ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ।
ମ୍ୟାଚ୍‌ ଆରମ୍ଭରୁ ସଂଘର୍ଷପୂର୍ଣ୍ଣ ରହିଥିଲା। କିନ୍ତୁ ମ୍ୟାଚ୍‌ର ପ୍ରଥମ ଗୋଲ ତୃତୀୟ କୋର୍ଟରରେ ଦେଖିବାକୁ ମିଳିଥିଲା। ଅଧିନାୟିକା ରାଣୀ ଦଳୀୟ ଖାତା ଖୋଲିଥିଲେ। ପୂରା କ୍ୱାର୍ଟରରେ ଦଳ କ୍ରମାଗତ ପେନାଲ୍ଟି କର୍ନର ହାସଲ କରିଥିଲା। କିନ୍ତୁ ସବୁ ବେକାର ସାବ୍ୟସ୍ତ ହୋଇଥିଲା। ଯୁବା ଶର୍ମିଲା ଭାରତୀୟ ଦଳର ଅଗ୍ରଣୀ ବ୍ୟବଧାନକୁ ଦୁଇ ଗୁଣିତ କରିଥିଲେ। ଚତୁର୍ଥ କ୍ୱାର୍ଟରରେ ଅଧିନାୟିକା ରାଣୀ ବ୍ୟକ୍ତିଗତ ଦ୍ୱିତୀୟ ଗୋଲ ଦେଇଥିଲେ। ଓଡ଼ିଆ ଖେଳାଳି ନମିତା ଚତୁର୍ଥ ତଥା ଅନ୍ତିମ ଗୋଲ ସ୍କୋର କରିଥିଲେ। ଆରମ୍ଭରୁ ଆମେ ସଂଘର୍ଷ କରିଥିଲୁ। ହେଲେ ପରବର୍ତ୍ତୀ ମୁହୂର୍ତ୍ତରେ ଆମେ ଖେଳକୁ ନିୟନ୍ତ୍ରିଣକୁ ଆଣି ସୁଯୋଗ ସୃଷ୍ଟି କରିବାକୁ ସକ୍ଷମ ହୋଇଥିଲୁ। ଅନ୍ତିମ ଦୁଇ କ୍ୱାର୍ଟରରେ ଘରୋଇ ଦଳ ଅତ୍ୟଧିକ ଚାପ ପକାଇଥିଲା। ଏହାକୁ ଖାତିର ନ କରି ଆଟାକିଂ ଖେଳ ଜାରି ରଖିଥିଲୁ ବୋଲି ମୁଖ୍ୟ କୋଚ୍‌ ଜୋର୍ଡ ମାରିଜନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri