ମାଟିତଳୁ ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ସ୍ବାମୀ ଗିରଫ

ହାଟଡିହୀ, ୧୪।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅନ୍ତର୍ଗତ ଅଣା ଗ୍ରାମରେ ପ୍ରଦୀପ ମଲିକଙ୍କ ଘର ବାଡିରୁ କିଛି ଦିନ ତଳେ ଜଣେ ମହିଳାଙ୍କ ମୃତଦେହକୁ ପୋଲିସ ମାଟିତଳୁ ଉଦ୍ଧାର କରିଥିଲା। ମୃତଦେହ ପ୍ରଦୀପଙ୍କ ସ୍ତ୍ରୀ ମଧୁସ୍ମିତା ନାୟକଙ୍କର ବୋଲି ପୋଲିସ ଚିହ୍ନଟ କରିଥିଲା। ଏହାର ୪ଦିନ ପରେ ପୋଲିସ ବିଭିନ ସ୍ଥାନରେ ଚଢ଼ାଉକରି ନନ୍ଦିପଦା ଥାନା ଅଞ୍ଚଳରୁ ମଙ୍ଗଳବାର ଅଭିଯୁକ୍ତ ପ୍ରଦୀପଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଅଭିଯୁକ୍ତକୁ ଧରିବା ପାଇଁ ଆଇଆଇସି ମାନସ ସ୍ବାଇଁଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଥିଲା। ମଙ୍ଗଳବାର ବିଳମ୍ବିତ ରାତିରେ ପୋଲିସ ପ୍ରଦୀପକୁ ଧରି ଥାନାରେ ଅଟକରଖି ପଚରାଉଚରା ଚଳାଇଥିଲା। ତେବେ ସେ ମଧୁସ୍ମିତାଙ୍କୁ ହତ୍ୟା କରିଥିବା ସ୍ବୀକାର କରିଛନ୍ତି ବୋଲି ଆଇଆଇସି ମାନସ ସ୍ବାଇଁ କହିଛନ୍ତି । ପୋଲିସ ଥାନାରେ କେସ୍‌ ନଂ. ୭୩ /୧୯ ରେ ଏକ ମାମଲା ରୁଜୁ କରିଛି ।
ପ୍ରକାଶ ଯେ, ପ୍ରଦୀପ ଓ ମଧୁସ୍ମିତା ଏକ ଯାତ୍ରା ପାର୍ଟିରେ ଅଭିନୟ କରୁଥିଲେ। ପ୍ରଦୀପ ତାଙ୍କୁ ଭଲ ପାଇ ଦ୍ୱିତୀୟ ବିବାହ କରିଥିଲେ। ଏପରି ଘଟଣାକୁନେଇ ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକ ଜାତୀୟ ମାନବାଧିକାର କମିଶନଙ୍କ ନିକଟରେ ଏକ ଅଭିଯୋଗ ଦାୟର କରିଥିଲେ। ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ ପଦକ୍ଷେପ ନେବାସହ ମୃତକଙ୍କ ସମ୍ପର୍କୀୟଙ୍କୁ ୬ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବା ପାଇଁ ଅଭିଯୋଗରେ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଅର୍ପିତାଙ୍କୁ ମିଳିଲା ‘ବାବାଜୀ ଚରଣ ଜେନା ସ୍ମାରକୀ ସମ୍ମାନ’ ପ୍ରଦାନ, ଛୁଟିଲା ଶୁଭେଚ୍ଛାର ସୁଅ

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଟି.ଏମ୍. ଏକାଡେମୀ ଡଅଁର ହାଇସ୍କୁଲରେ ୨୦୨୬ ଶିକ୍ଷାବର୍ଷର ମାଟ୍ରିକ ପରୀକ୍ଷାରେ ସର୍ବାଧିକ ନମ୍ବର ରଖିଥିବା ଛାତ୍ରୀଙ୍କୁ ସମ୍ମାନ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri