ପୁରୁଷୋତ୍ତମପୁର,୨୩ା୨(ଡି.ଏନ.ଏ.)-ଗଞ୍ଜାମର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ତାରାତାରିଣିଙ୍କ ଚୈତ୍ର ଯାତ୍ରା ଆସନ୍ତା ମାର୍ଚ୍ଚ ମାସ ୧୦ ତାରିଖଠାରୁ ହେବ। ଏହାର ସୁପରିଚାଳନା ଲାଗି ଶନିବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ତାରା ତାରିଣୀଙ୍କ ପୀଠକୁ ଆସି ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କୁ ନେଇ ସମୀକ୍ଷା କରିଥିଲେ। ଯାତ୍ରା ସମୟରେ ଭକ୍ତମାନେ ଏଣିକି ମାଗଣାରେ ଦର୍ଶନ କରିବେ ବୋଲି ଜିଲାପାଳ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନରୁ ଦର୍ଶନ ବାବଦରେ ଟିକେଟ ଦୁଇ ଟଙ୍କା ମାତ୍ର ରହିଥିବା ବେଳେ ଚଳିତବର୍ଷ ଆଉ ଦେବାକୁ ପଡିବ ନାହିଁ। ମାତ୍ର ସ୍ବତନ୍ତ୍ର ଦର୍ଶନ ବାବଦରେ ୫୦ ଟଙ୍କା ବଦଳରେ ୧୦୦ ଟଙ୍କା ଲେଖାଏ କରିବା ଲାଗି ନିଷ୍ପତ୍ତି ନିଆଯାଇଛି।
ଦୂର ଦୂରାନ୍ତରୁ ଶିଶୁଙ୍କୁ ନେଇ ଆସୁଥିବା ଭକ୍ତଙ୍କ ସୁବିଧା ଦୃଷ୍ଟିରୁ ଏହି ସ୍ବତନ୍ତ୍ର ଟିକେଟ ଛତ୍ରପୁର ଓ ବ୍ରହ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ରିମ ବିକ୍ରି ଲାଗି ବ୍ୟବସ୍ଥାର ଲକ୍ଷ୍ୟ ରଖାଯାଇଛି। ଏହା ଆଗାମୀ ବୈଠକରେ ଜଣାଇ ଦିଆଯିବ ବୋଲି ଜିଲାପାଳ କହିଛନ୍ତି। ଜାଗା ସଂଙ୍କୀର୍ଣ୍ଣ ଥିବାରୁ ଶିଶୁଙ୍କ ମୁଣ୍ଡନ କାର୍ଯ୍ୟ ଚଳିତ ଯାତ୍ରାରେ ପାହାଡ ଉପର ବଦଳରେ ତଳେ କରାଯିବ।
ଶିଶୁମାନେ ଯାତ୍ରାରେ ହଜିଯାଉଥିବାରୁ ସେମାନଙ୍କ ପକେଟରେ କିମ୍ବା ବେକରେ ଶିଶୁଙ୍କ ନାମ ସହିତ ମାତା ପିତାଙ୍କ ନଁ। ଓ ଠିକଣାର ଲଗାଯିବ, ମୋବାଇଲ ଟଏଲଟର ବ୍ୟବସ୍ଥା କରିବା, ଭକ୍ତମାନେ ସୁରକ୍ଷିତ ଭାବେ ମା’ଙ୍କ ଦର୍ଶନ ଲାଗି ଧାଡି ବାନ୍ଧି ଯିବାର ବ୍ୟବସ୍ଥା କରିବା, ଖରାରୁ ରକ୍ଷା ଲାଗି ଟେଣ୍ଟ ପକାଇବା, ପାନୀୟ ଜଳ ଯୋଗାଣର ବ୍ୟବସ୍ଥା ଆଦି କରିବା ପାଇଁ ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିରେ ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ, ଏସ୍ଡିପିଓ ସୀମା ସ୍ବାଇଁ, ବିଡିଓ ସୀମାଞ୍ଚଳ ମହାନ୍ତି, ଆଇଆଇସି ଜଗନ୍ନାଥ ମଲ୍ଲିକ, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ତପନ କୁମାର ପାଣିଗ୍ରାହୀ, ଗ୍ରାମ୍ୟ ଜଳଯୋଗାଣ ସହକାରୀ ଯନ୍ତ୍ରୀ ତୁଷାରକାନ୍ତ ସାହୁ, ମନ୍ଦିର ନିର୍ବାହୀ ଅଧିକାରୀ ଟି.କେ ରେଡ୍ଡୀ, ମନ୍ଦିର ଉନ୍ନୟନ ପରିଷଦର ସମ୍ପାଦକ ପ୍ରମୋଦ କୁମାର ପଣ୍ଡା, ପୁରୁଷୋତ୍ତମପୁର ଏନଏସି କାର୍ଯ୍ୟ ନିର୍ବାହୀ ଏ ନାଗେଶ୍ୱର ରାଓ, ସେବାୟତ ସଂଘର ସଭାପତି ତପନ କୁମାର ରଣା, ପୂଜକ ବାପୁଜୀ ରଣା ପ୍ରମୁଖ ଉପସ୍ଥିତ ଥିଲେ।
ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍କା! ଏହି କମ୍ପାନୀର କମ୍ପାନୀର ଗ୍ରୀନ୍ କାର୍ଡ…..
ୱାଶିଂଟନ୍,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍ଫୋସିସ୍, ଟାଟା କନ୍ସଲ୍ଟାନ୍ସି ସର୍ଭିସେସ୍ (TCS), ୱିପ୍ରୋ, HCLTech,…
ଏଲ୍-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା
ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…
ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍ ମୋଡ୍ରେ ହ୍ୱାଇଟ୍ ହାଉସ୍
ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…
ଚମକିଲେ ବସ୍ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍ମା: ମିଳିଲା ବଡ଼ ଅଫର୍
ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…
ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ
ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…
ମାତ୍ର ୨୭ ବର୍ଷରେ କ୍ରିକେଟ୍ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍ର ଧରିଲେ ମାଇକ
ନୂଆଦିଲ୍ଲୀ,୯।୧୦: ଆଇପିଏଲ୍ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…
ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….
ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…
ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ
ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

