ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ଟେଣ୍ଟ ହାଉସ ମାଲିକ ସଂଘର ବିରୋଧ : ସରକାରୀ, ରାଜନୈତିକ କାର୍ଯ୍ୟରେ ବାନ୍ଧିବେନି ଟେଣ୍ଟ

ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ନୂଆ ମୋଟର ଯାନ ଆଇନ ଲାଗୁ ସହ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପାଇଁ ଟେଣ୍ଟ ବ୍ୟବସାୟ ଗୁରୁତର ପ୍ରଭାବିତ ହୋଇଛି। ଟେଣ୍ଟ ହାଉସ ମାଲିକ, କର୍ମଚାରୀ ଓ ଶ୍ରମିକମାନେ ଜୀବିକା ହରାଇବା ସ୍ଥିତି ଉପୁଜିଛି। ଏହାକୁ ଦୃଢ଼ ବିରୋଧ କରିଛି ଟେଣ୍ଟ ହାଉସ୍‌ ମାଲିକ ସଂଘ। ଆଗାମୀ ଦିନରେ ସରକାରୀ କିମ୍ବା କୌଣସି ରାଜନୈତିକ ଦଳର ଟେଣ୍ଟ କାର୍ଯ୍ୟ ନ କରିବାକୁ ସଂଘ ନିଷ୍ପତ୍ତି ନେଇଥିବା ସମ୍ପାଦକ ଦ୍ୱାରିକାନାଥ ପଣ୍ଡା କହିଛନ୍ତି। ଆସୋସିଏଶନର ୧୧ତମ ବାର୍ଷିକ ସାଧାରଣ ବୈଠକ ଟଙ୍କପାଣିରୋଡ୍‌ସ୍ଥିତ ଭୁବନେଶ୍ୱର ଗ୍ରାଣ୍ଡ୍‌ଠାରେ ରବିବାର ଅନୁଷ୍ଠିତ ହୋଇଥିଲା। ଏଥିରେ ସଭାପତି ତ୍ରିଲୋଚନ ଦାସ, ସାଧାରଣ ସମ୍ପାଦକ ପ୍ରଦୀପ କୁମାର ଭଟ୍ଟଙ୍କ ସହ ସଂଘ କର୍ମକର୍ତ୍ତା ଉପସ୍ଥିତ ରହି ଆଲୋଚନା କରିବା ସହ ଏପରି କେତେକ ନିଷ୍ପତ୍ତି ନେଇଥିଲେ। ଭୁବନେଶ୍ୱର-ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଅତିଥିଭାବେ ଯୋଗଦେଇ ଏହି ସମସ୍ୟା ସମ୍ପର୍କରେ ସରକାର ଓ ଜିଲା ପ୍ରଶାସନଙ୍କ ସହ ଆଲୋଚନା କରିବେ ବୋଲି କହିଥିଲେ।
ଉଲ୍ଲେଖଥାଉ କି, ସରକାରୀ ଏବଂ ରାଜନୈତିକ ଦଳଗୁଡ଼ିକର ଟେଣ୍ଟ କାର୍ଯ୍ୟ ପାଇଁ ଗାଡିରେ ବାଉଁଶ, ଶ୍ରମିକ ଓ ଅନ୍ୟ ଆନୁଷଙ୍ଗିକ ଆସବାବପତ୍ର ନେବା ଆଣିବା ହେଉଛି। ସେସମୟରେ ପୋଲିସ ଦେଖିଲେ ସୁଦ୍ଧା କୌଣସି ପଦକ୍ଷେପ ନେଉନାହିଁ। କିନ୍ତୁ ବେସରକାରୀ କାର୍ଯ୍ୟ ଯଥା ବାହାଘର, ବ୍ରତଘର ପରି କୌଣସି ଉତ୍ସବବେଳେ ଗାଡିକୁ ଅଟକାଇ ମାତ୍ରାଧିକ ଫାଇନ ଲଗାଇବା ସହ ଅକଥନୀୟ କଟକଣା ଜାରି କରୁଛି। ଫଳରେ ଟେଣ୍ଟ ହାଉସ୍‌ ମାଲିକମାନେ ଲୋକଙ୍କୁ ଠିକ୍‌ ଭାବେ ସେବା ଯୋଗାଇପାରୁନାହାନ୍ତି। ପୋଲିସ ଓ ପ୍ରଶାସନର ଏଭଳି ଆଭିମୁଖ୍ୟ ମାଲିକ ଓ ଶ୍ରମିକଙ୍କ ଖାଇବା ଭାତରେ ଧୂଳି ପକାଇବା ସହ ସାମନ ବୋଲି ସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri