ମାଟ୍ରିକ ପରୀକ୍ଷା : ଇଂଲିଶରେ ଫେଲ୍‌ ହୋଇଛନ୍ତି ୬୦ ହଜାର

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଚଳିତବର୍ଷ ମାଟ୍ରିକ ପାସ୍‌ ହାର ଚିନ୍ତାଜନକ ହୋଇଛି। ଏଥର ପରୀକ୍ଷାରେ ଇଂଲିଶ ବିଷୟରେ ଫେଲ୍‌ ହାର ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଛି। ମୋଟ ୧ଲକ୍ଷ ୬୩ହଜାର ୯୫୪ ଛାତ୍ରୀଛାତ୍ର ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଫେଲ୍‌ ହୋଇଥିବା ବେଳେ ସେଥିମଧ୍ୟରୁ ୬୦ହଜାର ଛାତ୍ରୀଛାତ୍ର କେବଳ ଇଂଲିଶ ବିଷୟରେ ଫେଲ୍‌ ହୋଇଛନ୍ତି। ସେହିପରି ‘ଇ’ ଗ୍ରେଡ୍‌ ରଖି ୧ଲକ୍ଷ ୨୨ହଜାର ୬୨ଜଣ ଛାତ୍ରୀଛାତ୍ର ପାସ୍‌ ହୋଇଛନ୍ତି। ସେଥିମଧ୍ୟରୁ ୭୩ ପ୍ରତିଶତ ଇଂଲିଶରେ ଜଷ୍ଟ୍‌ ପାସ୍‌ କରିଛନ୍ତି। ବର୍ଷ ବର୍ଷ ଧରି ଇଂଲିଶରେ ପାସ୍‌ ହାର କମିଚାଲିଥିବାରୁ ଗଣଶିକ୍ଷା ବିଭାଗର ଚିନ୍ତା ବଢ଼ିଯାଇଛି। ଚଳିତବର୍ଷ ଇଂଲିଶରେ ଖରାପ କରିଥିବା ସ୍କୁଲଗୁଡ଼ିକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ରିପୋର୍ଟ ମାଗିଛି। ଏ ନେଇ ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ଶୂନ ଫଳ କରିଥିବା ୮୨ ସ୍କୁଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏଥିସହ ଛାତ୍ରୀଛାତ୍ରଙ୍କୁ ସ୍କୁଲସ୍ତରରେ ସ୍ପୋକନ୍‌ ଇଂଲିଶ କ୍ଲାସ୍‌ ଯୋଗାଇ ଦିଆଯିବ। ସେପଟେ ଶିକ୍ଷାବିତ୍‌ମାନେ ଏହାକୁ ନେଇ ତୀବ୍ର ନିନ୍ଦା କରିବା ସହ ବିଭାଗ ଉପରେ ଦୋଷ ଲଦିଛନ୍ତି। ବିଷୟଭିତ୍ତିକ ଶିକ୍ଷକଙ୍କ ଅଭାବ, ୪୦ହଜାର ଶିକ୍ଷକ ପଦବୀ ଖାଲି ଏବଂ ତୃଣମୂଳ ସ୍ତରରେ ଇଂଲିଶ ପଢ଼ାଇବାରେ ବିଫଳତା ଏହାର ମୁଖ୍ୟ କାରଣ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରରେ କଡ଼ାକଡ଼ି ହେବ ଗାଡ଼ି ଚେକିଂ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ରାଜ୍ୟରେ ଗତ କିଛି ମାସ ହେଲା ସଡ଼କ ଦୁର୍ଘଟଣା ବଢ଼ିବାରେ ଲାଗିଛି। ଏହା ଉପରେ ରାଜ୍ୟ ସରକାର ଆହୁରି କଡ଼ା ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି।...

CORONAVIRUS UPDATE: ରାଜ୍ୟରେ ପୁଣି ୧୧୨ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩,୪୯୮ରେ ପହଞ୍ଚିଲା

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଆଉ ୧୧୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୯୮ରେ ପହଞ୍ଚିଥିବା ରାଜ୍ୟ ସୂଚନା...

୩ ମହାନଗର ନିଗମ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୫।୩(ବ୍ୟୁରୋ): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ତିନୋଟି ମହାନଗର ନିଗମ ପାଇଁ ବିଜେଡି ଶନିବାର ମେୟର ପ୍ରାର୍ଥୀ ଘୋଷଣା କରିଛି। ବରିଷ୍ଠ ବିଜେଡି ନେତ୍ରୀ ସୁଲୋଚନା...

ବିଶାଖା ଏକ୍ସପ୍ରେସ ଦୁଇଭାଗ ହୋଇ ଗଡ଼ିଲା: ନିଶ୍ଚିତ ଦୁର୍ଘଟଣାରୁ ବର୍ତ୍ତିଲେ ଯାତ୍ରୀ

ବାଲୁଗଁ।,୩ା୧୧ (ଡି.ଏନ୍‌.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ବାଲୁଗଁା-ଚିଲିକା ଷ୍ଟେଶନ ମଧ୍ୟସ୍ଥ ବଡକୁଳ ଲେଭଲ କ୍ରସିଂଠାରେ ଶନିବାର ପୂର୍ବାହ୍ନରେ ବିଶାଖା ଏକ୍ସପ୍ରେସ ଟ୍ରେନ ଚଳନ୍ତା ଅବସ୍ଥାରେ...

ଆଜି ଆସୁଛନ୍ତି ରାଷ୍ଟ୍ରପତି : ପୂର୍ବ ନିର୍ଦ୍ଧାରିତ ଗସ୍ତ କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଓଡ଼ିଶା ଆସୁଛନ୍ତି। ଦିଲ୍ଲୀରୁ ସ୍ବତନ୍ତ୍ର ବିମାନ ଯୋଗେ ଆସି କେତେକ କାର୍ଯ୍ୟକ୍ରମରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ତେବେ...

ନଗର ଉନ୍ନୟନ ମନ୍ତ୍ରୀଙ୍କ ଦିନିକିଆ ବ୍ରହ୍ମପୁର ଗସ୍ତ, ଭାରତର ପ୍ରଥମ ଆଇଟିଏମ୍‌ଏସ୍‌ ବ୍ୟବସ୍ଥାର କଲେ ଶୁଭାରମ୍ଭ

ବ୍ରହ୍ମପୁର ଅଫିସ,୨୮।୮: ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ଇଣ୍ଟିଗ୍ରେଟେଡ୍‌ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ(ଆଇଟିଏମ୍‌ଏସ୍‌) ସମଗ୍ର ଭାରତରେ ପ୍ରଥମ। ଦିନିକିଆ ବ୍ରହ୍ମପୁର ଗସ୍ତରେ...

ଏଣିକି ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଏକକ ପରୀକ୍ଷା: ଗୋଟିଏ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଏଣିକି ଗୋଟିଏ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ। ଚଳିତ ବର୍ଷଠାରୁ ଷାଣ୍ମାସିକ ଏବଂ...

୧୬,୨୩୫ କୋଟିର ଚୂଡ଼ାନ୍ତ ରିପୋର୍ଟ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ଅମ୍ଫନ୍‌’ ଯୋଗୁ ଉପକୂଳବର୍ତ୍ତୀ ଜିଲାରେ ହୋଇଥିବା କ୍ଷୟକ୍ଷତିର ଭରଣା ପାଇଁ ରାଜ୍ୟ ସରକାର ୧୬,୨୩୫ କୋଟି ଟଙ୍କାର ଚୂଡ଼ାନ୍ତ ରିପୋର୍ଟ କେନ୍ଦ୍ର...

Advertisement
Archives

Model This Week