Posted inରାଜ୍ୟ

ମାଉସୀମା’ ମନ୍ଦିର ଆଗରେ ତିନିଠାକୁରଙ୍କ ରଥ

ରଣପୁର, ୭ା୭ (ସ୍ବ.ପ୍ର.): ଓଡ଼ିଶାର ଦ୍ୱିତୀୟ ଶ୍ରକ୍ଷେତ୍ର କୁହାଯାଉଥିବା ରଣପୁରଠାରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ରଥଟଣା କାର୍ଯ୍ୟ ଶନିବାର ସମାପ୍ତ ହୋଇଛି । ସନ୍ଧ୍ୟାରେ ରଥରୁ ୩ଠାକୁରଙ୍କୁ ପୂଜା ପଣ୍ଡାମାନେ ପହଣ୍ଡି ବିଜେ କରାଇ ମାଉସୀମା’ ମନ୍ଦିରକୁ ନେଇଥିଲେ। ଆସନ୍ତା ଗୁରୁବାର ପର୍ଯ୍ୟନ୍ତ ଠାକୁରମାନେ ମାଉସୀମା’ ମନ୍ଦିରରେ ରହି ଭକ୍ତମାନଙ୍କୁ ଦର୍ଶନ ଦେବେ। ଘୋଷଯାତ୍ରା ଦିନ ରଣପୁର ଜଗନ୍ନାଥ ମନ୍ଦିରରୁ ଶ୍ରୀଜୀଉମାନେ ରଥାରୂଢ ହୋଇ ନଅଦିନ ପାଇଁ ନିଜର ଜନ୍ମମାଟି ମାଉସୀମା’ ମନ୍ଦିରକୁ ବାହାରିଥିଲେ। ହେଲେ କେବଳ ବଡଠାକୁର ବଳଭଦ୍ରଙ୍କ ରଥକୁ ଭକ୍ତମାନେ ଟାଣିନେଇ ମାଉସୀମା’ ମନ୍ଦିର ରଥଖଳାରେ ପହଞ୍ଚାଇଥିଲେ। ସେହିପରି ଶୁକ୍ରବାର ମହିଳା ଭକ୍ତମାନେ ମା’ ସୁଭଦ୍ରାଙ୍କ ରଥକୁ ଟାଣି ମାଉସୀମା’ ମନ୍ଦିର ନିକଟରେ ପହଞ୍ଚାଇଥିଲେ। ପରେ ଭକ୍ତମାନେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥକୁ ଟାଣିନେଉଥିବା ସମୟରେ ଚୈତନ୍ୟ ମଠ କାମନାଘର ସମ୍ମୁଖ ଏକ ଗୃହରେ ଲାଗିଯିବାରୁ ଏହା ଅଟକି ରହିଥିଲା। ରାତ୍ର ହୋଇଯିବାରୁ ରଥଟଣା କାର୍ଯ୍ୟ ବନ୍ଦ କରାଯାଇଥିଲା। ଶନିବାର ସକାଳେ ବଢେଇ ମହାରଣାମାନେ ସଜାଡିବା ପରେ ୧୦ଟାରେ ଭକ୍ତମାନେ ନନ୍ଦିଘୋଷ ରଥ ଟାଣି ମାଉସୀମା’ ମନ୍ଦିର ନିକଟରେ ପହଞ୍ଚାଇଥିଲେ ା ରଥାରୂଢ ତିନି ଠାକୁରଙ୍କୁ ଭକ୍ତମାନେ ସନ୍ଧ୍ୟା ପର୍ଯ୍ୟନ୍ତ ଦର୍ଶନ କରିଥିଲେ ା ପରେ ଘଣ୍ଟ, ଘଣ୍ଟା, କାହାଳି, ହରିବୋଲ, ହୁଳହୁଳି ଧ୍ୱନିରେ ଶ୍ରୀଜୀଉମାନଙ୍କ ପହଣ୍ଡିକାର୍ଯ୍ୟ କରାଯାଇଥିଲା। ସେବାୟତମାନେ ପ୍ରଥମେ ସୁଦର୍ଶନ ପରେ ବଡ ଠକୁର ବଳଭଦ୍ର, ମା’ ସୁଭଦ୍ରା ଓ ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କୁ ଗୋଟି ପହଣ୍ଡି କରାଇ ଗୁଣ୍ଡିଚା ମନ୍ଦିର ଭିତରକୁ ନେଇଥିଲେ ା ଶାନ୍ତିଶୃ୍‌ଙ୍ଖଳା ରକ୍ଷା ପାଇଁ ସ୍ଥାନୀୟ ପୋଲିସ ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଆସନ୍ତା ନବମୀ ପର୍ଯ୍ୟନ୍ତ ତିନିଠାକୁର ମାଉସୀମା’ ମନ୍ଦିରରେ ରହି ଭକ୍ତମାନଙ୍କୁ ଦର୍ଶନ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ୨୮% ଅଧିକ ବର୍ଷା

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଗତ ୧୬ ଦିନ ମଧ୍ୟରେ ରାଜ୍ୟକୁ ଭଲ ବର୍ଷା ହୋଇଛି। ଏହି ସମୟରେ ସ୍ବାଭାବିକଠାରୁ ୨୮ ପ୍ରତିଶତ ଅଧିକ ହୋଇଛି। ପାଣିପାଗ ବିଭାଗ ସୂତ୍ରରୁ...

ଅନିଶ୍ଚିତତାରେ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା

କେନ୍ଦ୍ରାପଡ଼ା ଅଫିସ,୩।୬: ଶ୍ରୀଜଗନ୍ନାଥ ସଂସ୍କୃତିରେ ଶ୍ରୀକ୍ଷେତ୍ର ପରେ ତୁଳସୀକ୍ଷେତ୍ରର ଗୁରୁତ୍ୱ ଯଥେଷ୍ଟ ଅଧିକ। ପୁରୀରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରଦିନ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ...

ଭିଜିଲାନ୍ସ ଜାଲରେ ଆଇଆଇସି

ଉମରକୋଟ,୧୧ା୭(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ଥାନାର ଅତିରିକ୍ତ ଥାନାଧିକାରୀ (ଆଇଆଇସି) ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଅତିରିକ୍ତ ଥାନାଧିକାରୀ...

ସିବିଆଇର ୩୪ଜଣଙ୍କୁ ପୋଲିସ ପଦକ

ଭୁବନେଶ୍ୱର, ୧୩।୧୨ (ବ୍ୟୁରୋ):କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ପକ୍ଷରୁ ଅନ୍ତର୍ଜାତୀୟ ଦୁର୍ନୀତି ନିବାରଣ ଦିବସ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ...

ଟଳିଳା ବନ୍ୟା ସମ୍ଭାବନା: ସଚିବ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସମ୍ଭାବନା ନାହିଁ। ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ଜଳ ସମ୍ପଦ ସଚିବ ପ୍ରଦୀପ ଜେନା ଏହି ସୂଚନା ଦେଇଛନ୍ତି। ତାଙ୍କ ସୂଚନା...

ରାଜ୍ୟରୁ ପୁଣି ୬୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩୧।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୮ ଜଣଙ୍କ ଜୀବନ ନେଇଛି।...

ଅଗଷ୍ଟରେ ଯୁକ୍ତ ୨ ପରୀକ୍ଷା ଫଳ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ଚଳିତ ମାସ ୨୯ ତାରିଖରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଥିବା ବେଳେ ଅଗଷ୍ଟରେ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ...

ଘନ କୁହୁଡି ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ଆଉ ୩ ଦିନ ଘନ କୁହୁଡ଼ି ରହିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏନେଇ ରାଜ୍ୟର ୯...

Advertisement
Archives

Model This Week