ମାଓବାଦୀ ନେତା ସବ୍ୟସାଚୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର ଅଫିସ, ୧୮।୫: ୨୦୧୪ ଜୁଲାଇ ୧୭ ତାରିଖ ବିଳମ୍ବିତ ରାତିରେ ବଡ଼ବଜ଼ାର ଥାନା ଅନ୍ତର୍ଗତ ମଙ୍ଗଲବରମ ପେଟାସାହିର ଏ. ଚନ୍ଦ୍ରା ରାଓଙ୍କ ଘରୁ ମାଓବାଦୀ ନେତା ସବ୍ୟସାଚୀଙ୍କୁ ପୋଲିସ ଗିରଫ କରିଥିଲା। ତେବେ ଶୁକ୍ରବାର ଏହି (ଏସ୍‌ଟି -୩୩/୧୫) ମାମଲାର ବିଚାର କରି ଅତିରିକ୍ତ ଜିଲା ଦୌରା ଜଜ୍‌ -୧(ଏଡିଜେ) ସଞ୍ଜୟ ସାହୁ ଶୁଣାଣି କରିଛନ୍ତି। ଉପଯୁକ୍ତ ପ୍ରମାଣ ମିଳିବାରୁ ସବ୍ୟସାଚୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ୫ ବର୍ଷ ମଧ୍ୟରେ ଏହି ମାମଲାର ବିଚାର ହୋଇଛି। ଗୋଟିଏ ପଟେ ସବ୍ୟସାଚୀ ଗୋଟିଏ ପରେ ଗୋଟିଏ ମାମଲାରେ ନିର୍ଦ୍ଦୋଷ ହୋଇ ଚାଲିଥିବାବେଳେ ଶନିବାର ଏଥିରେ ରୋକ୍‌ ଲାଗିଥିବା ଆଲୋଚନା ହେଉଛି।
ଘଟଣା ପରଠାରୁ ସବ୍ୟସାଚୀ ବ୍ରହ୍ମପୁର ମଣ୍ଡଳ କାରାଗାରରେ ବିଚାରାଧୀନ କଏଦୀ ଭାବେ ରହିଛନ୍ତି। ଏହି ମାମଲାରେ ପର୍ଯ୍ୟାୟକ୍ରମେ ମୋଟ ୧୬ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଛି। ସେଥିମଧ୍ୟରେ ତଦନ୍ତକାରୀ ଅଧିକାରୀ, ପୋଲିସ, ଘର ମାଲିକ ପ୍ରମୁଖ ସାକ୍ଷୀ ରହିଥିଲେ।
ସୂଚନାଯୋଗ୍ୟ, ସବ୍ୟସାଚୀ ନିଜକୁ ଚାଉଳ ବ୍ୟବସାୟୀ ବୋଲି କୋର୍ଟରେ ବୟାନ ଦେଇଥିଲେ। ଗତ ମାସ ୨୫ ତାରିଖରେ ଏହି ମାମଲାର ଦୁଇଜଣ ଅନ୍ତିମ ସାକ୍ଷୀ ଭଡାଘର ମାଲିକ ଏ. ଚନ୍ଦ୍ରା ରାଓଙ୍କ ମା’ ଏ. ମହାଲକ୍ଷ୍ମୀ ଓ ତତ୍କାଳୀନ ଥାନା ଏସ୍‌ଆଇ ଦୀପକ ଲେଙ୍କା କୋର୍ଟରେ ବୟାନ ଦେଇଥିଲେ। ସାକ୍ଷୀମାନଙ୍କ ବୟାନକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିବାରୁ ଏଡ଼ିଜେ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ଅତିରିକ୍ତ ପିପି ଅନିଲ କୁମାର ସାହୁ ଓ ଜ୍ଞାନ ଜେନା ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri