Posted inଜାତୀୟ

ମାନବାଧିକାର ସୁରକ୍ଷା ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ, ୨୦ା୭: ଲୋକ ସଭାରେ ଶୁକ୍ରବାର ମାନବାଧିକାର ସୁରକ୍ଷା ସଂଶୋଧନ ବିଲ୍‌ ଗୃହୀତ ହୋଇଛି। ଏହା କାର୍ଯ୍ୟକାରୀ ହେଲେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ର ଅଧ୍ୟକ୍ଷ ଓ ଅନ୍ୟ ସଦସ୍ୟଙ୍କ ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ବିତ ହୋଇପାରିବ। ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ମାନବାଧିକାର ସୁରକ୍ଷା (ସଂଶୋଧନ) ବିଲ୍‌, ୨୦୧୯ ଉପରେ ଆଲୋଚନା ଆରମ୍ଭ କରି ଏହା ବର୍ତ୍ତମାନର ଆଇନ ଅପେକ୍ଷା ଜନସାଧାରଣଙ୍କ ଅଧିକାରର ସୁରକ୍ଷାରେ ଅଧିକ ପ୍ରଭାବଶାଳୀ ହୋଇପାରିବ ବୋଲି କହିଥିଲେ। ସଂଶୋଧିତ ବିଲ୍‌ର ବ୍ୟବସ୍ଥା ଅନୁଯାୟୀ ଜାତୀୟ ଓ ରାଜ୍ୟ ମାନବାଧିକାର ଆୟୋଗର ଅଧ୍ୟକ୍ଷଙ୍କ କାର୍ଯ୍ୟକାଳ ୫ ବର୍ଷରୁ ୩ ବର୍ଷକୁ ହ୍ରାସ କରାଯିବ। ପୂର୍ବତନ ପ୍ରଧାନ ବିଚାରପତିଙ୍କ ସମେତ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ମଧ୍ୟ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ ହୋଇପାରିବେ। ସେହିପରି ରାଜ୍ୟ ମାନବାଧିକାର କମିଶନ ଅଧ୍ୟକ୍ଷ ହାଇକୋର୍ଟର ଜଣେ ପୂର୍ବତନ ବିଚାରପତି ହୋଇପାରିବେ ବୋଲି ବିଲ୍‌ରେ ବ୍ୟବସ୍ଥା ରହିଛି। ଉକ୍ତ ସଂସ୍ଥାକୁ ଅଧିକ ପ୍ରଶାସନିକ ଓ ଆର୍ଥତ୍କ କ୍ଷମତା ମିଳିବ ବୋଲି ମନ୍ତ୍ରୀ କହିଥିଲେ। ବିଜେଡି ସଂସଦୀୟ ଦଳ ନେତା ପିନାକୀ ମିଶ୍ର କହିଥିଲେ, ସଶସ୍ତ୍ର ବଳ ବିରୋଧରେ ବହୁ ମାନବାଧିକାର ଉଲ୍ଲଂଘନ ଅଭିଯୋଗ ଆସୁଛି। ଏନ୍‌ଏଚ୍‌ଆର୍‌ସି ସେଗୁଡ଼ିକର ତଦନ୍ତ କରିବା ଆବଶ୍ୟକ। ବିନା ଆଇନଗତ ପ୍ରକ୍ରିୟାରେ ହତ୍ୟା, ତାହା ପୋଲିସ ଦ୍ୱାରା ହେଉ କି ସେନା ବା ଅର୍ଦ୍ଧସାମରିକ ବାହିନୀର ଯବାନ, ସେଥିରେ କିଛି ପାର୍ଥକ୍ୟ ନାହିଁ। ତେବେ ସଶସ୍ତ୍ର ବଳକୁ ମାନବାଧିକାର କମିଶନଙ୍କ ପ୍ରତ୍ୟକ୍ଷ ତଦନ୍ତରୁ ବାଦ୍‌ ଦେବା ଠିକ୍‌ ନୁହେଁ। ମାମଲାର ତୁରନ୍ତ ବିଚାର ପାଇଁ ପର୍ଯ୍ୟାପ୍ତ କର୍ମଚାରୀ ନିଯୁକ୍ତି ପାଇବା ଜରୁରୀ ବୋଲି ପିନାକୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri