ମାଓବାଦୀ ଅଞ୍ଚଳରେ ଗର୍ଭବତୀଙ୍କୁ ସହାୟକ ହେଉଛି ବାଇକ୍‌ ଆମ୍ବୁଲାନ୍ସ

ରାୟପୁର,୭।୧: ଛତିଶଗଡ଼ର ମାଓ ପ୍ରଭାବିତ ଅଞ୍ଚଳ ମଧ୍ୟରୁ ନାରାୟଣପୁରର ଅଧିକାଂଶ ଗାଁ ଏବେବି ମୁଖ୍ୟ ସଡ଼କ ସହ ଯୋଡି ହୋଇପାରି ନ ଥିବା ଏକ ବଡ ଅଞ୍ଚଳ ଭାବେ ପରିଚିତ। ଏଠାରେ ସଡ଼କ କହିଲେ ମାଟିର ରାସ୍ତା ଓ ଯାନ କହିଲେ ବଳଦ ଗାଡି। ବର୍ଷାଦିନେ ରୋଗୀ ଅବା ଗର୍ଭବତୀ ଏହି ଗାଁରୁ ସ୍ବାସ୍ଥ୍ୟକେନ୍ଦ୍ର ପର୍ଯ୍ୟନ୍ତ ପହଞ୍ଚିବା କାଠିକର ପାଠ ହୋଇଥାଏ। ସରକାର ଅବା ପ୍ରଶାସନ ଚାହିଁଲେ ମଧ୍ୟ ଏଠାରେ ସଡ଼କ ନିର୍ମାଣ କରିପାରୁ ନାହାନ୍ତି। ମାଓବାଦୀଙ୍କ ଉପଦ୍ରବ ଯୋଗୁ ଏହା ସମ୍ଭବ ହୋଇ ପାରୁନାହିଁ। ଫଳରେ ଏଠାକାର ଲୋକେ ସ୍ବାସ୍ଥ୍ୟ ସେବାରୁ ବଞ୍ଚିତ ହେଉଛନ୍ତି। ବିଶେଷ ଭାବେ ଗର୍ଭବତୀମାନେ ପ୍ରସବ ସମୟରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଏବେ ଜିଲା ପ୍ରଶାସନ ପକ୍ଷରୁ ଏହି ଅଞ୍ଚଳକୁ ବାଇକ୍‌ ଆମ୍ବୁଲାନ୍ସ ଯୋଗାଇ ଦିଆଯାଇଛି। ପୂର୍ବରୁ ଏଠାରେ ବାଇକ୍‌ ଆମ୍ବୁଲାନ୍ସ ବ୍ୟବସ୍ଥା ଥିଲା। ହେଲେ ଏବେ ଆଉ ୪ଟି ବାଇକ୍‌ ଆମ୍ବୁଲାନ୍ସ ଯୋଗାଇ ଦିଆଯାଇଥିବା କହିଛନ୍ତି ଜିଲାପାଳ ପଦୁମ ସିଂ ଅଲମା। ଏହାକୁ ସ୍ବତନ୍ତ୍ର ଭାବେ ତିଆରି କରାଯାଇଛି। ଏଥିରେ ଜଣେ ଗର୍ଭବତୀ ଶୋଇପାରିବା ସହ ଅନ୍ୟଜଣେ ତାଙ୍କ ନିକଟରେ ବସି ଯାଇପାରିବେ। ଯେଉଁ ପର୍ଯ୍ୟନ୍ତ ମାଟିରାସ୍ତା ରହିଛି ସେପର୍ଯ୍ୟନ୍ତ ଏହି ବାଇକ୍‌ ଆମ୍ବୁଲାନ୍ସ ଯାଇ ପାରୁଛି ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ଯିବାକୁ ମନା କଲେ ସିଦ୍ଧରାମାୟା! ଜାଣନ୍ତୁ ଏହା ପଛର କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାର କିଛି ଘଣ୍ଟା ପରେ, ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରାମାୟା ସ୍ପଷ୍ଟ କରିଛନ୍ତି ଯେ ସେ ରାଜ୍ୟ ସଭାକୁ ଯିବେ ନାହିଁ।…

Vaibhav Suryavanshi Car Collection: ଲାଇସେନ୍ସ ବିନା ମଧ୍ୟ, ବୈଭବଙ୍କ ପାଖରେ ରହିଛି ବହୁ ମୂଲ୍ୟବାନ କାର କଲେକ୍ସନ, ଦାମ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୨୮।୫: ବର୍ତ୍ତମାନ କ୍ରିକେଟ ଜଗତରେ କେବଳ ଗୋଟିଏ ନାମ ପ୍ରାଧାନ୍ୟ ବିସ୍ତାର କରୁଛି, ଏବଂ ସେହି ନାମଟି ଆଉ କାହାରି ନୁହେଁ ବରଂ ୧୫ ବର୍ଷୀୟ ବାମହାତୀ…

ଭାଜପା ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୪ ରାଜ୍ୟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୫: ଗୁରୁବାର (୨୮ ମଇ) , ଭାଜପା ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି ବା ପଦେଶ ଅଧ୍ୟକ୍ଷ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ, ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ…

CBSE ମୂଲ୍ୟାୟନ ପ୍ରସଙ୍ଗ: ପାଲଟା ଆକ୍ରମଣ କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲ ଗାନ୍ଧୀ ହତାଶ….

ନୂଆଦିଲ୍ଲୀ,୨୮ା୫: CBSEର ଅନ୍-ସ୍କ୍ରିନ୍ ମାର୍କିଂ ସିଷ୍ଟମକୁ ନେଇ ସାରା ଦେଶରେ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧୀ ଦଳ ନେତା…

କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ସିଦ୍ଧରାମାୟା? କହିଲେ ସବୁଠାରୁ ବଡ଼ କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ସିଦ୍ଧରାମାୟା ଶେଷରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କ ସଚିବଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଭାବବିହ୍ବଳ ହେଲେ ସିଦ୍ଦାରାମାୟା, କହିଲେ ମୁଁ କେବେ ବି…

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସିଦ୍ଦାରାମାୟା ଭାବବିହ୍ବଳ ହୋଇପଡ଼ିଛନ୍ତି। ସେ ତାଙ୍କ ପ୍ରଥମ ପ୍ରତିକ୍ରିୟାରେ କହିଛନ୍ତି, ଦଳର ହାଇକମାଣ୍ଡ ମୋତେ ଯାହା କହିଥିଲେ, ମୁଁ…

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି…

ATM ଟଙ୍କା ଉଠାଇବା ଫେଲ୍‌ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ

ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri