ମାଛ ମାରିବା ବେଳେ ୫ ଆହତ ଘଟଣା:ରାତିଅଧିଆ ଏସ୍‌ଡିପିଓଙ୍କ ତଦନ୍ତ

ଅନୁଗୋଳ ଅଫିସ, ୧୫।୧୨

ଅନୁଗୋଳ ଥାନା ପଣ୍ଡପୁର ଗ୍ରାମ ନିକଟ ବଉଳୀ ଜୋରକୁ ଶୁକ୍ରବାର ମାଛ ମାରିବାକୁ ଯାଇ ୫ ଜଣ ଆହତ ହେବା ଘଟଣାର ତଦନ୍ତ ଆରମ୍ଭ କରିଛି ଅନୁଗୋଳ ପୋଲିସ। କେଉଁ କାରଣରୁ ଜଣେ ନାବାଳକଙ୍କ ସମେତ ୫ଜଣ ଆହତ ହେଲେ ତାହା ଜାଣିବା ପାଇଁ ଅନୁଗୋଳ ଏସ୍‌ଡିପିଓ ଅଶି୍ବନୀ ସାହୁ ତାଙ୍କ ଟିମ୍‌ ସହ ରାତିରେ ହିଁ ତଦନ୍ତ ଆରମ୍ଭ କରିଥିଲେ। ମେଡିକାଲରେ ପଚରାଉଚରା ସମୟରେ ପ୍ରଥମେ ଆହତମାନେ ହରଡ଼ କିଆରିରେ ମାଙ୍କଡ଼ ଗୋଡ଼ାଇବା ବେଳେ ବାଣ ଫୁଟି ଏପରି ଘଟିଥିବା କହିଥିଲେ। କିନ୍ତୁ ପରେ ଡିନାମାଇଟ୍‌ ଫୁଟାଇ ମାଛ ମାରିବା ବେଳେ ତ୍ରୁଟି ଯୋଗୁ ସେମାନେ ଆହତ ହୋଇଥିବା ସ୍ବୀକାର କରିଛନ୍ତି ବୋଲି ଏସ୍‌ଡିପିଓ ସାହୁ ସୂଚନା ଦେଇଛନ୍ତି। ଏହା ଜାଣିବା ପରେ ଶନିବାର ସକାଳେ ଅନୁଗୋଳ ପୋଲିସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ କରାଯାଉଛି। ବିଶେଷକରି ଡିନାମାଇଟ୍‌ ଭଳି ବିସ୍ଫୋରକ ଗ୍ରାମର ଲୋକେ କିପରି ପାଇଲେ ତାହାକୁ ତଦନ୍ତ ପରିସରଭୁକ୍ତ କରାଯାଇଛି। ଏହି ବିସ୍ଫୋରଣରେ ଜଣଙ୍କ ପିଠିରେ ଆଘାତ ଲାଗିଥିବା ବେଳେ ଜଣଙ୍କ ହାତ ପାପୁଲି ଛିଣ୍ଡି ଯାଇଛି। ଅନ୍ୟ ଦୁଇଜଣଙ୍କ କାନକୁ କିଛି ଶୁଣାଯାଉ ନ ଥିବା ଜଣାପଡ଼ିଛି। ନାବାଳକ ମଧ୍ୟ ସାମାନ୍ୟ ଆହତ ହୋଇଛନ୍ତି। ଏଭଳି


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri