Posted inଖେଳ

ମାଇକ ବ୍ରାୟନ ଦଣ୍ଡିତ

ନ୍ୟୁୟର୍କ,୨।୯(ଏଟିପି): ଷ୍ଟାର ଆମେରିକାନ ଡବଲ୍ସ ଖେଳାଳି ମାଇକ ବ୍ରାୟନଙ୍କୁ ରବିବାର ୟୁଏସ୍‌ ଓପନ ଟୁର୍ନାମେଣ୍ଟ ପକ୍ଷରୁ ୧୦ ହଜାର ଡଲାର ଜରିମାନା କରାଯାଇଛି। ସେ ଅଫିସିଆଲଙ୍କ ଆଡ଼କୁ ତାଙ୍କ ର଼୍ୟାକେଟକୁ ବନ୍ଧୁକ ଭଳି ପ୍ରଦର୍ଶନ କରିଥିଲେ। ଯାଅଁାଳା ଭାଇଙ୍କ ସହ ଖେଳୁଥିବା ବ୍ରାୟନ ଅମ୍ପାୟରଙ୍କ ତ୍ରୁଟିପୂର୍ଣ୍ଣ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ସଫଳ ହେବା ପରେ ଉଲ୍ଲସିତ ହୋଇ ଏଭଳି କରିଥିଲେ। ଅମ୍ପାୟର ମାରିଆନା ଆଲଭେସ ମାଇକଙ୍କୁ ଅଣଖେଳୁଆଡ଼ ପ୍ରଦର୍ଶନ କରିଥିବା ଦର୍ଶାଇ ଦଣ୍ଡିତ କରିଛନ୍ତି। ଏଥିନେଇ ଆମେରିକୀୟ ଖେଳାଳିଙ୍କୁ ୭.୧୮ ଲକ୍ଷ ଟଙ୍କା ଦେବାକୁ ପଡ଼ିବ। ଚଳିତ ବର୍ଷ ଏପର୍ଯ୍ୟନ୍ତ ପୁରୁଷ ଖେଳାଳିଙ୍କ ଉପରେ ଲାଗିଥିବା ଏହା ସର୍ବାଧିକ ଜରିମାନା। ନିୟମ ଭଙ୍ଗ କରିବା ପାଇଁ ମୁଁ କ୍ଷମାପ୍ରାର୍ଥନା କରୁଛି। ଆମେ ଉକ୍ତ ପଏଣ୍ଟ ପାଇଥିଲୁ। ଉତ୍ସାହିତ ହୋଇ ତାହା କରିଥିଲି ବୋଲି ବ୍ରାୟନ କହିଛନ୍ତି। ୧୬ ଥର ଡବଲ୍ସ ଗ୍ରାଣ୍ଡସ୍ଲାମ ଚାମ୍ପିୟନ ବ୍ରାୟନ ବ୍ରଦର୍ସ ଦ୍ୱିତୀୟ ରାଉଣ୍ଡରେ ୪-୬, ୭-୫, ୬-୩ ସେଟ୍‌ରେ ସ୍ପେନର ରବର୍ଟୋ କାରବଲେସ ବାନେନା ଓ ଆର୍ଜେଣ୍ଟିନାର ଫେଡେରିକୋ ଡେଲବୋନିସଙ୍କୁ ହରାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri