ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ହଲ୍‌କୁ ମୋବାଇଲ ଫୋନ୍‌ ମନା; ପ୍ରଶ୍ନପତ୍ର ଲିକ୍‌, କପି ରୋକିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷାକୁ ପୂର୍ଣ୍ଣ ଶୃଙ୍ଖଳିତ କରିବା ନିମନ୍ତେ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି କରାଯାଇଛି। ଏଥିନିମନ୍ତେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ରାଜ୍ୟ ଲୋକସେବା ଭବନରୁ ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଜିଲାପାଳ, ପୋଲିସ ଅଧୀକ୍ଷକ ଓ ଶିକ୍ଷା ବିଭାଗ ଅଧିକାରୀମାନଙ୍କ ସହ ସିଧାସଳଖ ଆଲୋଚନା କରିଛନ୍ତି। ରାଜ୍ୟ ଏବଂ ଜିଲାସ୍ତରରେ କରାଯାଇଥିବା ବ୍ୟବସ୍ଥାର ସମୀକ୍ଷା କରି ପ୍ରଶ୍ନପତ୍ର ଲିକ୍‌ ଓ କପିକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ପରୀକ୍ଷା କେନ୍ଦ୍ର, ନୋଡାଲ୍‌ କେନ୍ଦ୍ର ଏବଂ ମୂଲ୍ୟାୟନ କେନ୍ଦ୍ରକୁ ମୋବାଇଲ ମନା ଏବଂ ଏହା ନିଶ୍ଚିତ କରାଇବାକୁ ମଧ୍ୟ ନିର୍ଦ୍ଦେଶ ରହିଛି। କୌଣସି ଶିକ୍ଷକ ମୋବାଇଲ ଫୋନ୍‌ ନେଇ ଯିବାର ଦେଖାଗଲେ ତାଙ୍କୁ ଗିରଫ କରିବା ପାଇଁ ନିର୍ଦ୍ଦେଶ ରହିଛି। ଓଡ଼ିଶା ପରୀକ୍ଷା ପରିଚାଳନା ଆଇନ-୧୯୮୮ର କଡ଼ାକଡ଼ି ଲାଗୁ କରି ପରୀକ୍ଷା ପରିଚାଳନାକୁ ସ୍ବଚ୍ଛ ଓ ବିଶ୍ୱସନୀୟ କରିବା ପାଇଁ ସମସ୍ତ ପଦକ୍ଷେପ ନେବାକୁ କୁହାଯାଇଛି।

ପରୀକ୍ଷା ସମୟରେ ପୋଲିସ ପଇଁତରା ବଢ଼ାଇବା, ଉତ୍ତେଜନାପ୍ରବଣ କେନ୍ଦ୍ରମାନଙ୍କରେ ଅଧିକ ପୋଲିସ ମୁତୟନ ଏବଂ ପରୀକ୍ଷା କେନ୍ଦ୍ର ଚତୁଃପାର୍ଶ୍ୱରେ ଲୋକମାନଙ୍କ ଭିଡ଼କୁ ପୂଣ୍ଣର୍ର୍ ନିରୋଧ କରିବା ନିମନ୍ତେ ବୈଠକରେ ଉପସ୍ଥିତ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ଏସ୍‌ପିମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପରୀକ୍ଷା ସମ୍ବନ୍ଧିତ ଗୋପନୀୟ କାଗଜପତ୍ରର ପରିବହନ, ନୋଡାଲ କେନ୍ଦ୍ର ଏବଂ ମୂଲ୍ୟାୟନ କେନ୍ଦ୍ରମାନଙ୍କରେ ପର୍ଯ୍ୟାପ୍ତ ନିରାପତ୍ତା ବ୍ୟବସ୍ଥା କରିବାକୁ କୁହାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ଚିତ୍ରା ଅରୁମୁଗମ୍‌ ଜଣାଇଥିଲେ ଯେ, ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା ଫେବୃୟାରୀ ୧୯ରୁ ହୋଇ ମାର୍ଚ୍ଚ ୨ ମଧ୍ୟରେ ଅନୁଷ୍ଠିତ ହେବ। ଏହି ସମୟ ମଧ୍ୟରେ ହାଇସ୍କୁଲ୍‌, ରାଜ୍ୟ ମୁକ୍ତ ବିଦ୍ୟାଳୟ ଏବଂ ମଧ୍ୟମା ପରୀକ୍ଷା ଅନୁଷ୍ଠିତ ହେବ। ପରୀକ୍ଷା ଖାତା ମୂଲ୍ୟାୟନ ମାର୍ଚ୍ଚ ୧୮ ତାରିଖରୁ ଏପ୍ରିଲ୍‌ ୧୦ ତାରିଖ ମଧ୍ୟରେ ହେବ। ଉତ୍ତେଜନାପ୍ରବଣ ଭାବେ ଚିହ୍ନିତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଉଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ରାନ୍‌ସିସ୍‌ ହାଜରା କହିଥିଲେ ଯେ, ଚଳିତ ବର୍ଷ ୫,୬୦,୯୦୫ ଜଣ ପରୀକ୍ଷାର୍ଥୀ ମାଟ୍ରିକ୍‌ ପରୀକ୍ଷା ଦେବେ। ଏମାନଙ୍କ ମଧ୍ୟରେ ୫,୪୭,୭୬୧ ଜଣ ହାଇସ୍କୁଲ୍‌, ୯,୭୭୧ ଜଣ ରାଜ୍ୟ ମୁକ୍ତ ବିଦ୍ୟାଳୟ ଏବଂ ୩,୩୩୭ ଜଣ ମଧ୍ୟମା ପରୀକ୍ଷାର୍ଥୀ ଅଛନ୍ତି। ଏମାନଙ୍କ ପାଇଁ ସମୁଦାୟ ୨,୮୮୮ଟି ପରୀକ୍ଷା କେନ୍ଦ୍ର, ୩୦୭ଟି ନୋଡାଲ କେନ୍ଦ୍ର ଏବଂ ୬୧ ମୂଲ୍ୟାୟନ କେନ୍ଦ୍ର କରାଯାଇଛି। ପ୍ରଶ୍ନପତ୍ର ପରିବହନ ନିମନ୍ତେ ୬୩୧ଟି ଡେସ୍‌ପାଚ୍‌ ଟିମ୍‌ ଗଠନ କରାଯାଇଛି। ପ୍ରଥମ ପର୍ଯ୍ୟାୟ ଡେସ୍‌ପାଚ୍‌ ଶନିବାର ସୁଦ୍ଧା ସରିଛି। ଏଥିସହିତ ଦ୍ୱିତୀୟ ପର୍ଯ୍ୟାୟ ଡେସ୍‌ପାଚ୍‌ ୧୬ରୁ ଆରମ୍ଭ ହେବ। ପରୀକ୍ଷା ପରିଚାଳନାର ଆଦର୍ଶ ନିୟମାବଳୀକୁ ଠିକ୍‌ ଭାବେ ଲାଗୁ କରିବା ପାଇଁ ନିର୍ଦ୍ଦେଶନାମା ଦିଆଯାଇଛି। ପରୀକ୍ଷା ଉପରେ ନଜର ରଖିବା ପାଇଁ ଜିଲାସ୍ତରରେ ୬୯ଟି ଫ୍ଲାଇଂ ସ୍କାଡ୍‌ ଏବଂ ବୋର୍ଡସ୍ତରରେ ୪୪ଟି ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଛି। ଆବଶ୍ୟକ ପରିମାଣର ପୋଲିସ ପଇଁତରା ଏବଂ ସ୍କ୍ବାଡ୍‌ ଗଠନ କରିବାକୁ ମଧ୍ୟ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri