ବଡ଼ସାହି,୪।୫(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ମାଣତ୍ରୀ ଗ୍ରାମର ବାପ-ପୁଅ ମାଛ ଧରିବାକୁ ଯାଇ ରବିବାର ନିଖୋଜ ହୋଇଥିଲେ। ତେବେ ସୋମବାର ସକାଳେ ସେମାନଙ୍କ ମୃତଦେହ ଉଦ୍ଧାର ହୋଇଛି। ନିଖୋଜ ବାପା-ପୁଅ ହେଲେ ଗଣେଶ୍ବର ଦେହୁରୀ ଓ ତାଙ୍କର ୮ବର୍ଷର ପୁଅ।
ପ୍ରକାଶ ଯେ, ଗଣେଶ୍ବର ରବିବାର ମାଛ ଧରିବା ପାଇଁ ସାନ ପୁଅ ସହ ବାଇକ୍ ଯୋଗେ ଜାଲ ନେଇ ମାଣତ୍ରୀ ଶିବମନ୍ଦିର ସଂଲଗ୍ନ ଜଳାଶୟ ବା କୁଣ୍ଡିକୁ ଯାଇଥିଲେ। ବହୁ ସମୟ ପର୍ଯ୍ୟନ୍ତ ଘରକୁ ନ ଫେରିବାକୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ମନ୍ଦିର ପାଖରେ ବାଇକ ମିଳିଥିବା ବେଳେ ଡିକିରେ ମୋବାଇଲ ଫୋନ୍ ଥିଲା। ମାତ୍ର ବାପ-ପୁଅଙ୍କର ପତ୍ତା ମିଳି ନ ଥିଲା। ଗ୍ରାମବାସୀ, ପୋଲିସ ଓ ଦମକଳ ବାହିନୀ ରାତିସାରା ପାଣିରେ ଖୋଜାଖୋଜି କରି ମଧ୍ୟ ପାଇ ନ ଥିଲେ। ତେବେ ସୋମବାର ସକାଳୁ ପାଣିରେ ବାପ-ପୁଅଙ୍କ ଚପଲ ଭାସୁଥିବା ଦେଖି ସେହିସ୍ଥାନରେ ବୁଡି ଉଭୟଙ୍କୁ ଉଦ୍ଧାର କରାଯାଇଛି। ଏ ନେଇ ବୈଶିଙ୍ଗା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁକରି ମୃତଦେହ ଦ୍ୱୟକୁ ବ୍ୟବଚ୍ଛେଦ ପାଇଁ ବାରିପଦା ପିଆର୍ଏମ ମେଡ଼ିକାଲକୁ ପଠାଇଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…
ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…
ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ
ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…
ଜଲାପୁଟ ଜଳଭଣ୍ଡାରର ୨ ଗେଟ୍ ଖୋଲିଲା
କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…
ଲଜ୍ରୁ ମିଳିଲା ଦମ୍ପତିଙ୍କ ମୃତଦେହ
କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…
ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍ ଘଟିଲା…
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…
ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…
ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ
ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…
ହୀରାକୁଦର ୩୦ ଗେଟ୍ ଖୋଲିଲା
ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍ ୬ ଲକ୍ଷ ଘନଫୁଟ୍ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍ ଗେଟ୍କୁ ଖୋଲି…

