ମାଓବାଦୀଙ୍କ ଗୁଳିରେ ଜିଆର୍‌ଏସ୍‌ଙ୍କ ମୃତ୍ୟୁ ଘଟଣା : ସଂଯୁକ୍ତାଙ୍କ ସ୍ବାମୀଙ୍କୁ ମିଳିଲା ୩୦ ଲକ୍ଷ

ଫିରିଙ୍ଗିଆ, ୨୯।୬-ସାଧାରଣ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ମାଓବାଦୀଙ୍କ ଗୁଳିରେ କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଲୁଇସିଂ ପଞ୍ଚାୟତର ଜିଆର୍‌ଏସ୍‌ ସଂଯୁକ୍ତା ଦିଗାଳଙ୍କ ମୃତ୍ୟୁ ଘଟିଥିଲା। ମୃତ ସଂଯୁକ୍ତାଙ୍କ ସ୍ବାମୀ ଜିମେନ୍ଦ୍ର ଦିଗାଲଙ୍କୁ ସରକାରୀ ସହାୟତା ମିଳିଛି। ଜିଲା ପ୍ରଶାସନର ଏକ ଟିମ୍‌ ଜିମେନ୍ଦ୍ରଙ୍କ ଘରକୁ ଯାଇ ୩୦ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ତାଙ୍କୁ ସରକାରୀ ଚାକିରି ଯୋଗାଇ ଦିଆଯିବାକୁ ବ୍ୟବସ୍ଥା କରାଯିବ ବୋଲି ବିଡିଓ ପ୍ରବୀଣ କୁମାର ବାଣୁଆ ପ୍ରକାଶ କରଛନ୍ତି। ଚେକ୍‌ ପ୍ରଦାନ ବେଳେ ଅତିରିକ୍ତ ଜିଲାପାଳ ବସନ୍ତ କୁମାର ସାହୁ, ଫୁଲବାଣୀ ତହସିଲଦାର ପୁନମ ରାଉତ, ପଞ୍ଚାୟତ ନିର୍ବାହୀ ଅଧିକାରୀ ପଦ୍ମ ଚରଣ ମହାନ୍ତିଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଏପ୍ରିଲ ୧୭ରେ ପୋଲିଂ ପାଟି ଚେକିଂ ପାଇଁ ଏକ ଗାଡିରେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର(ଏଏସ୍‌ଓ) ପ୍ରକାଶ ଦାସ, ମେସେଞ୍ଜର ତଥା ଜିଆରଏସ୍‌ ସଂଯୁକ୍ତା ଏବଂ ଅନ୍ୟମାନେ ଯାଉଥିଲେ। ବାଲନ୍ଦାପଡାଠାରୁ ୧୦/୧୨ କିମି ଦୂର ବାରାହାଲାଠାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା। ଡ୍ରାଇଭର ତୁରନ୍ତ ଗାଡି ଅଟକାଇ ପଛକୁ ବୁଲାଇ ଫେରିବାକୁ ଚେଷ୍ଟା କଲା ବେଳେ ଗୁଳି ଫୁଟିଥିଲା। ଗୁଳିଟି ସଂଯୁକ୍ତାଙ୍କ ମୁଣ୍ଡରେ ବାଜିଥିଲା। ଡ୍ରାଇଭର ଗାଡି ନ ଅଟକାଇ ବାଲନ୍ଦାପଡା ଡାକ୍ତରଖାନାକୁ ଆସିଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri