ମାଇକେଲ୍‌ ଦେବବ୍ରତ ପାତ୍ର ଆର୍‌ବିଆଇର ନୂଆ ଡେପୁଟି ଗର୍ଭନର

ନୂଆଦିଲ୍ଲୀ,୧୫-୧: ମାଇକେଲ ଦେବବ୍ରତ ପାତ୍ର ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ)ର ନୂଆ ଡେପୁଟି ଗଭର୍ନର ଭାବେ ଅବସ୍ଥାପିତ ହୋଇଛନ୍ତି। କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏନେଇ ସୂଚନା ଦିଆଯାଇଛି। ସେ ବର୍ତ୍ତମାନ ଆର୍‌ବିଆଇର ମୁଦ୍ରାନୀତି ବିଭାଗରେ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ(ଇଡି) ପଦବୀରେ କାର୍ଯ୍ୟ କରୁଛନ୍ତି। ନୂଆ ପଦବୀରେ ତାଙ୍କୁ ୩ ବର୍ଷ ଲାଗି ନିଯୁକ୍ତି ମିଳିଛି। ରିଜର୍ଭ ବ୍ୟାଙ୍କରେ ଏବେ ୩ ଜଣ ଡେପୁଟି ଗର୍ଭନର ଅଛନ୍ତି। ପାତ୍ରଙ୍କ ନିଯୁକ୍ତି ପରେ ଏହା ୪କୁ ବଢିଛି। ଗତ ବର୍ଷ ଜୁନରେ ଡେପୁଟି ଗଭର୍ନର ପଦବୀରୁ ଭିରାଲ ଆଚାର୍ଯ୍ୟଙ୍କ ଇସ୍ତଫା ପରେ ଏହି ପଦବୀରେ କାହାକୁ ନିଯୁକ୍ତି ଦିଆଯାଇ ନ ଥିଲା। ଆଚାର୍ଯ୍ୟଙ୍କ ସ୍ଥାନରେ ପାତ୍ରଙ୍କୁ ନିଯୁକ୍ତି ଦିଆଯାଇଥିବାରୁ ମୁଦ୍ରାନୀତି ବିଭାଗର ସେ ନେତୃତ୍ୱ ନେବେ ବୋଲି ଜଣାପଡିଛି। ଏବେ ରିଜର୍ଭ ବ୍ୟାଙ୍କରେ ଗଭର୍ନର ପଦବୀରେ ଶକ୍ତିକାନ୍ତ ଦାସ ଅବସ୍ଥାପିତ ଅଛନ୍ତି। ଏହାବାଦ ୪ ଡେପୁଟି ଗଭର୍ନର ମଧ୍ୟ ଅଛନ୍ତି। ଏନ୍‌.ଏସ୍‌. ବିଶ୍ୱନାଥନ, ବି.ପି.କାନୁନଗୋ, ଏମ୍‌.କେ ଜୈନଙ୍କ ସହ ପାତ୍ର ନୂଆ ଡେପୁଟି ଗଭର୍ନର ଭାବେ କାର୍ଯ୍ୟ କରିବେ। ମାଇକେଲ ପାତ୍ର ଓଡିଶାର କଟକରେ ଜନ୍ମଗ୍ରହଣ କରିଥିବା ବେଳେ ରେଭେନ୍‌ସାରୁ ଅର୍ଥନୀତିରେ ସ୍ନାତକ ଏବଂ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଆପ୍ଲାଏଡ ଇକୋନୋମିକ୍ସରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି। ସେ ୧୯୮୫ଠାରୁ ରିଜର୍ଭ ବ୍ୟାଙ୍କରେ କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍‌ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ ସବୁ ସରକାରୀ ବ୍ୟାଙ୍କ୍‌ର ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍‌ଲୀ,୨୭।୯: ସାରା ଦେଶରେ ୨୮ ରୁ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ସମସ୍ତ ସରକାରୀ ଏବଂ ଘରୋଇ (ପ୍ରାଇଭେଟ) ବ୍ୟାଙ୍କ ତିନି ଦିନିଆ ଧର୍ମଘଟରେ ରହିବାକୁ ଯାଉଛନ୍ତି। ଏହା…

ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍‌: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?

ନୂଆଦିଲ୍‌ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ…

ଚାକିରିଆଙ୍କ ପାଇଁ ବଡ଼ ଖବର, ସେପ୍ଟେମ୍ୱରରେ ଡେରି ହେବ ସାଲାରୀ! ଏହିଦିନ ଆସିବ…

ନୂଆଦିଲ୍‌ଲୀ,୨୬।୯: ସେପ୍ଟେମ୍ୱର ମାସରେ ଚାକିରିଆମାନଙ୍କ ଅସୁବିଧା ବଢ଼ିପାରେ। UFBU ପକ୍ଷରୁ ସେପ୍ଟେମ୍ୱର ୨୮ ରୁ ୩୦, ୨୦୨୬ ପର୍ଯ୍ୟନ୍ତ ତିନି ଦିନିଆ ବ୍ୟାଙ୍କ ଧର୍ମଘଟ ଘୋଷଣା କରାଯାଇଛି।…

ପାର୍ୱଣ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ବୋନସକୁ ନେଇ ଆସିଲା ଖରାପ ଖବର

ନୂଆଦିଲ୍ଲୀ,୨୬।୯: ପାର୍ୱଣ ଋତୁ ପୂର୍ୱରୁ କର୍ମଚାରୀମାନେ ବୋନସକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ସରକାରୀ ଏବଂ ଘରୋଇ ସଂସ୍ଥା ବୋନସ ଘୋଷଣା ମଧ୍ୟ କରୁଛନ୍ତି। ଏହି ସମୟରେ…

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?