ମାଛ ଗାଲିସି ତଳୁ ବାହାରିଲା ୩୦ଗ୍ରାମ ବ୍ରାଉନ୍‌ସୁଗାର: ଯୁବକ ଅଟକ

ଜଳେଶ୍ୱର, ୮।୫(ସ୍ବ.ପ୍ର.)-ମହାମାରୀ କରୋନା ଭୂତାଣୁ ସଂକ୍ରମଣ ରୋକିବାରେ ପ୍ରଶାସନ ବ୍ୟସ୍ତ ଥିବା ବେଳେ ନିଶା ବ୍ୟବସାୟୀମାନେ ଏହାର ସୁଯୋଗ ନେଇ କାରବାର ଚଳାଇଛନ୍ତି। ସେମାନେ ପରିବା ଓ ମାଛ ବିକ୍ରି କରିବା ଆଳରେ ପୁଡିଆ କରି ବ୍ରାଉନ୍‌ସୁଗାର କାରବାର ନଜରକୁ ଆସିଛି। ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଉପାନ୍ତ ଗ୍ରାମ ଗୋବରଘଟା ନିକଟ ରାସ୍ତାରେ ଶୁକ୍ରବାର ଗ୍ରାମବାସୀ ଜଣଙ୍କୁ ଧରି ପୋଲିସ ଜିମା ଦେଇଛନ୍ତି ।
ପଶ୍ଚିମବଙ୍ଗର ଦାନ୍ତୁନ ଥାନା ଅଞ୍ଚଳର ସେକ୍‌ ମୁନା (୪୮) ଏକ ବ୍ୟାଗରେ ପରିବା ଓ ମାଛ ଧରି ଗାଁକୁ ଗାଁ ବୁଲୁଥିଲେ। ଗୋବରଘଟା ନିକଟ ଡାକ୍ତରଖାନା ରାସ୍ତାରେ ସେ ଗଲା ବେଳେ ଗାଁମୁଣ୍ଡରେ ଜଗିଥିବା ଯୁବକମାନେ ସନ୍ଦେହରେ ତାଙ୍କୁ ପଚରାଉଚୁରା କରିଥିଲେ। ସେକ୍‌ ମୁନାଙ୍କ ବ୍ୟାଗ୍‌ ଯାଞ୍ଚ କଲା ବେଳେ ଏକ ମାଛର ଗାଲିସି ତଳୁ ୩ଟି ପୁଡ଼ିଆ ବ୍ରାଉନସୁଗାର ମିଳିଥିଲା। ଏହି ପୁଡ଼ିଆରେ ୧୦ଗ୍ରାମ ଲେଖାଏଁ ୩୦ଗ୍ରାମ ବ୍ରାଉନ୍‌ସୁଗାର ଥିବା ଯୁବକମାନେ ଜାଣିବାକୁ ପାଇଥିଲେ। ସେମାନେ ଏ ସମ୍ପର୍କରେ ଜଳେଶ୍ୱରର ଏସ୍‌ଡିପିଓ ଅଙ୍କିତା କୁମ୍ଭାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହାର ଆନୁମାନିକ ମୂଲ୍ୟ ୩୦ଲକ୍ଷ ହେବ। ଏସ୍‌ଡିପିଓ କୁମ୍ଭାର ଘଟଣାସ୍ଥଳରେ ପହଞ୍ଚତ୍ ୩ଟି ବ୍ରାଉନ୍‌ସୁଗର ପୁଡ଼ିଆ ଜବତ କରିବା ସହ ମୁନାଙ୍କୁ ଅଟକ ରଖି ପଚରାଉଚୁରା କରିଛନ୍ତି। କେବଳ ଜଣେ ଯୁବକ ନୁହେଁ, ଉପାନ୍ତ ଅଞ୍ଚଳର ବହୁ ଯୁବକ ଗ୍ରାମାଞ୍ଚଳକୁ ନିଶା ଦ୍ରବ୍ୟ ଯୋଗାଇବା ଲାଗି ଏପରି ନୂଆ ନୂଆ ଉପାୟ ଅବଲମ୍ବନ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri