ମହେନ୍ଦ୍ର ହାଇସ୍କୁଲରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ଗୋଟିଏ ହଲ୍‌ରେ ୧୫୦ ପିଲା

ଆଠମଲ୍ଲିକ,୧୧ା୮(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ସଦର ମହକୁମାସ୍ଥିତ ବହୁ ପୁରାତନ ମହେନ୍ଦ୍ର ହାଇସ୍କୁଲ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଏଠାରେ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଉପଯୁକ୍ତ ଶିକ୍ଷା ପ୍ରଦାନରେ ସମସ୍ୟା ହେଉଥିଲେ ହେଁ ବିଭାଗୀୟ ଉଦସୀନତା ଯୋଗୁ ଏହାର ସମାଧାନ ହୋଇପାରୁ ନ ଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଗ୍ରାମବାସୀ ତଥା ଅଭିଭାବକଙ୍କ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।
୧୯୪୭ରେ ଭିକ୍ଟୋରିଆ ଏମଇ ସ୍କୁଲରୁ ମହେନ୍ଦ୍ର ହାଇସ୍କୁଲରେ ପରିଣତ ହୋଇଥିବା ଏହି ବିଦ୍ୟାଳୟରେ ଶିକ୍ଷକ ଓ ଶ୍ରେଣୀଗୃହ ଅଭାବ ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି। ମୋଟ ୬୩୮ ଛାତ୍ରୀଛାତ୍ରଙ୍କ ପାଇଁ ଏଠାରେ ୨୦ ପରିବର୍ତ୍ତେ ମାତ୍ର ୧୦ ଜଣ ଶିକ୍ଷକ ରହିଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଶିକ୍ଷୟିତ୍ରୀ ଦୀର୍ଘ ଦିନ ହେଲା ଛୁଟିରେ ଅଛନ୍ତି। ଗତ ଏପ୍ରିଲଠାରୁ ହାଇସ୍କୁଲର ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡିଛି। ସେହିପରି ଜଣେ ଲେଖାଏ ଟ୍ରେଣ୍ଡ ଗ୍ରାଜୁଏଟ୍‌ (ଆଟର୍‌ସ, ସାଇନ୍ସ), ଟ୍ରେଣ୍ଡ ଇଣ୍ଟରମିଡିଏଟ୍‌ ୨ ଜଣ, ଟ୍ରେଣ୍ଡ ମାଟ୍ରିକ୍‌ ୨ ଜଣ, ପିଇଟି ଶିକ୍ଷକ ପଦବୀ ବର୍ଷ ବର୍ଷ ଧରି ଖାଲି ପଡିଛି। ଶିକ୍ଷକ ଅଭାବ ଯୋଗୁ ନବମ ଶ୍ରେଣୀର ୧୫୦ ଜଣ ଛାତ୍ରୀଛାତ୍ର ଗୋଟିଏ ହଲରେ ବସି ପାଠ ପଢିବାକୁ ବାଧ୍ୟ ହେଉଛନ୍ତି। ନବମରେ ୪ଟି ସେକ୍ସନ୍‌ ପରିବର୍ତ୍ତେ ଗୋଟିଏ ସେକ୍ସନ୍‌ରେ କ୍ଲାସ୍‌ ଚାଲିଥିବାରୁ ଛାତ୍ରୀଛାତ୍ର ବହୁ ହଇରାଣ ହେଉଛନ୍ତି। ସେହିପରି ୧୦ମ ଶ୍ରେଣୀରେ ୧୬୬ ଛାତ୍ରୀଛାତ୍ର ରହିଥିବା ମାତ୍ର ୨ଟି ସେକ୍ସସନ୍‌ରେ ପାଠପଢା ଚାଲିଛି। ଏଥିସହ ସ୍କୁଲର କିରାନି, ପିଅନ, ରାତ୍ର ଜଗୁଆଳି ପଦବୀ ମଧ୍ୟ ପୂରଣ କରାଯାଉନାହିଁ। ଭିତ୍ତିଭୂମିର ବିକାଶ କରାଯାଉ ନ ଥିବାରୁ ପିଲାମାନେ ପାଠପଢା ସହ ଖେଳକୁଦରୁ ମଧ୍ୟ ବଞ୍ଚିତ ହେଉଛନ୍ତି। ତୁରନ୍ତ ଏ ଦିଗରେ ସରକାରଙ୍କ ପକ୍ଷରୁ ଦୃଷ୍ଟି ଦିଆଯିବାକୁ ଦାବି ହୋଇଛି। ଏ ସମ୍ପର୍କରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁଧାଂଶୁ ଶେଖର ପ୍ରଧାନ କହିଛନ୍ତି, କହିଲେ ଶିକ୍ଷକ ଅଭାବ ସମ୍ପର୍କରେ ଜିଲା ଶିକ୍ଷାଅଧିକାରୀଙ୍କ ସମେତ ସ୍ଥାନୀୟ ବିଧାୟକ, ଅନୁଗୋଳ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri