ମାଛ ମାର୍କେଟ ବନ୍ଦ କଲା ପ୍ରଶାସନ; ପାଳନ ହେଉନି ସାମାଜିକ ଦୂରତା

ଅନୁଗୋଳ ଅଫିସ, ୯।୪: ଅନୁଗୋଳ ପୌରପାଳିକା ଅଧୀନରେ ଥିବା ମାଛ ମାର୍କେଟ (ଆମିଷ ବଜାର)କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିବାକୁ ପୌର ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା ନିର୍ଦ୍ଦେଶ ଦେଇଛନ୍ତି। ମାଛ ବ୍ୟବସାୟୀଙ୍କ ସହ ଗ୍ରାହକ ସାମାଜିକ ଦୂରତା ରଖୁ ନ ଥିବାରୁ ପ୍ରଶାସନ ଏପରି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।
ପୌର କର୍ତ୍ତୃପକ୍ଷ କହିଛନ୍ତି ଯେ, କରୋନା ଭଳି ମହାମାରୀର ମୁକାବିଲା ପାଇଁ ସମଗ୍ର ରାଜ୍ୟ ଲକ୍‌ଡାଉନ୍‌ ଥିବାବେଳେ ସାମାଜିକ ଦୂରତା ରକ୍ଷା କରିବାକୁ ସରକାର ଓ ପ୍ରଶାସନ ପକ୍ଷରୁ ବାରମ୍ବାର ଅନୁରୋଧ କରାଯାଉଛି। କିନ୍ତୁି କିଛି ଅମାନିଆ ଲୋକ ବିନା କାରଣରେ ଘରୁ ବାହାରିବା ସହ ସାମାଜିକ ଦୂରତା ରକ୍ଷା କରୁନାହାନ୍ତି। ସେହିପରି ପ୍ରଶାସନର ବାରମ୍ବାର ତାଗିଦ ସତ୍ତ୍ବେ ମାଛ ମାର୍କେଟର ବ୍ୟବସାୟୀମାନେ ସାମାଜିକ ଦୂରତ୍ୱ ଅବଲମ୍ବନ କରୁନାହାନ୍ତି। ତେଣୁ ଜନସାଧାରଣଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ବୁଧବାର ପୌରପ୍ରଶାସନ ଆମିଷ ବଜାରକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଥିବା ନିର୍ବାହୀ ଅଧିକାରୀ ସୂଚନା ଦେଇଛନ୍ତି। ଆମିଷ ବଜାରରେ ଏ ସମ୍ପର୍କିତ ନୋଟିସ୍‌ ଲଗାଯାଇଛି। ଆଗାମୀ ନିର୍ଦ୍ଦେଶ ଦିଆ ନ ଯିବା ପର୍ଯ୍ୟନ୍ତ ମାଛ ମାର୍କେଟ ବନ୍ଦ ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri