ମାଡିଗଲା ଡମ୍ପର: କ୍ରଶର ପରିସରରେ କାର୍ଯ୍ୟରତ କର୍ମଚାରୀ ମୃତ

ସଜନାଗଡ଼, ୧୮।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ମିତ୍ରପୁରସ୍ଥିତ ସାଇ କ୍ରଶରରେ କାର୍ଯ୍ୟରତ କର୍ମଚାରୀଙ୍କ ଉପରେ ଏକ ଡମ୍ପର ମାଡ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଭଉଁରିଆବାଡ଼ ପଞ୍ଚାୟତ ଜଡ଼ିବାଲି ଗ୍ରାମର ରଜତ ବାରିକ(୪୨) ।
ଏହି କ୍ରଶରରେ ରଜତ ୨୦ବର୍ଷ ହେଲା ଚାକିରି କରି ଆସୁଥିଲେ। ସୋମବାର ପୂର୍ବାହ୍ନ ୧୦ଟାରେ ମଧ୍ୟ ସେ ଉକ୍ତ କ୍ରଶରକୁ ଯାଇଥିଲେ। ଏକ ଡମ୍ପର (ନଂ. ଓଆର୍‌୧୬ଡ଼ି-୩୫୧୫) ଚିପ୍‌ସ ଆଣିବାକୁ ଯାଇଥିଲା। ରଜତ ସେଠାରେ ଠିଆ ହୋଇଥିଲେ। ଡମ୍ପର ଡ୍ରାଇଭର ଗାଡି ପଛକୁ ଆଣୁଥିବା ବେଳେ ଅସାବଧାନତାବଶତଃ ରଜତଙ୍କ ଉପରେ ତାହା ମାଡ଼ିଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଅନ୍ୟ କର୍ମଚାରୀମାନେ ରଜତଙ୍କୁ ଉଦ୍ଧାର କରି ନୀଳଗିରି ଡାକ୍ତରଖାନାକୁ ଆଣିଥିବାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରିବାର ଲୋକେ ମେଡ଼ିକାଲରେ ପହଞ୍ଚତ୍ ଦୁଃଖରେ ଭାଙ୍ଗିପଡିଥିଲେ। କ୍ରଶର ମାଲିକ ସୁଧାସିନ୍ଧୁ ପଣ୍ଡା ପହଞ୍ଚତ୍ ସମବେଦନା ଜଣାଇବା ସହ ସମସ୍ତ ପ୍ରାପ୍ୟ ପ୍ରଦାନ କରିବେ ବୋଲି ପରିବାରବର୍ଗଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ପୋଲିସ ପହଞ୍ଚତ୍ ଡମ୍ପରକୁ ଜବତ କରି ଏକ ମାମଲା (ନଂ. ୨୯୬/୧୯) ରୁଜୁ କରିଛି। ଶବ ବ୍ୟବଚ୍ଛେଦ କରାଯାଇ ଘଟଣାର ତଦନ୍ତ ଜାରି କରାଯାଉଛି। ରଜତଙ୍କର ୧୪ ବର୍ଷର ପୁଅ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri