ମାଓବାଦୀ ପ୍ରଭାବିତ ଗ୍ରାମରେ ବିଧାୟକ

ବଇଣ୍ଡା,୨୫।୮(ଡି.ଏନ.ଏ.) – ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଶୁକ୍ରବାର ମାଓବାଦୀ ପ୍ରଭାବିତ ଲକ୍ଷ୍ମୀପୁର ଗ୍ରାମ ପରିଦର୍ଶନରେ କରି ଲୋକଙ୍କ ସମସ୍ୟା ପଚାରି ବୁଝିଛନ୍ତି। ପାହାଡ଼ିଆ ରାସ୍ତାରେ ବିଧାୟକ ସାଏ ଚାଲିଚାଲି ଯାଇ ଲୋକଙ୍କୁ ଭେଟିଥିଲେ। ଏହି ଅବସରରେ ଗ୍ରାମ ସଭାପତି ପ୍ରଭାକର ସାହୁଙ୍କ ନେତୃତ୍ୱରେ ଅଞ୍ଚଳବାସୀ ବିଧାୟକଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଗ୍ରାମକୁ ଗମନାଗମନର ସୁବିଧା ନ ଥିବାରୁ ରାସ୍ତା ନିର୍ମାଣ ପାଇଁ ସେମାନେ ଦାବି କରିଛନ୍ତି। ସାପଘରାଠାରୁ ଲକ୍ଷ୍ମୀପୁର ଯାଏ ନିର୍ମାଣାଧୀନ ୮ କିମି ରାସ୍ତା କାମରେ ବ୍ୟାପକ ଅନିୟମିତତା ହେଉଛି। ବିଭାଗୀୟ କନିଷ୍ଠ ଯନ୍ତ୍ରୀ କାମ ତଦାରଖ କରୁ ନ ଥିବାରୁ ଠିକାସଂସ୍ଥା କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରୁଥିବା ଗ୍ରାମବାସୀ ଅଭିଯୋଗ କରିଥିଲେ। ଅଞ୍ଚଳର ଜନସାଧାରଣ ଦୀର୍ଘଦିନ ଧରି ବିଶୁଦ୍ଧ ପାନୀୟ ଜଳ, ଜରୁରିକାଳୀନ ସ୍ବାସ୍ଥ୍ୟସେବା, ଉନ୍ନତ ଶିକ୍ଷା ବ୍ୟବସ୍ଥାରୁ ବଞ୍ଚତ୍ତ ହୋଇ ରହିଛନ୍ତି। ଏ ନେଇ ବହୁବାର ପଞ୍ଚାୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନକୁ ଅବଗତ କରାଇଥିଲେ ମଧ୍ୟ ସମସ୍ୟାର ସମାଧାନ ହେଉନାହିଁ।
ଲୋକଙ୍କୁ ସ୍ବଚ୍ଛ ଭାରତ ଯୋଜନାରେ ପାଇଖାନା
ଯୋଗାଇ ଦିଆଯାଉନାହିଁ।
ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ ହୋଇ ରହିଛନ୍ତି।
ଏସବୁ ସମସ୍ୟାର ବିହିତ ପ୍ରତିକାର କରିବାକୁ ଦାବିପତ୍ରରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍‌ ପଛରେ ପିଟିହେଲା କାର୍‌, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…

ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ

ଅନୁଗୋଳ, ୧୨।୨ (ମାନସ ବିଶ୍ୱାଳ): ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri