ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଡୋରିୟନ୍‌: ୨୪୧ କିଲୋମିଟର ବେଗରେ ବହିବ ପବନ

ଓ୍ବାଶିଂଟନ,୧।୯: ସାମୁଦ୍ରିକ ଝଡ଼ ଡୋରିୟନ ମାଡ଼ି ଆସୁଛି। ଏହା ଆମେରିକାର ଫ୍ଲୋରିଡ଼ାରେ ତାଣ୍ଡବ ରଚିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାର ପ୍ରଭାବରେ ଘଣ୍ଟାପ୍ରତି ୨୪୧ କିଲୋମିଟର ବେଗରେ ପବନ ବହିବ। ଏହାସହିତ କେତେକ ଅଞ୍ଚଳରେ ଭୂସ୍ଖଳନ ହେବାର ଆଶଙ୍କା ଥିବା ଆମେରିକା ପାଣିପାଗ ବିଭାଗ କହିଛି। ଆମେରିକାର ରାଷ୍ଟ୍ରୀୟ ଝନତୋଫାନ ଅନୁଧ୍ୟାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଏହାର ପ୍ରଭାବ ଦକ୍ଷିର-ପୂର୍ବ ଆମେରିକା ଉପକୂଳ ଅଞ୍ଚଳରେ ଅନୁଭୁତ ହେବ। ଏହାଦ୍ୱାରା ବହାମାସ ଅଧିକ କ୍ଷତିଗ୍ରସ୍ତ ହେବ ବୋଲି ପୂର୍ବାନୁମାନ କରାଯାଇଛି। ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଥିବା ସ୍ଥାନୀୟ ପ୍ରଶାସନ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri