ମାଘମେଳାରେ ବର୍ଷା ଦାଉ

ଢେଙ୍କାନାଳ ଅଫିସ, ୯ା୨ – ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳାର ସରସ ଲୁଟି ନେଇଛି ଅଦିନିଆ ବର୍ଷା। କୋହଲା ପାଗ ସାଙ୍ଗକୁ ତୁହାକୁ ତୁହା ଲଗାଣ ବର୍ଷା ଦୂରଦୂରାନ୍ତରୁ ଆସିଥିବା ଶ୍ରଦ୍ଧାଳୁଙ୍କ ପାଇଁ ଦାଉ ସାଧିଛି। ଫିକା ପଡ଼ିଛି ବ୍ୟବସାୟ। ହାତବାନ୍ଧି ବସିଛନ୍ତି ବ୍ୟବସାୟୀ। ପ୍ରତିକୂଳ ପରିବେଶ ପାଇଁ ରବିବାରଠାରୁ ଦୁଇଦିନ ଧରି ହେବାକୁ ଥିବା ମହିମା ମହୋତ୍ସବକୁ ସୋମବାରକୁ ଘୁଞ୍ଚାଇ ଦିଆଯାଇଛି। ଅନ୍ୟପଟେ ଚଳିତବର୍ଷ ଦୁଇଦିନ ପୂର୍ଣ୍ଣିମା ପଡୁଛି। ତେଣୁ ୩ଦିନ ଧରି ଝାଡ଼ଦୀପ ପ୍ରଜ୍ୱଳିତ ହେବ ବୋଲି ସୂଚନା ଦିଆଯାଇଛି।
ଶୁକ୍ରବାର ପ୍ରଥମ ଦିବସରେ ପ୍ରବଳ ଥଣ୍ଡା, କୋହଲା ପବନ ମାଡ଼ ସାଙ୍ଗକୁ ବର୍ଷା ସାଧୁସନ୍ନ୍ୟାସୀ ଏବଂ ଶ୍ରଦ୍ଧାଳୁଙ୍କ ସମସ୍ୟା ବଢ଼ାଇଥିଲା। ଶନିବାର ପାଗ ସ୍ବାଭାବିକ ହୋଇଯିବ ବୋଲି ସମସ୍ତେ ଆଶା ବାନ୍ଧି ବସିଥିଲେ। ବିଶେଷକରି ଦୂରଦୂରାନ୍ତରୁ ଆସି ପସରା ମେଲାଇଥିବା ବ୍ୟବସାୟୀମାନେ ଖରାଟିଆ ପାଗକୁ ଅନାଇଥିଲେ। ହେଲେ ସମସ୍ତଙ୍କୁ ନିରାଶ ହେବାକୁ ପଡିଛି। ମହିମା ଗାଦିର ରାସ୍ତାଘାଟ କାଦୁଅରେ ଭର୍ତ୍ତି ହୋଇପଡ଼ିଥିବାରୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦ୍ୱିତୀୟ ଦିନରେ ଜନସମାଗମ ଗତବର୍ଷ ତୁଳନାରେ ଅପେକ୍ଷାକୃତ କମ୍‌ ହୋଇଥିଲା। ଅନ୍ୟପଟେ ମାଘମେଳା ଉପଲକ୍ଷେ ଶନିବାର ମହିମା ଗାଦିରେ ଦେଶ ପୂର୍ଣ୍ଣିମା ପାଳିତ ହୋଇଛି। ମହିମା ସାଧୁ ସନ୍ନ୍ୟାସୀମାନେ ଝାଡ଼ଦୀପ ପ୍ରଜ୍ୱଳନ କରିବା ସହିତ ବିଶ୍ୱଶାନ୍ତି କାମନା କରି ଶୂନ୍ୟପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରାର୍ଥନା କରିଥିଲେ। ଏ ସଂକ୍ରାନ୍ତରେ ଯୋରନ୍ଦା ସରପଞ୍ଚ ପ୍ରଶାନ୍ତ କୁମାର ରାଉତ କୁହନ୍ତି, ଲଗାଣ ବର୍ଷା ଯୋଗୁ ସମସ୍ୟା ଉପୁଜିଛି। ବ୍ୟବସାୟୀମାନେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ମେଳା ଦେଖିବାକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ କାଦୁଅ ରାସ୍ତାରେ ବାଲି, ଚିପ୍ସ ପକାଯାଇଛି। ବର୍ଷା ଯୋଗୁ ମହିମା ମହୋତ୍ସବକୁ ଗୋଟିଏ ଦିନ ଘୁଞ୍ଚାଇ ଦିଆଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri