Posted inଜାତୀୟ

ମାତ୍ର ୧୨୦ ଭାରତୀୟ ଯବାନଙ୍କ ଦ୍ୱାରା ୧୩୦୦ ଚାଇନା ସୈନ୍ୟ ହୋଇଥିଲେ ନିହତ

ଲଦାଖ,୨୨।୬: ଗଲଓ୍ବାନ ଘାଟିରେ ଘଟିଥିବା ହିଂସକ ସଂଘର୍ଷ ଯୋଗୁ ଭାରତ ଚାଇନା ସୀମାରେ ଉତ୍ତେଜନା ସୃଷ୍ଟି ହୋଇଛି। ତେବେ ଚାଇନା ୧୯୬୨ର ଇତିହାସକୁ ଏବେ ବି ଭୁଲିନି। ନଭେମ୍ବର ୧୮ ତାରିଖ ଦୀପାବଳି ଦିନ ଲଦାଖର ଚୁଶୁଲ ଘାଟିରେ ୧୩୦୦ ଚାଇନା ସୈନ୍ୟ ଭାରତୀୟ ଯବାନଙ୍କ ଦ୍ୱାରା ନିହତ ହୋଇଥିଲେ। ୫ରୁ ୬ ହଜାର ଚାଇନା ସୈନ୍ୟ ଘାଟି ଉପରେ ଆକ୍ରମଣ ଆରମ୍ଭ କରିଥିଲେ। ସେତେବେଳେ ଘାଟିର ନେତୃତ୍ୱ ମେଜର ଶୈତାନ ସିଂ ନେଉଥିଲେ। ତାଙ୍କ ପାଖରେ ମାତ୍ର ୧୨୦ ଜଣ ଭାରତୀୟ ଯବାନ ଥିଲେ। ଏତେ ସଂଖ୍ୟକ ଚାଇନା ସୈନ୍ୟଙ୍କୁ ଦେଖି ମେଜର ନ ଡ଼ରି କଡ଼ା ମୁକାବିଲା କରିଥିଲେ। ମେଜରଙ୍କ ଦେହରେ ଏକାଧିକ ଗୁଳି ଲାଗିଥିଲେ ମଧ୍ୟ ସେ ସାଥି ଯବାନଙ୍କୁ ଉତ୍ସାହିତ କରିଥିଲେ। ଗୁରୁତର ଆହତ ଅବସ୍ଥାରେ ତାଙ୍କୁ ୨ ସାଥି ଯବାନ ସୁରକ୍ଷିତ ସ୍ଥାନକୁ ଆଣୁଥିବାବେଳେ ଚାଇନା ସୈନ୍ୟ ମେସିନ ଗନ୍‌ରେ ସେମାନଙ୍କ ଉପରକୁ ଆଖିବୁଜା ଗୁଳି ଚାଳନା କରିଥିଲେ। ଶୈତାନ ସିଂ ସାଥିଙ୍କୁ ପଛକୁ ଠେଲି ନିଜେ ମେସିନ ଗନ୍‌ ଆଗକୁ ଚାଲିଆସିଥିଲେ। ସେଠାରେ ସେ ଶହୀଦ ହୋଇଥିଲେ। ତାଙ୍କ ଦଳର ୧୧୪ ଯବାନ ପ୍ରାଣବଳୀ ଦେଇ ଶହୀଦ ହୋଇଥିଲେ। ପାଖରେ କୌଣସି ଆଧୁନିକ ଯୁଦ୍ଧ ସରଞ୍ଜାମ ନ ଥିଲେ ମଧ୍ୟ ଶୈତାନ ସିଂ ଚାଇନା ସୈନ୍ୟଙ୍କ କଡ଼ା ମୁକାବିଲା କରିଥିଲେ। ଏଭଳି କରି ସେ ରଚିଥିଲେ ଇତିହାସ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri