ମହୋଦଧିରେ ସ୍ନାନ କରି ପ୍ରାୟଶ୍ଚିତ୍ତ କଲେ କଂସ: ମହାପ୍ରଭୁଙ୍କୁ କ୍ଷମା ମାଗିଲେ, ଶଙ୍କରାଚାର୍ଯ୍ୟଙ୍କ ଆଶୀର୍ବାଦ ନେଲେ

ପୁରୀ ଅଫିସ, ୧୨ା୧: ବରଗଡ଼ ଧନୁଯାତ୍ରା ଶୁକ୍ରବାର ଶେଷ ହୋଇଛି। ଏଥିରେ କଂସ ଭୂମିକାରେ ଅଭିନୟ କରିଥିବା ଭୁବନେଶ୍ୱର ପ୍ରଧାନ ଶନିବାର ପୁରୀ ଆସି ପବିତ୍ର ମହୋଦଧିରେ ସ୍ନାନ ସାରି ପ୍ରାୟଶ୍ଚିତ୍ତ କରିଛନ୍ତି। ଅଭିନୟରେ ଭଗବାନ କୃଷ୍ଣ ବଳାରାମଙ୍କ ଉଦ୍ଦେଶ୍ୟରେ ଦେଇଥିବା ନିନ୍ଦା ସୂଚକ ଶବ୍ଦ ପାଇଁ ଅନୁତାପ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ କ୍ଷମାପ୍ରାର୍ଥନା କରିଛନ୍ତି। ଏଥିସହ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କ ପାଖରେ ଭୁଲ ସ୍ବୀକାର କରି ତାଙ୍କଠାରୁ ଆଶୀର୍ବାଦ ନେଇଛନ୍ତି।

ଶନିବାର ମଧ୍ୟାହ୍ନରେ ଭୁବନେଶ୍ୱର ଗୋବର୍ଦ୍ଧନ ପୀଠରେ ପହଞ୍ଚତ୍ଥିଲେ। ପୀଠର ଇଷ୍ଟ ଦେବୀ ମା’ ବିମଳା, ଗୋବର୍ଦ୍ଧନ ନାଥଙ୍କ ଦର୍ଶନ କରିଥିଲେ। ପରେ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ୍‌ କରି ଅଭିନୟରେ କୃଷ୍ଣ ବଳାରାମଙ୍କ ପ୍ରତି ଯେଉଁ କଟୁ ମନ୍ତବ୍ୟ ଦେଇଥିଲେ ସେଥିପାଇଁ ପଶ୍ଚାତାପ କରି ଆଶୀର୍ବାଦ ନେଇଥିଲେ। ସେଠାରୁ ଯାଇ ମହୋଦଧିରେ ସ୍ନାନ କରିବା ସହ ପଇତା ବିସର୍ଜନ କରିଥିଲେ। ଏହାପରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ।

ଧନୁଯାତ୍ରା ଶେଷ ହେବା ପରେ ଶ୍ରୀକ୍ଷେତ୍ର ଆସିବା ସମ୍ପର୍କରେ ଭୁବନେଶ୍ୱର କହିଛନ୍ତି, ଧନୁଯାତ୍ରାର ଅନ୍ତିମ ଦିବସରେ କୃଷ୍ଣ ବଳାରାମଙ୍କ ସହ ମୋର ଯୁଦ୍ଧ ହେଲା। ତ୍ରାହି ପାଇଗଲି ରାକ୍ଷସ ଜନ୍ମରୁ। ଧନୁଯାତ୍ରାର ୧୧ ଦିନ ଧରି ପ୍ରଭୁ ଶ୍ରୀକୃଷ୍ଣଙ୍କୁ ସମସ୍ତେ ଭକ୍ତି କରୁଥିବାବେଳେ ମୁଁ ତାଙ୍କୁ ଗାଳି, ଈର୍ଷା ଆଉ କଟୁ ମନ୍ତବ୍ୟ ଦେଇ ବଦନାମ କରିଛି। ଏପରି କି ବଧ କରିବା ଲାଗି ତାଙ୍କ ଉପରକୁ ଖଣ୍ଡା ମଧ୍ୟ ଉଠାଇଛି । ଏହି କଳିଯୁଗରେ ଯଦି ଭଗବାନଙ୍କ ସହ ଏପରି ଆଚରଣ କେହି କରେ ତେବେ ତାହାଠୁ ବଳି ମହାପାପୀ ଆଉ ଦୁନିଆରେ କେହି ନୁହନ୍ତି । ତେଣୁ ସେହି ପାପରୁ ତ୍ରାହି ପାଇବା ପାଇଁ ଆଜି ମହୋଦଧିରେ ସ୍ନାନ କରି ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କଠାରୁ ଆଶୀର୍ବାଦ ନେଇଛି। ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରି ପାପରୁ ମୁକ୍ତି ପାଇବା ପାଇଁ କ୍ଷମାପ୍ରାର୍ଥନା କରିଛି। ଅନ୍ୟପକ୍ଷରେ ପୁରୀକୁ ବରଗଡ଼ ଧନୁଯାତ୍ରାର କଂସ ମହାରାଜ ଆସିଥିବା ଖବର ପାଇବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ମଧ୍ୟରେ ଉତ୍ସାହ ପ୍ରକାଶ ପାଇଥିଲା। ମହୋଦଧିରେ ସ୍ନାନବେଳେ ଅଧିକାଂଶ ପର୍ଯ୍ୟଟକ ତାଙ୍କ ସହ ସେଲ୍‌ଫି ଉଠାଇଥିଲେ। ଶ୍ରୀମନ୍ଦିର ନିକଟରେ ମଧ୍ୟ ତାଙ୍କୁ ଦେଖିବାକୁ ଭିଡ଼ ଜମିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା  ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri