ମାଓବାଦୀଙ୍କ ନାମରେ ଠିକାଦାରଙ୍କୁ ୨୫ ଲକ୍ଷ ଟଙ୍କା ମାଗୁଥିବା ଅଭିଯୋଗ: ନାରାୟଣପାଟଣାରୁ ୩ ନକଲି ମାଓବାଦୀ ଗିରଫ

କୋରାପୁଟ/ନାରାୟଣପାଟଣା,୨୨।୧୦(ସ୍ବ.ପ୍ର/ଡି.ଏନ୍‌.ଏ.): କୋରାପୁଟ ଜିଲା ନାରାୟଣପାଟଣା ଅଞ୍ଚଳରୁ ମଙ୍ଗଳବାର ୩ ଜଣ ନକଲି ମାଓବାଦୀଙ୍କୁ କରାଯାଇଛି। ନାରାୟଣପାଟଣା ଅଞ୍ଚଳରେ ବହୁ ଠିକାଦାରଙ୍କଠାରୁ ମାଓବାଦୀଙ୍କ ନାମରେ ଅର୍ଥ ଆଦାୟ କରୁଥିବା ଅଭିଯୋଗରେ ଏମାନଙ୍କୁ ନାରାୟଣପାଟଣା ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ଗିରଫ ୩ ନକଲି ମାଓବାଦୀ ହେଲେ ନାରାୟଣପାଟଣାର କେନ୍ଦୁବାଡି ଗ୍ରାମର ବାସୁଦେବ ପାଙ୍ଗି, ତଳ ଗୁମାଣ୍ଡି ଅଞ୍ଚଳର ସୁରଥ ତାଡିଙ୍ଗି, ତେନ୍ତୁଳିପଦର ଗ୍ରାମର ଯୁନେଶ ଖୋସଲ୍ଲା। ଏମାନଙ୍କଠାରୁ ପୋଲିସ ୭ ମୋବାଇଲ ଜବତ କରିଛି।

ମିଳିଥିବା ସୂଚନା ଅନୁଯାୟୀ, ଗତ କିଛିଦିନ ତଳେ ନାରାୟଣପାଟଣା ଅଞ୍ଚଳରେ ଜୟପୁର ଅଞ୍ଚଳର ଦିପକ ବୁଦବାଲା ନାମକ ଜଣେ ଠିକାଦାର ରାସ୍ତା କାମ କରୁଥିବାବେଳେ ଏହି ତିନି ଜଣ ମାଓବାଦୀଙ୍କ ନାମରେ ସଂପୃକ୍ତ ଠିକାଦାରଙ୍କୁ ଫୋନରେ ୨୫ ଲକ୍ଷ ଟଙ୍କା ଦାବି କରି ଆସୁଥିଲେ। ନାରାୟଣପାଟଣା ପୋଲିସ ଏହି ନକଲି ମାଓବାଦୀଙ୍କ ଫୋନ ଟ୍ୟାପ୍‌ କରି ସୋମବାର ପଚରାଉଚରା କରୁଥିବାବେଳେ ସେମାନେ ମାଓବାଦୀଙ୍କ ନାମରେ ଅର୍ଥ ମାଗିଥିବା ସ୍ବିକାର କରିଛନ୍ତି। ମଙ୍ଗଳବାର ଏମାନଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ନାରାୟଣପାଟଣା ଥାନା ଅଧିକାରୀ ପ୍ରଦ୍ୟୁମ୍ନ କୁମାର ମହାପାତ୍ର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

ସବୁଜ ଭବିଷ୍ୟତ ଗଢ଼ିବା ପାଇଁ ଶପଥ ନେଲେ ଛାତ୍ରୀଛାତ୍ର, ଜଳବାୟୁ ପରିବର୍ତ୍ତନରେ…

ମହାକାଳପଡ଼ା,୩ା ୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହେବ ସଜୁବ ବନାନୀ। ଏଥିପାଇଁ ସ୍କୁଲ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri