Posted inଜାତୀୟ

ମାଟିରେ ମିଶିଲା ୪ ବେଆଇନ ଆପାର୍ଟମେଣ୍ଟ

କୋଚି,୧୩ା୧(ପି.ଟି.): ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେରଳର କୋଚିସ୍ଥିତ ୪ଟି ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ମାଟିରେ ମିଶିଛି। ପରିବେଶ ନିୟମ ଉଲ୍ଲଂଘନ କରି ଘର କରୁଥିବା ଲୋକମାନଙ୍କୁ ଏହା ଏକ ଶକ୍ତ ବାର୍ତ୍ତା। ମରାଡୁ ମ୍ୟୁନିସିପାଲିଟିରେ ଥିବା ହୋଲି ଫେଥ୍‌ ଏବଂ ଟୁଇନ୍‌ ଟାଓ୍ବାର ଆଲ୍‌ଫା ସେରେନ ଆପାର୍ଟମେଣ୍ଟକୁ ନିୟନ୍ତ୍ରିତ ବିସ୍ଫୋରଣ ପଦ୍ଧତିରେ ଭଙ୍ଗାଯାଇଥିଲା। ରବିବାର ଅନୁରୂପ ଭାବେ ଅନ୍ୟ ଦୁଇଟି ଅଟ୍ଟାଳିକାକୁ ଭାଙ୍ଗିଦିଆଯାଇଛି। ସେଗୁଡ଼ିକ ବେଆଇନ ଭାବେ ନିର୍ମାଣ କରାଯାଇଥିଲା, ଯାହାକି କୋଷ୍ଟାଲ୍‌ ରେଗୁଲେଶନ ଜୋନ୍‌ର ନିୟମ ଉଲ୍ଲଂଘନ କରୁଥିଲା। ଦେଶରେ ବେଆଇନ ଆପାର୍ଟମେଣ୍ଟ ଧ୍ୱଂସ କରାଯିବା ଏହା ପ୍ରଥମ ଘଟଣା। ୪ଟି ବିଲ୍ଡିଂରେ ୩୫୦ ଫ୍ଲାଟ ରହିଥିଲା, ଯାହା କେଇ ସେକେଣ୍ଡ ମଧ୍ୟରେ ଧ୍ୱଂସସ୍ତୂପରେ ପରିଣତ ହୋଇଛି। ବେଆଇନ ନିର୍ମାଣ ଉଚ୍ଛେଦ ଅଭିଯାନ ସଫଳ ହୋଇଥିବା ଏର୍ନାକୁଲମ ଜିଲାପାଳ ଏସ୍‌ ସୁହାସ ଏବଂ କୋଚି ପୋଲିସ କମିଶନର ବିଜୟ ସଖାରେ କହିଛନ୍ତି। ହ୍ରଦ ପାର୍ଶ୍ୱରେ ଅବସ୍ଥିତ ଏହି ବିଲ୍ଡିଂଗୁଡ଼ିକୁ ଧ୍ୱଂସ କରିବାରେ ୭୫୦ କିଲୋଗ୍ରାମ ବିସ୍ଫୋରକ ବ୍ୟବହାର କରାଯାଇଥିଲା। ସେଗୁଡ଼ିକୁ ଭାଙ୍ଗିଦେବାକୁ ୮ ମାସ ପୂର୍ବେ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍

ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା  ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri