ମହୀପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ସମସ୍ୟା: ଡାକ୍ତରଖାନା ଗେଟ୍‌ରେ ତାଲା ପକାଇ ବିକ୍ଷୋଭ

ନୂଆଗାଁ,୧୩।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ବ୍ଲକ ମହୀପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଆବଶ୍ୟକୀୟ ଡାକ୍ତର ଓ କର୍ମଚାରୀ ନାହାନ୍ତି। ଫଳରେ ରୋଗୀସେବା ବିପର୍ଯ୍ୟସ୍ତ ହେଉଛି। ରବିବାର ସ୍ବାସ୍ଥ୍ୟ କେନ୍ଦ୍ରରେ କୌଣସି ଡାକ୍ତର ନ ଥିବା ଯୋଗୁ ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ସନ୍ଧ୍ୟାରେ ସ୍ବାସ୍ଥ୍ୟ କେନ୍ଦ୍ରରେ ତାଲା ପକାଇ ଦେଇଥିଲେ। ଡାକ୍ତରଖାନା ସୋମବାର ସକାଳ ୧୦ଟା ଯାଏ ବନ୍ଦ ରହିଥିଲା । ମହିପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ମନୋଜ ସାହୁ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ସେମାନେ ତାଲା ଖୋଲିବା ପାଇଁ ରାଜି ହୋଇ ନ ଥିଲେ । ଆବଶ୍ୟକ ମୁତାବକ ଡାକ୍ତର ନ ଆସିବା ଯାଏ ଲୋକମାନେ ତାଲା ଖୋଲିବେ ନାହିଁ ବୋଲି ଜିଦ୍‌ ଧରି ବସିଥିଲେ । ନୂଆଗାଁ ଥାନା ଅଧିକାରୀ ମନୋରମା ମଲିକ ପହଞ୍ଚତ୍ ଲୋକମାନଙ୍କୁ ବୁଝାଶୁଝା କରିବା ସହ ମଙ୍ଗଳବାର ହେବାକୁ ଥିବା ରୋଗୀ କଲ୍ୟାଣ ସମିତି ବୈଠକରେ ଡାକ୍ତର ପଦବୀ ପୂରଣ ପାଇଁ ଦାବି ଉପସ୍ଥାପନ କରିବାକୁ କହିବା ପରେ ଡାକ୍ତରଖାନା ଗେଟରୁ ତାଲା ଖୋଲା ଯାଇଥିଲା।
ସୂଚନା ଅନୁଯାୟୀ, ରବିବାର ସନ୍ଧ୍ୟାରେ ମହୀପୁର ଅଞ୍ଚଳର ଜଣେ ୫ ବର୍ଷର ଶିଶୁ ଝାଡାବାନ୍ତିରେ ଆକ୍ରାନ୍ତ ହେବା ପରେ ତାଙ୍କର ଚିକିତ୍ସା ପାଇଁ ମହୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା । କିନ୍ତୁ ସେଠାରେ କୌଣସି ଡାକ୍ତର କିମ୍ବା କର୍ମଚାରୀ ନ ଥିଲେ । ତେଣୁ ସ୍ଥାନୀୟ ଲୋକେ ଉତକ୍ଷିପ୍ତ ହୋଇ ଗେଟରେ ତାଲା ପକାଇ ଦେଇଥିଲେ । ଦୀର୍ଘ ଦିନ ହେଲା ଏପରି ସମସ୍ୟା ଲାଗି ରହିଥିଲେ ମଧ୍ୟ ତାହାର ସମାଧାନ ଲାଗି କୌଣସି ଅଧିକାରୀ ଦୃଷ୍ଟି ଦେଉ ନାହାନ୍ତି। ମହୀପୁର ସ୍ବାସ୍ଥ୍ୟ କେନ୍ଦ୍ରରେ ଜଣେ ମେଡିକାର ଅଫିସରଙ୍କ ସହ ପ୍ରତି ବିଭାଗର ଜଣେ ଲେଖାଏ ଏପରି ମୋଟ ୬ ଜଣ ଏମ୍‌ବିବିଏସ ଡାକ୍ତର ଓ ୨ ଜଣ ଆୟୁଷ ଡାକ୍ତର ରହିବା କଥା । କିନ୍ତୁ ଏଠାରେ ୩ ଜଣ ଡାକ୍ତର ଓ ଜଣେ ଆୟୁଷ ଡାକ୍ତରଙ୍କ ଅଭାବ ରହିଛି । ପ୍ରତି ଡାକ୍ତରଖାନାରେ ଜଣେ ଏମ୍‌ବିବିଏସ ଡାକ୍ତର ଓ ଜଣେ ଆୟୁଷ ଡାକ୍ତର ରହିବା ନିୟମ ଥିବା ବେଳେ ନୂଆଗାଁ ଡାକ୍ତରଖାନାରେ ଦୀର୍ଘ ୨ ବର୍ଷ ହେଲା କୌଣସି ଡାକ୍ତର ନାହାନ୍ତି। ଜଣେ ଫାର୍ମାସିଷ୍ଟଙ୍କୁ ନେଇ ଚାଲିଛି ଡାକ୍ତରଖାନା । ବାହାଡାଝୋଲା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଉପରେ ଅଧିକ ଆଦିବାସୀ ଜନସାଧାରଣ ନିର୍ଭର କରୁଥିବା ଯୋଗୁ ତାହାକୁ ନବୀକରଣ ପରେ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ନାମକରଣ କରାଯାଇ ଅତ୍ୟାଧୁନିକ ଯନ୍ତ୍ରପାତି ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ଆୟୁଷ ଡାକ୍ତରଙ୍କ ଅଭାବ ପୂରଣ କରାଯାଇନାହିଁ । ସେହିପରି ଡିମିରିପଲିରେ ଜଣେ ଆୟୁଷ ଡାକ୍ତର, ଜଗନ୍ନାଥପ୍ରସାଦରେ ଏମ୍‌ବିବିଏସ ଡାକ୍ତରଙ୍କ ଅଭାବ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri